ଜୁନ୍‌ ୩୦ ଯାଏ ଗଞ୍ଜାମ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌: ମଧ୍ୟାହ୍ନ ୧୨ଟାରୁ ପରେ ଘରୁ ନ ବାହାରିବାକୁ ଜିଲାପାଳଙ୍କ ପରାମର୍ଶ

ଛତ୍ରପୁର,୧୪।୬(ଡି.ଏନ୍‌.ଏ.)-ଗଞ୍ଜାମ ଜିଲାରେ ଗୋଟିଏ ପଟେ କରୋନା ପଜିଟିଭ୍‌ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଅପରପକ୍ଷେ କେତେକ ଲୋକ ଏବେ ବି ମାସ୍କ ପିନ୍ଧୁ ନ ଥିବା, ସାମାଜିକ ଦୂରତା ରକ୍ଷା କରୁ ନ ଥିବା ଦେଖାଯାଉଛି। ଏପରିକି ଲୋକମାନେ ପୋଖରୀରେ ଗାଧୋଉଛନ୍ତି। ଏହି ସବୁ କାରଣରୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ରବିବାର କଡା ପଦକ୍ଷେପ ଗ୍ରହଣ କରିଛନ୍ତି। ସୋମବାରଠାରୁ ଶୁକ୍ରବାର ପର୍ଯ୍ୟନ୍ତ ସକାଳ ୭ ଟାରୁ ମଧ୍ୟାହ୍ନ ୧୨ ଟା ପର୍ଯ୍ୟନ୍ତ କେବଳ ଅତ୍ୟାବଶ୍ୟକୀୟ ସାମଗ୍ରୀ ଓ ଔଷଧ ଦୋକାନ ଖୋଲିବ ବୋଲି ଜିଲାପାଳ ରବିବାର ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଏହାଛଡ଼ା ମଧ୍ୟାହ୍ନ ୧୨ ଟାରୁ ପରଦିନ ସକାଳ ୭ ଟା ପର୍ଯ୍ୟନ୍ତ ଜିଲାରେ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ ରହିବ। ଏହା ଜୁନ୍‌ ୩୦ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ। ଶନିବାର ଓ ରବିବାର ପୂର୍ବଭଳି ଜିଲାରେ ସମ୍ପୂର୍ଣ୍ଣ ଶଟ୍‌ଡାଉନ୍‌ ରହିବ ବୋଲି ଜିଲାପାଳ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁର ପାଇଁ ସମୟ ନାହିଁ

କିଛି ଦିନର ବ୍ୟବଧାନ ପରେ ଭାରତର ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ମଣିପୁରରେ ସଦ୍ୟ ହିଂସା ଦେଖାଦେଇଛି। ବିଷ୍ଣୁପୁର ଜିଲାର ମୋଇରାଙ୍ଗ ତ୍ରୋଙ୍ଗଲାଓବି ଅଞ୍ଚଳରେ ୬ ଏପ୍ରିଲରେ ଉଗ୍ରବାଦୀଙ୍କ ବୋମା…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏତିକି ଦିନ ପାଇଁ ଅସ୍ତ୍ରବିରତି ଘୋଷଣା: ୨ ନେତାଙ୍କୁ ଧନ୍ୟବାଦ ଦେଲା ଇରାନ, କହିଲା ଏମାନଙ୍କ ପାଇଁ…

ଓ୍ବାଶିଂଟନ୍‌,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦୁଇ ସପ୍ତାହ ପାଇଁ…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

୪୨.୫% ଭାରତୀୟ ସ୍ବାସ୍ଥ୍ୟକୁ କରନ୍ତି ଅଣଦେଖା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୮ା୪(ପି.ଟି.):କାର୍ଯ୍ୟବ୍ୟସ୍ତତା କାରଣରୁ ୪୨.୫ ପ୍ରତିଶତ ଭାରତୀୟ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ଅଣଦେଖା କରୁଥିବା ସ୍ବୀକାର କରିଛନ୍ତି। ୫୭.୮ ପ୍ରତିଶତ କହିଛନ୍ତି, ସେମାନଙ୍କ ସ୍ବାସ୍ଥ୍ୟ ପାଇଁ କ’ଣ ଭଲ…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri