ଜୁନ୍‌ ୧୭ ଯାଏ ବନ୍ଦ ରହିବ ସମସ୍ତ ଶିକ୍ଷାନୁଷ୍ଠାନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯।୪(ବ୍ୟୁରୋ): ରାଜ୍ୟ କ୍ୟାବିନେଟ୍‌ ବୈଠକରେ ଗୁରୁବାର ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ଏପ୍ରିଲ ୩୦ ଯାଏ ରାଜ୍ୟରେ ଲକ୍‌ଡାଉନ୍‌ ସମୟସୀମା ବୃଦ୍ଧି ପାଇଁ ନିଷ୍ପତ୍ତି ନିଆଯାଇଛି। ଏଥିସହ ରାଜ୍ୟର ସମସ୍ତ ସ୍କୁଲ ଏବଂ କଲେଜ ଜୁନ୍‌ ୧୭ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ। କରୋନା ଏକ ଶତାବ୍ଦି ମଧ୍ୟରେ ମାନବ ସମାଜର ସବୁଠାରୁ ବଡ଼ ଶତ୍ରୁ ଭାବେ ଉଭା ହୋଇଛି। ଜୀବନଯାତ୍ରା ଆଉ ଆଗଭଳି ନାହିଁ। ଏହାକୁ ବୁଝିବା ସହିତ ସାହସର ସହ ମୁକାବିଲା ଦିଗରେ କାମ କରିବା ଦରକାର। ଜଗନ୍ନାଥଙ୍କ ଆର୍ଶିବାଦ ଓ ସମସ୍ତଙ୍କ ତ୍ୟାଗ ହିଁ ଏହି କଠିନ ପରିସ୍ଥିତିରୁ ଶୀଘ୍ର ମୁକୁଳାଇବ ବୋଲି ସେ କହିଛନ୍ତି।

ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି, ଓଡ଼ିଶାବାସୀଙ୍କ ମୋର ନମସ୍କାର। ଆପଣମାନେ କରୋନା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପଦକ୍ଷେପକୁ ଯେଉଁଭଳି ଭାବେ ସହଯୋଗ ଏବଂ ସମର୍ଥନ କରିଛନ୍ତି ସେଥିପାଇଁ ଧନ୍ୟବାଦ। ତେବେ ଏଥିପାଇଁ ଆମ ସମସ୍ତଙ୍କୁ କଷ୍ଟ ସହିବାକୁ ପଡ଼ୁଛି। କିନ୍ତୁ ପରିସ୍ଥିତିର ମୁକାବିଲା ପାଇଁ ଏହାହିଁ ଏକମାତ୍ର ଉପାୟ। ମାର୍ଚ୍ଚ ୧୫ ତାରିଖରେ ରାଜ୍ୟରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲା। ତା ପରଠାରୁ ଆଜି ଭିତରେ ୪୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇସାରିଛନ୍ତି। ଏସବୁ ଭିତରେ ଓଡ଼ିଶାର ଜନସାଧାରଣଙ୍କ ଶୃଙ୍ଖଳା ଓ ତ୍ୟାଗ ପରିସ୍ଥିତିର ମୁକାବିଲା ପାଇଁ ସରକାରଙ୍କୁ ଶକ୍ତି ଦେଇଛି। ଇତିମଧ୍ୟରେ ବିଶ୍ୱର ସବୁଠାରୁ ଶକ୍ତିଶାଳି ଦେଶ ଆମେରିକାରେ କରୋନା ସଂକ୍ରମିତ ଦିନକୁ ଦିନ ବଢ଼ିବାରେ ଲାଗିଛି। ହେଲେ ସେଠାରେ ସମ୍ପୂର୍ଣ୍ଣ ଭାବେ ଲକ୍‌ ଡାଉନ୍‌ ଘୋଷଣା କରାଯାଇନାହିଁ। ଆମକୁ କିନ୍ତୁ ମଣିଷ ଜୀବନ ଏବଂ ଅର୍ଥନୀତି ମଧ୍ୟରେ ନିଷ୍ପତ୍ତି ନେବାକୁ ହେବ। ଏହି କଠିନ ପରିସ୍ଥିତିରେ ରାଜ୍ୟ କ୍ୟାବିନେଟ ଗୁରୁବାର ମଣିଷ ଜୀବନକୁ ଅଧିକ ଗୁରୁତ୍ୱ ଦେଇ ଆବଶ୍ୟକ ନିଷ୍ପତ୍ତି ନେଇଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଲକ୍‌ଡାଉନ୍‌ ସମୟ ସୀମାକୁ ଏପ୍ରିଲ ୩୦ ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ କ୍ୟାବିନେଟ ମଧ୍ୟ ଏପ୍ରିଲ ୩୦ ପର୍ଯ୍ୟନ୍ତ ସମୟସୀମା ବୃଦ୍ଧି କରିବା ଲାଗି କେନ୍ଦ୍ର ସରକାରଙ୍କ ସୁପାରିଶ କରିଛି। ସେହିଭଳି ଏହି ପର୍ଯ୍ୟନ୍ତ ଟ୍ରେନ୍‌, ବିମାନ ସେବା ବନ୍ଦ ରଖିବା ପାଇଁ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି। ରାଜ୍ୟର ସମସ୍ତ ସ୍କୁଲ ଏବଂ କଲେଜ ଜୁନ୍‌ ୧୭ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ। କରୋନା ଏକ ଶତାବ୍ଦି ମଧ୍ୟରେ ମାନବ ସମାଜର ସବୁଠାରୁ ବଡ଼ ଶତ୍ରୁ ଭାବେ ଉଭା ହୋଇଛି। ଜୀବନଯାତ୍ରା ଆଉ ଆଗଭଳି ନାହିଁ। ଏହାକୁ ବୁଝିବା ସହିତ ସାହସର ସହ ମୁକାବିଲା ଦିଗରେ କାମ କରିବା ଦରକାର। ଜଗନ୍ନାଥଙ୍କ ଆର୍ଶିବାଦ ଓ ସମସ୍ତଙ୍କ ତ୍ୟାଗ ହିଁ ଏହି କଠିନ ପରିସ୍ଥିତିରୁ ଶୀଘ୍ର ମୁକୁଳାଇବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?