Posted inରାଜ୍ୟ

ଜୁନ୍‌ ୨୨ସୁଦ୍ଧା ରଥ ନିର୍ମାଣ କାମ ସାର: ହାଇକୋର୍ଟ

କଟକ ଅଫିସ୍‌,୧୩ା୫: ଆସନ୍ତା ଜୁନ୍‌ ୨୨ତାରିଖ ସୁଦ୍ଧା ରଥ ନିର୍ମାଣ କାମ ସାରିବାକୁ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଏକ ଜନସ୍ବାର୍ଥ ମାମଲାର ଶୁଣାଣି କରି ଏହି ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍‌ ମହମ୍ମଦ ରଫିକ୍‌ ଏବଂ ଜଷ୍ଟିସ୍‌ ଏସ୍‌.କେ. ମିଶ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ। ଆବେଦନକାରୀ ଜୟନ୍ତ କୁମାର ବଳଙ୍କ ପକ୍ଷରୁ ଆବେଦନରେ ଉଲ୍ଲେଖ କରାଯାଇଥିଲା ଯେ, ଜୁନ୍‌ ୨୩ରେ ରଥଯାତ୍ରା । କରୋନା ଭୂତାଣୁର ସଂକ୍ରମଣ କମିଲେ କିମ୍ବା ଲକ୍‌ଡାଉନ୍‌ ହଟିବା ପରେ ରଥଯାତ୍ରା ଆୟୋଜନ ହୋଇପାରିବ। ହେଲେ ବିଧି ଅନୁଯାୟୀ, ଯାତ୍ରା ପୂର୍ବରୁ ରଥ ନିର୍ମାଣ ସରିବା ଆବଶ୍ୟକ। ଶୀଘ୍ର ନିର୍ମାଣ କାର୍ଯ୍ୟ ଆରମ୍ଭ ନ ହେଲେ ଯାତ୍ରା ପୂର୍ବରୁ ସରିବ ନାହିଁ। ଏଣୁ ତୁରନ୍ତ ଏନେଇ ନିର୍ଦ୍ଦେଶ ଦେବାକୁ ସେ ଆବେଦନ କରିଥିଲେ। ମାମଲାରେ ରାଜ୍ୟ ସରକାର, ଆଇନ୍‌ ସଚିବ, ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟି, ପୁରୀ ଜିଲାପାଳ ଏବଂ ପୁରୀ ଏସ୍‌ପିଙ୍କୁ ପକ୍ଷଭୁକ୍ତ କରାଯାଇଥିଲା। ଶୁଣାଣିବେଳେ ରାଜ୍ୟ ସରକାରଙ୍କ ତରଫରୁ ଆଡଭୋକେଟ୍‌ ଜେନେରାଲ୍‌ ଅବଗତ କରାଇଥିଲେ ଯେ, ବିଳମ୍ବରେ ରଥ ନିର୍ମାଣ ଆରମ୍ଭ ହୋଇଥିଲେ ମଧ୍ୟ କାମ ଜୋର୍‌ସୋର୍‌ରେ ଚାଲିଛି । ଯାତ୍ରା ପୂର୍ବରୁ ରଥ ନିର୍ମାଣ ଶେଷ ହୋଇଯିବ। କରୋନା ଭୂତାଣୁର ସଂକ୍ରମଣକୁ ଦୃଷ୍ଟିରେ ରଖି ନିର୍ମାଣ ସ୍ଥଳରେ ସାମାଜିକ ଦୂରତା ଏବଂ ବିଶୋଧନ ସହ ଅନ୍ୟାନ୍ୟ ପଦକ୍ଷେପ ନିଆଯାଇଥିବା ଏଜିଙ୍କ ତରଫରୁ ଅବଗତ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

ପରିତ୍ୟକ୍ତ ଖାଦାନରେ ବୁଡ଼ି ଯୁବକ ନିଖୋଜ

ରାଉରକେଲା, ୧୫/୮ (ସଙ୍ଗୀତା ଜେନା): ଝିରପାଣି ଥାନା ଅନ୍ତର୍ଗତ ଜଗଦା ଅଞ୍ଚଳରେ ଥିବା ଏକ ପରିତ୍ୟକ୍ତ ଖାଦାନରେ ବୁଡ଼ି ଜଣେ ଯୁବକ ଶନିବାର ସକାଳେ ନିଖୋଜ ହୋଇଯାଇଥିବା…

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ: ଆତ୍ମନିର୍ଭର, ସଶକ୍ତ ଓ ବିକଶିତ ଭାରତ ଗଢ଼ିବା ଆହ୍ବାନ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଶନିବାର ଜିଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଜାତୀୟ ପତାକା…

OAS ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

କଳାହାଣ୍ଡିରେ ବିଦେଶୀ ଖବରଦାତା ଲୁଇସ୍ ଲାଫ୍ରାନ୍ସ

ଭବାନୀପାଟଣା, ୧୫।୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ସ୍ପେନର ବରିଷ୍ଠ ଖବରଦାତା, ଗବେଷକ ତଥା ବ୍ଲଗର ଲୁଇସ୍ ଲାଫ୍ରାନ୍ସ ପରିଦର୍ଶନରେ ଆସିଛନ୍ତି। ଏହି ଗସ୍ତ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri