Posted inଖେଳ

ଜୁନ୍‌ ମଧ୍ୟଭାଗରେ ଲା ଲିଗା ଆରମ୍ଭ ହେବା ସମ୍ଭାବନା

ଚେନ୍ନାଇ,୯।୫: ବିଶ୍ୱର ଅନ୍ୟତମ ଶ୍ରେଷ୍ଠ ଫୁଟବଲ ଲିଗ୍‌ ରୂପେ ପରିଗଣିତ ହେଉଥିବା ‘ଲା ଲିଗା’ ଆଗାମୀ ଜୁନ୍‌ ମାସ ମଧ୍ୟ ଭାଗରୁ ଆରମ୍ଭ ହେବା ସମ୍ଭାବନା ସୃଷ୍ଟି ହୋଇଛି। ସ୍ପାନିଶ୍‌ ଫୁଟବଲ ଲିଗ୍‌ ସିଷ୍ଟମର ଏହି ପୁରୁଷ ପେସାଦାର ଫୁଟବଲ ଡିଭିଜନକୁ କରୋନା ଭାଇରସ ସଂକ୍ରମଣ ପାଇଁ ସସ୍‌ପେଣ୍ଡ କରାଯାଇଥିଲା ଓ ୩ ମାସ ପରେ ପୁଣି ଥରେ ଲିଗ୍‌ ଆରମ୍ଭ ହେବାକୁ ଯାଉଛି। ଇତିମଧ୍ୟରେ ସବୁ ଖେଳାଳି କୋଭିଡ-୧୯ ପରୀକ୍ଷା ଆରମ୍ଭ କରାଯାଇଛି ବୋଲି ଲା ଲିଗା ଇଣ୍ଡିଆ ନିର୍ଦ୍ଦେଶକ ଆଣ୍ଟୋନିଓ କାଚାଜା କହିଛନ୍ତି। ଆସନ୍ତା ସପ୍ତାହରୁ ଖେଳାଳିମାନେ ଟ୍ରେନିଂ ଆରମ୍ଭ କରିବେ ବୋଲି ମଧ୍ୟ ସେ କହିଛନ୍ତି। ତେବେ ଗୋଟିଏ ଦିନ ପୂର୍ବରୁ ଜର୍ମାନୀର ପେସାଦାର ଫୁଟବଲ ଲିଗ୍‌ ବଣ୍ଡେସ୍‌ଲିଗା ମେ ମଧ୍ୟରୁ ଆରମ୍ଭ ହେବ ବୋଲି ଘୋଷଣା କରାଯାଇଥିଲା।
ଲିଗ୍‌ ପୁଣି ଆରମ୍ଭ କରିବାକୁ ସରକାରଙ୍କ କର୍ତ୍ତୃପକ୍ଷଙ୍କ ସହ ବହୁବାର ଆଲୋଚାନ କରାଯାଇଛି। ଜୁନ୍‌ ଦ୍ୱିତୀୟ କିମ୍ବା ତୃତୀୟ ସପ୍ତାହରେ ଲା ଲିଗା ଆରମ୍ଭ କରିବାକୁ ପ୍ରୟାସ ଜାରି ରହିଛି। ଟ୍ରେନିଂ ପାଇଁ କ୍ଲବ୍‌କୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ପ୍ରଦାନ କରାଯାଇଛି। ଚଳିତ ସପ୍ତାହରେ ଗ୍ରାଉଣ୍ଡଗୁଡିକୁ ଚେକ୍‌ କରାଯିବ ଓ ଖେଳାଳିମାନଙ୍କର ପରୀକ୍ଷଣ ହେବ। ଆସନ୍ତା ସପ୍ତାହରେ ବ୍ୟକ୍ତିଗତ ଟ୍ରେନିଂ ଆରମ୍ଭ କରାଯିବ। ମେ ୧୮ ତାରିଖରୁ ଗ୍ରୁପ୍‌ ଟ୍ରେନିଂ ଆରମ୍ଭ କରାଯିବ। ୨୫ରୁ ଦଳର ଅଧା ଖେଳାଳି ମିଳିତ ଭାବେ ଟ୍ରେନିଂ ଆରମ୍ଭ କରିପାରିବେ ବୋଲି କାଚାଜା କହିଛନ୍ତି। ଲା ଲିଗାର ଚଳିତ ସଂସ୍କରଣରେ ବାର୍ସିଲୋନା ୫୮, ରିୟଲ ମାଡ୍ରିଡ ୫୬ ଓ ସେଭିଲା ୪୭ ପଏଣ୍ଟ ହାସଲ କରି ଯଥାକ୍ରମେ ତାଲିକାର ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri