ଜୁନ୍‌ ୬ରୁ ଯୁକ୍ତ ୨ ନାମ ଲେଖା ଆବେଦନ: ଜୁଲାଇ ୨୪ରୁ ପାଠପଢ଼ା ଆରମ୍ଭ

ଭୁବନେଶ୍ୱର, ୧।୬(ବ୍ୟୁରୋ): ରାଜ୍ୟରେ ଥିବା ୧୬୦୦ରୁ ଅଧିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ(ଯୁକ୍ତ ୨) ସମେତ ସେଲ୍ଫ ଫାଇନାନ୍ସ କଲେଜ, ଉପଶାସ୍ତ୍ରୀ ଓ ଧନ୍ଦାମୂଳକ ଶିକ୍ଷା କଲେଜରେ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଜୁନ୍‌ ୬ରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଛାତ୍ରୀଛାତ୍ର କେବଳ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ। ଅଫ୍‌ଲାଇନ୍‌ରେ କୌଣସି ଫର୍ମ ଗ୍ରହଣ କରାଯିବ ନାହିଁ। ଫର୍ମ ପୂରଣ କରିବା ପୂର୍ବରୁ ଛାତ୍ରୀଛାତ୍ରମାନେ କମନ୍‌ ଆପ୍ଲିକେସନ ଫର୍ମ(ସିଏଏଫ୍‌)କୁ ଭଲ ଭାବେ ପଢ଼ିବାକୁ ଉଚ୍ଚମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ପରାମର୍ଶ ଦିଆଯାଇଛି।
ପ୍ରକାଶିତ ବିଜ୍ଞପ୍ତି ଅନୁସାରେ, ଜୁନ୍‌ ୬ ପୂର୍ବାହ୍ନ ୧୧ଟାରୁ www.samodisha.gov.in ଓ୍ବେବ୍‌ସାଇଟ୍‌ରେ ସିଏଏଫ୍‌ ଉପଲବ୍ଧ ହେବ। ଜୁନ୍‌ ୨୦ ତାରିଖ ପର୍ଯ୍ୟନ୍ତ ଛାତ୍ରୀଛାତ୍ର ଆବେଦନ କରିପାରିବେ। ଯୋଗ୍ୟ ବିବେଚିତ ଛାତ୍ରୀଛାତ୍ର ଜୁନ୍‌ ୨୮ରୁ ଜୁଲାଇ ୨ ତାରିଖ ମଧ୍ୟରେ ନାମ ଲେଖାଇପାରିବେ। ଜୁଲାଇ ୮ରେ ଦ୍ୱିତୀୟ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟ ତଥା କଟ୍‌ ଅପ୍‌ ମାର୍କ ତାଲିକା ପ୍ରକାଶ ପାଇବ। ଏଥିପାଇଁ ଜୁଲାଇ ୯ରୁ ୧୧ ମଧ୍ୟରେ ନାମ ଲେଖା ହେବ। ଜୁଲାଇ ୧୬ରେ ବଳକା ସିଟ୍‌ ତାଲିକା ପ୍ରକାଶ କରାଯିବ। ଜୁଲାଇ ୨୦ରୁ ୨୨ ତାରିଖ ମଧ୍ୟରେ ସ୍ପଟ୍‌ ନାମଲେଖା ଅନୁଷ୍ଠିତ ହେବ। ଜୁଲାଇ ୨୪ରୁ ଯୁକ୍ତ ୨ ପ୍ରଥମ ବର୍ଷ ଛାତ୍ରୀଛାତ୍ରଙ୍କ ପାଠପଢ଼ା ଆମ୍ଭ ହେବ ବୋଲି ଉଚ୍ଚମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଯୁକ୍ତ ଟିଉଶନ ସାର୍‌ ଗିରଫ

ଭୁବନେଶ୍ୱର/ ସମ୍ବଲପୁର,୨୩।୧୨(ବ୍ୟୁରୋ): ଭୁବନେଶ୍ୱର ବଡ଼ଗଡ଼ ଥାନା ଅଞ୍ଚଳରୁ ଦୁଇ ଛାତ୍ରୀଙ୍କୁ ଅପହରଣ କରି ନେଇଥିବା ଟିଉଶନ୍‌ ସାର୍‌ ଗୋପାଳକୃଷ୍ଣ ବାଡ଼ତିଆଙ୍କୁ ପୋଲିସ ସମ୍ବଲପୁର ଅଇଁଠାପାଲି ଅଞ୍ଚଳରୁ...

ଗୀତ ଗାଇ ସଚେତନ କଲେ ଥାନାଧିକାରୀ

ବିଞ୍ଝାରପୁର,୧୫ା୪(ଡି.ଏନ.ଏ): କରୋନା ମହାମାରୀ ଏବେ ସମଗ୍ର ବିଶ୍ୱରେ ତାଣ୍ଡବ ରଚିବାରେ ଲାଗିଛି। ଏହାକୁ ପ୍ରତିହତ କରିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ପ୍ରତିଷେଧକମୂଳକ...

ବରିଷ୍ଠ ଆଇପିଏସ୍‌ ବି.କେ. ଶର୍ମାଙ୍କୁ ଇନ୍‌ଚାର୍ଜ ଡିଜିପି ଦାୟିତ୍ୱ

ଭୁବନେଶ୍ୱର, ୭।୮(ବ୍ୟୁରୋ): ୧୯୮୬ ବ୍ୟାଚର ବରିଷ୍ଠ ଆଇପିଏସ୍‌ ବିଜୟ କୁମାର ଶର୍ମାଙ୍କୁ ବୁଧବାର ଇନ୍‌ଚାର୍ଜ ଡିଜିପି ଭାବେ ନିଯୁକ୍ତି ଦିଆଯାଇଛି। ତେବେ ଡିଜିପି ରାଜେନ୍ଦ୍ର ପ୍ରସାଦ...

କୃଷି ବିଭାଗ କୋମାରେ

ସାତମାଇଲ, ୬ା୫ ଅକ୍ଷୟତୃତୀୟାରେ ସରିଛି ଅଖିମୁଠି ଅନୁକୂଳ। ବିହନ ବୁଣି ଚାଷ ପାଇଁ ପାଗ ଭିଡ଼ିଲେଣି ଚାଷୀ। ଚଳିତ ବର୍ଷ ମୌସୁମୀ ବର୍ଷା ସ୍ବାଭାବିକ ହେବ...

ପୁଣି ୧୦ ଜୀବନ ନେଲା କରୋନା, ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର,୬।୮(ବ୍ୟୁରୋ): ରାଜ୍ୟରେ କରୋନା ଯୋଗୁ ଆଉ ୧୦ ଜଣଙ୍କ ଜୀବନ ଯାଇଛି। ଫଳରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୩୫କୁ ବୃଦ୍ଧି ପାଇଛି। ଏହି ୧୦ମୃତକଙ୍କ...

ପୁରସ୍କାର ନାଁ ‘ଜୟଦେବ ସମ୍ମାନ’ ବଦଳରେ ‘ମୋହନ ସୁନ୍ଦର ଦେବ ଗୋସ୍ବାମୀ’ ରଖାଯାଉ

ଭୁବନେଶ୍ୱର, ୬।୧୧(ବ୍ୟୁରୋ): ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା ସମୟରେ ଜୁରି ଅଧ୍ୟକ୍ଷ ଥିବା ସୁରେନ୍ଦ୍ର ସାହୁ ସରକାରଙ୍କ ନିକଟରେ ୫ଟି ପ୍ରସ୍ତାବ ରଖିଛନ୍ତି। ସେ କହିଛନ୍ତି,...

ଓଡ଼ଗାଁରୁ ଗଲା ରୁକୁଣା ରଥ କାଠ

ଓଡ଼ଗାଁ, ୫ା୨ (ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ବନାଞ୍ଚଳ ଓ ବାହାଡ଼ାଝୋଲା ସେକ୍ସନ ଡହଙ୍ଗୀ ଗାଁରୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥ ନିମନ୍ତେ କାଠ ସଂଗ୍ରହ କରାଯାଇଛି।...

ଧରିତ୍ରୀ ଦେଖାଇ ଆଇନଶୃଙ୍ଖଳା, ସ୍ବାସ୍ଥ୍ୟ ସେବା କଥା ଉଠାଇଲେ ନରସିଂହ; କଟକ ହତ୍ୟାକାଣ୍ଡକୁ ନେଇ ଉଦ୍‌ବେଗ

ଭୁବନେଶ୍ୱର,୨୫।୭(ବ୍ୟୁରୋ)- ରାଜ୍ୟରେ ଆଇନ ଶୃଙ୍ଖଳା ବୋଲି କିଛି ନାହିଁ। ଦିନ ଦି ପହରରେ ନାବାଳିକାଙ୍କୁ ବଳାତ୍କାର କରାଯାଉଛି। ପ୍ରଶ୍ନ ପଚାରିଲେ ଉତ୍ତର ମିଳୁ ନାହିଁ। ସବୁ...

Advertisement
Archives

Model This Week