ଜୁନ୍‌ ୨୦ ପରେ ଯୁକ୍ତ୩, ଅଗଷ୍ଟ ୨୦ ସୁଦ୍ଧା ସରିବ ପିଜି ପରୀକ୍ଷା

ଭୁବନେଶ୍ୱର, ୬।୫(ବ୍ୟୁରୋ): ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ଯୁକ୍ତ୩ ମହାବିଦ୍ୟାଳୟ ଏବଂ ସ୍ବୟଂଶାସିତ ମହାବିଦ୍ୟାଳୟର ଯୁକ୍ତ୩ ଶେଷବର୍ଷ ପରୀକ୍ଷା ଜୁନ୍‌ ୨୦ ପରେ ଆରମ୍ଭ ହେବ। ଜୁଲାଇ ୨୪ ସୁଦ୍ଧା ପରୀକ୍ଷା ଶେଷ ହେବ ଓ ଅଗଷ୍ଟ ୩୧ ସୁଦ୍ଧା ପରୀକ୍ଷା ଫଳ ପ୍ରକାଶ ପାଇବ। ସେହିପରି ବିଶ୍ୱବିଦ୍ୟାଳୟ ଏବଂ ସ୍ବୟଂଶାସିତ ମହାବିଦ୍ୟାଳୟର ସ୍ନାତକୋତର ଶ୍ରେଣୀ(ପିଜି)ର ଚତୁର୍ଥ ସେମିଷ୍ଟର (ଫାଇନାଲ୍‌) ପରୀକ୍ଷା ଅଗଷ୍ଟ ୨୦ ସୁଦ୍ଧା ସରିବ ଓ ସେପ୍ଟେମ୍ବର ୨୦ ମଧ୍ୟରେ ଫଳ ପ୍ରକାଶ ପାଇବ ବୋଲି ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ସୂଚନା ଦେଇଛନ୍ତି। ବୁଧବାର ଲୋକସେବା ଭବନରେ ରାଜ୍ୟର ସମସ୍ତ ବିଶ୍ୱ ବିଦ୍ୟାଳୟ କୁଳପତିଙ୍କ ସହିତ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତି ହୋଇଛି। ଏଥିପାଇଁ ଆଜି ଅର୍ଥାତ୍‌ ଗୁରୁବାର ୭ ତାରିଖଠାରୁ କେବଳ ପ୍ରଶାସନିକ କାର୍ଯ୍ୟ ନିମନ୍ତେ ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ, ସ୍ବୟଂଶାସିତ ମହାବିଦ୍ୟାଳୟ ଏକ ତୃତୀୟାଂଶ କର୍ମଚାରୀଙ୍କୁ ନେଇ ଖୋଲାଯିବାକୁ ମଧ୍ୟ ନିଷ୍ପତ୍ତି ନିଆଯାଇଥିବା ମନ୍ତ୍ରୀ ସାହୁ କହିଛନ୍ତି।
କରୋନା ଲଢ଼େଇ ଓ ଲକ୍‌ଡାଉନ୍‌ ଜାରି ରହିଛି। ତେଣୁ ମନ୍ତ୍ରୀ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ରାଜ୍ୟର ସମସ୍ତ କୁଳପତିମାନେ ଭିଡିଓ କନ୍‌ଫରେନ୍ସିଂରେ ବିଭିନ୍ନ ପରୀକ୍ଷା ପରିଚାଳନା, ଫଳ ପ୍ରକାଶନ, ଛାତ୍ରୀଛାତ୍ରଙ୍କ ନାମଲେଖା ଓ ଶିକ୍ଷାଦାନ ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯାଇଥିଲା। ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ ଓ ସ୍ବୟଂଶାସିତ ମହାବିଦ୍ୟାଳୟଗୁଡ଼ିକ ଯୁକ୍ତ୩ ଶ୍ରେଣୀର ୬ଷ୍ଠ ସେମିଷ୍ଟାର ପରୀକ୍ଷା ନିମନ୍ତେ ପରୀକ୍ଷା ସୂଚୀ ସ୍ଥିର କରି ଛାତ୍ରୀଛାତ୍ରଙ୍କୁ ଆଗୁଆ ଜଣାଇବା ପାଇଁ କୁହାଯାଇଛି। ସେହିପରି ସ୍ନାତକୋତର ଶ୍ରେଣୀର ଚତୁର୍ଥ ସେମିଷ୍ଟାର ପରୀକ୍ଷା ନିମନ୍ତେ ସମ୍ପୃକ୍ତ ବିଶ୍ୱବିଦ୍ୟାଳୟ ଏବଂ ସ୍ବୟଂଶାସିତ ମହାବିଦ୍ୟାଳୟ ବିସ୍ତୃତ ପରୀକ୍ଷା ସୂଚୀ ପ୍ରକାଶ କରିବେ। ଏଥିସହିତ ଚଳିତବର୍ଷ ସ୍ନାତକୋତର ଶ୍ରେଣୀର ନାମଲେଖା ନିମନ୍ତେ ଏକକ ପ୍ରବେଶିକା ପରୀକ୍ଷା ଏବଂ ନାମଲେଖା କାର୍ଯ୍ୟ ସେପ୍ଟେମ୍ବରରୁ ଅକ୍ଟୋବର ମଧ୍ୟରେ ଶେଷ କରାଯିବା ପାଇଁ ବୈଠକରେ ନିଷ୍ପତ୍ତି ନିଆଯାଇଛି। ଅନ୍ୟପକ୍ଷରେ ଅନଲାଇନ୍‌ ଏବଂ ଇ-ଲର୍ନିଂ ମାଧ୍ୟମରେ ଶିକ୍ଷାଦାନ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଏକ ବ୍ଲ୍ୟୁ-ପ୍ରିଣ୍ଟ ପ୍ରସ୍ତୁତ କରାଯିବ। ଏହାଦ୍ୱାରା ଛାତ୍ରୀଛାତ୍ରଙ୍କୁ ସହଜରେ ଉନ୍ନତମାନର ଷ୍ଟଡି ମ୍ୟାଟେରିଆଲ ମିଳିପାରିବ ବୋଲି ମତ ପ୍ରକାଶ ପାଇଥିଲା। ସେହିଭଳି ପ୍ରତି ୧୫ ଦିନରେ ଥରେ କୁଳପତିମାନଙ୍କ ସହିତ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବୈଠକ କରି ସ୍ଥିତି ସମ୍ପର୍କରେ ତର୍ଜମା କରି ନିଷ୍ପତ୍ତି ଗ୍ରହଣ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି।
ମନ୍ତ୍ରୀ ସାହୁଙ୍କ ସହ ଉଚ୍ଚ ଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଶାଶ୍ୱତ ମିଶ୍ର, ଉଚ୍ଚ ଶିକ୍ଷା ପରିଷଦ ଉପାଧ୍ୟକ୍ଷ ପ୍ରଫେସର ଅଶୋକ ଦାସଙ୍କ ସମେତ ଉତ୍କଳ ବିଶ୍ୱବିଦ୍ୟାଳୟ, ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଏବଂ ଓଡ଼ିଶା ମୁକ୍ତ ବିଶ୍ୱବିଦ୍ୟାାୟର କୁଳପତି ଲୋକସେବା ଭବନରେ ଉପସ୍ଥିତ ଥିବାବେଳେ ଅନ୍ୟ ବିଶ୍ୱବିଦ୍ୟାଳୟଗୁଡ଼ିକର କୁଳପତିମାନେ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କୁ ମିଳୁନି ସାର, ବଢୁଛି କଳାବଜାର

