Posted inଖେଳ

ଜୁନ୍‌ ୧୦ ଭାରତୀୟ କ୍ରିକେଟ ଦଳ ପାଇଁ ଖାସ୍‌ ଦିନ: ଜାଣନ୍ତୁ କାହିଁକି

ଭାରତୀୟ କ୍ରିକେଟ ଇତିହାସ ପାଇଁ ଜୁନ ୧୦ର ବିଶେଷ ମହତ୍ତ୍ୱ ରହିଛି। ଏହି ଦିନ ଭାରତୀୟ ଦଳ ପ୍ରଥମ ଥର ପାଇଁ ଲର୍ଡସ ଗ୍ରାଉଣ୍ଡରେ ଟେଷ୍ଟ ମ୍ୟାଚ ଜିତିଥିଲା। କପିଲ ଦେବଙ୍କ ନେତୃତ୍ୱରେ ଭାରତୀୟ ଦଳ ୧୯୮୬, ଜୁନ ୧୦ରେ ଇଂଲଣ୍ଡକୁ ୫ ଉଇକେଟରେ ପରାସ୍ତ କରି ଇତିହାସ ସୃଷ୍ଟି କରିଥିଲା। ଲର୍ଡସକୁ କ୍ରିକେଟର ମକ୍କା କୁହାଯାଏ। ସେଠାରେ ମ୍ୟାଚ୍‌ ଜିତିବା ସବୁ ଦଳ ପାଇଁ ଏକ ସ୍ବପ୍ନ ହୋଇଥାଏ। ୧୯୮୬ରେ ଯେତେବେଳେ ଭାରତୀୟ ଦଳ ଇଂଲଣ୍ଡ ଗସ୍ତରେ ଯାଇଥିଲା। ପ୍ରଥମ ଟେଷ୍ଟ ମ୍ୟାଚରେ ଦଳ ଏକ ଅପ୍ରତ୍ୟାଶିତ ବିଜୟ ପାଇବ ବୋଲି କେହି ଭାବି ନ ଥିଲେ। ଏହି ମ୍ୟାଚରେ ଇଂଲଣ୍ଡ ଦଳ ପ୍ରଥମ ଇନିଂସରେ ୨୯୪ ରନ ସ୍କୋର କରିଥିଲା। ଏହାର ଜବାବରେ ଭାରତୀୟ ଦଳ ପ୍ରଥମ ଇନିଂସରେ ୩୪୧ ରନ କରିଥିଲା। ଦ୍ୱିତୀୟ ଇନିଂସରେ ଇଂଲଣ୍ଡ ୧୮୦ ରନରେ ଅଲଆଉଟ୍‌ ହୋଇଯାଇଥିଲା। ଏଭଳି ପରିସ୍ଥିତିରେ ଭାରତକୁ ମ୍ୟାଚ ଜିତିବାର ଏକ ବଡ଼ ସୁଯୋଗ ଥିଲା। ଦ୍ୱିତୀୟ ଇନିଂସରେ ଭାରତ ୫ ଉଇକେଟ ହରାଇ ୧୩୬ ରନର ଲକ୍ଷ୍ୟ ହାସଲ କରି ଇତିହାସ ସୃଷ୍ଟି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଣେଶ ପୂଜାରେ ଅଘଟଣ: ମଣ୍ଡପକୁ ଯିବା ଲାଗି ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ

ବାଲେଶ୍ୱର,୧୪ା୯(ବାଞ୍ଛାନିଧି ଦେ): ଅଗ୍ରପୂଜ୍ୟ ଗଣପତି ବାବାଙ୍କ ପୂଜା ଉତ୍ସବ ସୋମବାର ଧୂମ୍‌ଧାମରେ ପାଳିତ ହେଉଥିବାବେଳେ ବାଲେଶ୍ୱର ଜିଲା ରେମୁଣା ଅଞ୍ଚଳରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି…

ନୂଆଁଖାଇରେ ମାଟିପାତ୍ରର ମହକ; ବଲାଙ୍ଗୀର ହାଟରେ ବିକ୍ରି ହେଲାଣି କୁରେପତ୍ର ସାଙ୍ଗକୁ ଖଲିଦନା

ବଲାଙ୍ଗୀର,୧୪ା୯(ସୁନିଲ କୁମାର ମହାନ୍ତି): ରାତି ପାହିଲେ ନୂଆଁଖାଇ । ପ୍ରକୃତି ସହ ଓତପ୍ରୋତ ଭାବେ ଜଡ଼ିତ ନୂଆଁଖାଇ । ଏହି ଦିନ ପ୍ରଥମ ଅନ୍ନ ପ୍ରସ୍ତୁତିରେ ମାଟିପାତ୍ରର…

ବରଗଡ଼ରେ ଚାଞ୍ଚଲ୍ୟ: ନୂଆଖାଇ ପୂର୍ବରୁ ସ୍ତ୍ରୀଙ୍କୁ ପିଟିପିଟି ମାରିଲେ ସ୍ବାମୀ

ଅତାବିରା,୧୪।୯(ଯୁଧିଷ୍ଠିର ମହାପାତ୍ର)- ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଅମ୍ଳିପାଲି ପଞ୍ଚାୟତ ଗଡତିଆଟିକ୍ରା ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀଙ୍କୁ ପିଟିପିଟି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

ପୁଣି ବଡ଼ ଆନ୍ଦୋଳନ, ମହାରାଷ୍ଟ୍ର ସରକାରଙ୍କୁ ଘେରିବ CJP! ଅଭିଜିତ ଦୀପକେ କହିଲେ..

ମୁମ୍ବାଇ,୧୪ା୯: ଆନ୍ଦୋଳନ ନେଇ ବଡ଼ ଘୋଷଣା କଲା ସିଜେପି । ନିଟ୍‌ ପେପର ଲିକ୍‌ ମାମଲାକୁ ନେଇ ଦିଲ୍ଲୀର ଜନ୍ତର ମନ୍ତରରେ ବିକ୍ଷୋଭ ପରେ ଏବେ ମହାରାଷ୍ଟ୍ରର…

ଓରାଙ୍ଗଉଟାନକୁ ପୁଣି ଜ୍ୱର: ଡାକ୍ତରୀ ଟିମ୍‌ ସଜାଗ

ବାରଙ୍ଗ,୧୪।୧୦(ଲିଙ୍ଗରାଜ ରାଉତ): ବାଲେଶ୍ବରରୁ ଉଦ୍ଧାର ହୋଇ ନନ୍ଦନକାନନକୁ ଆସିଥିବା ଓରାଙ୍ଗଉଟାନଙ୍କ ମଧ୍ୟରୁ ଜଣେ ଜ୍ବରରେ ଆକ୍ରାନ୍ତ ହୋଇଛି। ଉକ୍ତ ଓରାଙ୍ଗଉଟାନଟି ଆସିବା ଦିନଠାରୁ ଜ୍ବରରେ ଆକ୍ରାନ୍ତ ହୋଇଥିବାର…

ଭାଜପାକୁ ବଡ଼ ଝଟକା, ଦଳ ଛାଡି କଂଗ୍ରେସରେ ମିଶିଲେ ବିଧାୟକ

ବେଙ୍ଗାଲୁରୁ,୧୪।୯: ଭାଜପାର ପୂର୍ବତନ ବିଧାୟକ ତଥା ଦଳର ରାଜ୍ୟ ଓବିସି (OBC) ମୋର୍ଚ୍ଚା ସଭାପତି ଏନ.ଏଲ. ନରେନ୍ଦ୍ର ବାବୁ ରବିବାର କଂଗ୍ରେସରେ ଯୋଗ ଦେଇଛନ୍ତି। ‘ଭାରତ ଯୋଡ଼ୋ’…

ମହାନଦୀକୁ ଗାଧୋଇବାକୁ ଯାଇଥିଲେ ୩ ଯୁବକ, ହଠାତ୍‌ ଗଲେ ଭାସି: ଆଉ ତା’ପରେ…

ବାଙ୍କୀ,୧୪।୯(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ସୁବର୍ଣ୍ଣପୁର ପଞ୍ଚାୟତସ୍ଥିତ ଘୋଡାବର ଗ୍ରାମ ନିକଟସ୍ଥ ମହାନଦୀରେ ଗାଧୋଇବାକୁ ଯାଇ ୩ ଜଣ ଯୁବକ ଭାସି ଯାଇଥିବା ବେଳେ ଦୁଇଜଣ…

ଆସିଲା ବଡ଼ ଖବର: ପୁଣି ବଢ଼ିବ LPG ସିଲିଣ୍ଡର ଦାମ୍‌! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୧୪।୯: ସମଗ୍ର ବିଶ୍ୱ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧର ପ୍ରଭାବ ବହନ କରୁଛି। ଶକ୍ତି ଯୋଗାଣରେ ବାଧା ସୃଷ୍ଟି ହେବା ଯୋଗୁଁ ଇନ୍ଧନ ମୂଲ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?