ଜୁନ୍‌ ୩୦ ଯାଏ ଗଞ୍ଜାମ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌: ମଧ୍ୟାହ୍ନ ୧୨ଟାରୁ ପରେ ଘରୁ ନ ବାହାରିବାକୁ ଜିଲାପାଳଙ୍କ ପରାମର୍ଶ

ଛତ୍ରପୁର,୧୪।୬(ଡି.ଏନ୍‌.ଏ.)-ଗଞ୍ଜାମ ଜିଲାରେ ଗୋଟିଏ ପଟେ କରୋନା ପଜିଟିଭ୍‌ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଅପରପକ୍ଷେ କେତେକ ଲୋକ ଏବେ ବି ମାସ୍କ ପିନ୍ଧୁ ନ ଥିବା, ସାମାଜିକ ଦୂରତା ରକ୍ଷା କରୁ ନ ଥିବା ଦେଖାଯାଉଛି। ଏପରିକି ଲୋକମାନେ ପୋଖରୀରେ ଗାଧୋଉଛନ୍ତି। ଏହି ସବୁ କାରଣରୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ରବିବାର କଡା ପଦକ୍ଷେପ ଗ୍ରହଣ କରିଛନ୍ତି। ସୋମବାରଠାରୁ ଶୁକ୍ରବାର ପର୍ଯ୍ୟନ୍ତ ସକାଳ ୭ ଟାରୁ ମଧ୍ୟାହ୍ନ ୧୨ ଟା ପର୍ଯ୍ୟନ୍ତ କେବଳ ଅତ୍ୟାବଶ୍ୟକୀୟ ସାମଗ୍ରୀ ଓ ଔଷଧ ଦୋକାନ ଖୋଲିବ ବୋଲି ଜିଲାପାଳ ରବିବାର ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଏହାଛଡ଼ା ମଧ୍ୟାହ୍ନ ୧୨ ଟାରୁ ପରଦିନ ସକାଳ ୭ ଟା ପର୍ଯ୍ୟନ୍ତ ଜିଲାରେ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ ରହିବ। ଏହା ଜୁନ୍‌ ୩୦ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ। ଶନିବାର ଓ ରବିବାର ପୂର୍ବଭଳି ଜିଲାରେ ସମ୍ପୂର୍ଣ୍ଣ ଶଟ୍‌ଡାଉନ୍‌ ରହିବ ବୋଲି ଜିଲାପାଳ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଜଲାପୁଟ ଜଳଭଣ୍ଡାରରେ ଡଙ୍ଗାବୁଡ଼ି ଘଟଣା: ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର

କୋରାପୁଟ,୨୮ା୧୦: କୋରାପୁଟ ଜିଲାର ପାଡୁଆ ଥାନା ଅନ୍ତର୍ଗତ ଜଲାପୁଟ ଜଳଭଣ୍ଡାରରେ ଏକ ଦେଶୀ ଡଙ୍ଗାବୁଡ଼ି ୩ ଜଣ ଯୁବକ ନିଖୋଜ ହୋଇଥିବା ବେଳେ ମଙ୍ଗଳବାର ଜଣଙ୍କର...

ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟଣା: ଗ୍ୟାଙ୍ଗ ଲିଡର ବାଲବଚା ଗିରଫ

ବ୍ରହ୍ମପୁର ଅଫିସ,୨୮।୮: ଗଞ୍ଜାମ ଜିଲା ବଡ଼ବଜାର ଥାନା ଅନ୍ତର୍ଗତ ଶାନ୍ତି ନଗରରେ ଗତ ୧୫ ତାରିଖରେ ୨ ଅପରାଧୀ ବାଲ୍‌ବଚା ଓ ଖଣ୍ଡି ଗୋଷ୍ଠୀ ମଧ୍ୟରେ...

ଆଖି ନ ଥାଇ ଜୀବନ ଯୁଦ୍ଧର ବିଜେତା କୀର୍ତ୍ତନ: ୫ ପ୍ରାଣୀଙ୍କ ମୁହଁରେ ଫୁଟାଇଛନ୍ତି ହସ

କାମାକ୍ଷାନଗର, ୧୩।୧: ଆଖି ନାହିଁ। ଦେଖିପାରନ୍ତିନି ଦୁନିଆକୁ। ହେଲେ ଏହି ଦୁଃଖ କେବେ ଆସିନି ତାଙ୍କ ଓଠ ପାଖକୁ। ଖୁସ୍‌ ମିଜାଜ ଆଉ ହସହସ ମୁହଁରେ କେଇ...

ସ୍ବତନ୍ତ୍ର ପରୀକ୍ଷାର୍ଥୀଙ୍କୁ ମିଳିବ ଯୁକ୍ତ ୩ ନାମଲେଖା ସୁଯୋଗ

ଭୁବନେଶ୍ୱର, ୪।୯(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ୨ ସ୍ବତନ୍ତ୍ର ପରୀକ୍ଷା ଦେଉଥିବା ଛାତ୍ରୀଛାତ୍ରଙ୍କ ପାଇଁ ଯୁକ୍ତ ୩ ନାମଲେଖା ନିମନ୍ତେ ଆଉ...

୬ରେ ଓଡ଼ିଶା ଆସିବେ ଆନ୍ନା ହଜାରେ

ଭୁବନେଶ୍ୱର,୧।୧୧(ବ୍ୟୁରୋ): ଆସନ୍ତା ୬ ତାରିଖରେ ଓଡ଼ିଶା ଆସିବେ ବିଶିଷ୍ଟ ସମାଜସେବୀ ଆନ୍ନା ହଜାରେ। ଭୁବନେଶ୍ୱର ବରମୁଣ୍ଡା ପଡ଼ିଆରେ ଆୟୋଜିତ ନବ ନିର୍ମାଣ କୃଷକ ସଂଗଠନର ରାଷ୍ଟ୍ରୀୟ...

ସରପଞ୍ଚଙ୍କ ନିଷ୍ପତ୍ତିକୁ ମାନିଲାନି ପ୍ରଶାସନ: ଜିଲାପାଳ କ୍ଷମତା ଫେରାଇନେବାକୁ କହିଲେ ସରପଞ୍ଚ

ଟିକିରି,୨୨ା୫:ପ୍ରତ୍ୟେକ ପଞ୍ଚାୟତରେ କରୋନା ସଂକ୍ରମଣକୁ ରୋକିବା ଏବଂ ସରପଞ୍ଚମାନଙ୍କୁ ଉତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟର ସମସ୍ତ ସରପଞ୍ଚଙ୍କୁ ଜିଲାପାଳଙ୍କ କ୍ଷମତା ପ୍ରଦାନ କରିଛନ୍ତି। ଏହି...

ସରିଲା ବାଲିଯାତ୍ରା: ପୁଣି ଆସନ୍ତା ବର୍ଷକୁ ଅପେକ୍ଷା

କଟକ ଅଫିସ, ୨୧।୧୧: ୯ ଦିନ ଧରି ଚାଲିଥିବା ଐତିହାସିକ କଟକ ବାଲିଯାତ୍ରା ବୁଧବାର ଶେଷ ହୋଇଛି। ଏଥିରେ ୫ ଲକ୍ଷ ଲୋକଙ୍କ ସମାଗମ ହୋଇଥିବାବେଳେ...

ଗୁରୁଙ୍କ ଗୁରୁ ଥିଲେ କେଳୁଚରଣ

ଭୁବନେଶ୍ୱର ୧୨।୯(ବ୍ୟୁରୋ): ଗୁରୁ କେଳୁଚରଣ ମହାପାତ୍ର କେବଳ ଓଡ଼ିଶାର ନୁହେଁ, ଭାରତର ସାଂସ୍କୃତିକ ପରିମଣ୍ଡଳର ଜଣେ ପ୍ରଭାବବନ୍ତ ବ୍ୟକ୍ତିତ୍ୱ ଥିଲେ। ସେ ଗୁରୁ ନଥିଲେ, ସେ...

Advertisement


Archives

Model This Week