ଧରାକୋଟ,୩୧ା୭(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଦୀର୍ଘଦିନ ପରେ ଧରାକୋଟ ଅଞ୍ଚଳରେ ଭଲ ବର୍ଷା ହୋଇଥିବାରୁ ଚାଷୀ ଚାଷକାର୍ଯ୍ୟ ଆଗେଇ ନେଉଛନ୍ତି। ତେବେ ଚାଷରେ ପ୍ରୟୋଗ ପାଇଁ ଆବଶ୍ୟକ ପରିମାଣର…

ଆଲିଆବାଦ ସ୍କୁଲରେ ଶିକ୍ଷକ ଅଭାବ: ୪୮ ଛାତ୍ରଛାତ୍ରୀଙ୍କ ପାଇଁ ମାତ୍ର ଜଣେ ଶିକ୍ଷୟିତ୍ରୀ

ଗଞ୍ଜାମ, ୩୧/୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ଆଲିଆବାଦ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ନର୍ଲା ବିଧାୟିକା: ୩୦୦ ପରିବାରଙ୍କୁ ଦେଲେ…

କେସିଙ୍ଗା, ୩୧।୭ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକରେ ଜୁଲାଇ ମାସର ଶେଷ ସପ୍ତାହରେ ହୋଇଥିବା ଲଗାଣ ବର୍ଷା ଯୋଗୁ ବେଲଖଣ୍ଡି ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି…

‘ଆତ୍ମନିର୍ଭର ଭାରତ ଗଠନରେ ଛାତ୍ରୀଛାତ୍ରଙ୍କ ଭୂମିକା’

ଦିଗପହଣ୍ଡି,୩୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଖେମୁଣ୍ଡି କଲେଜରେ ଶୁକ୍ରବାର ‘ନବସୃଜନ ଓ ନବଉଦ୍ୟମ ପ୍ରତିଯୋଗିତା ୨୦୨୬’ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ…

ହାଣ୍ଡିଶାଳକୁ ମହଙ୍ଗା ମାଡ଼: ବର୍ଷା ଋତୁରେ ଆକାଶଛୁଆଁ ପନିପରିବା ଦର

ଲାଞ୍ଜିଗଡ, ୩୧/୭ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ ଶିଳ୍ପାଞ୍ଚଳ ସମେତ ଆଖପାଖ ଅଞ୍ଚଳରେ ବର୍ଷା ଋତୁରେ ପନିପରିବା ଦର ଆକାଶଛୁଆଁ ହୋଇଛି। ଏହାର ପ୍ରଭାବ…

୨୭୪ ଛାତ୍ରୀଛାତ୍ରଙ୍କ ଲାଗି ୩ ଶିକ୍ଷକ, ଅନ୍ଧାରରେ ଭବିଷ୍ୟତ

ଖଜୁରିପଡ଼ା, ୩୧ା୭ (ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଦୂତିମେଣ୍ଡି ପଞ୍ଚାୟତର ଲମ୍ବାଗୁଡ଼ରି ସରକାରୀ ଆଶ୍ରମ ବିଦ୍ୟାଳୟରେ ଶିକ୍ଷକ ଅଭାବ ଦେଖା ଦେଇଛି। ରାଜ୍ୟ…

Assam Floods: ବନ୍ୟାର ତାଣ୍ଡବ: ମୃତ୍ୟୁ ସଂଖ୍ୟା ୮୦କୁ ବୃଦ୍ଧି ପାଇଛି

ଗୁଆହାଟି,୩୧।୭: ଆସାମ ବନ୍ୟାରେ ମୃତ୍ୟୁ ସଂଖ୍ୟା ୮୦ରେ ପହଞ୍ଚିଛି, ଯେତେବେଳେ ଆଠଟି ଜିଲ୍ଲାର ୨.୧୨ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି; ଅଧିକାରୀମାନେ ଶୁକ୍ରବାର ଏହି ସୂଚନା ଦେଇଛନ୍ତି।…

ପାକିସ୍ତାନରେ ମାତିଲେ ‘କକ୍ରୋଚ ପାର୍ଟି’, ଗୃହମନ୍ତ୍ରୀଙ୍କୁ ଘାରିଲା ବିଦ୍ରୋହର ଭୟ, କହିଲେ…

ଇସଲାମାବାଦ,୩୧।୭: ଭାରତରେ ହୋଇଥିବା CJP ପ୍ରତିବାଦ ପରେ ବର୍ତ୍ତମାନ ପାକିସ୍ତାନରେ ମଧ୍ୟ ‘କକ୍ରୋଚ ପାର୍ଟି’ ଗଠନ କରାଯାଇଛି। ଏହାକୁ ନିକଟରେ ଲଞ୍ଚ କରାଯାଇଛି। ଏହାର ଇନଷ୍ଟାଗ୍ରାମ ପେଜ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri