ଜୁନ୍‌ ୧ରୁ ଅଗ୍ନିପଥ ଯୋଜନା:ଜାଣନ୍ତୁ କେମିତି କରିବେ ଆବେଦନ

କଟକ,୨୭।୫(କାର୍ତ୍ତିକ ସାହୁ):ଭାରତୀୟ ସେନାରେ ନିଯୁକ୍ତି ପାଇଁ ଅଗ୍ନିପଥ ଯୋଜନା ଏବଂ ନିୟମିତ କ୍ୟାଡ୍‌ର ଅନ୍‌ଲାଇନ ସାଧାରଣ ପ୍ରବେଶିକା ପରୀକ୍ଷା ଆସନ୍ତା ଜୁନ ୧ରୁ ୧୨ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। କୋଲକାତା ନିଯୁକ୍ତି ଜୋନରେ ସିକିମ, ପଶ୍ଚିମବଙ୍ଗ ସମେତ ଓଡ଼ିଶା ରାଜ୍ୟର ୧୭ଟି ସହରର ୨୬ଟି କେନ୍ଦ୍ରରେ ପରୀକ୍ଷା ଅନୁଷ୍ଠିତ ହେବ। ଓଡ଼ିଶା ସାତଟି ସହର କଟକ, ଭୁବନେଶ୍ୱର, ଢେଙ୍କାନାଳ, ରାଉରକେଲା, ସମ୍ବଲପୁର, ବାଲେଶ୍ୱର ଏବଂ ବ୍ରହ୍ମପୁର (ଗଞ୍ଜାମ)ରେ ଏହି ପରୀକ୍ଷା ଅନୁଷ୍ଠିତ ହେବ।
ପ୍ରବେଶିକା ପରୀକ୍ଷା ନିମନ୍ତେ ଅନ୍‌ଲାଇନ ଆବେଦନ ଗତ ଏପ୍ରିଲ ୧୦ରେ ଶେଷ ହୋଇଛି। ପ୍ରାର୍ଥୀମାନଙ୍କ ପ୍ରବେଶପତ୍ର ଗତ ୧୫ ତାରିଖଠାରୁ www.joinindianarmy.nic.inରେ ଉପଲବ୍ଧ ହୋଇଛି। ଯେଉଁ ପ୍ରାର୍ଥୀମାନେ ପ୍ରବେଶ ପତ୍ର ପାଇନାହାନ୍ତି, ସେମାନେ ସମ୍ପୃକ୍ତ ସେନା ନିଯୁକ୍ତି କାର୍ଯ୍ୟାଳୟ ସହିତ ଯୋଗାଯୋଗ କରିପାରିବେ। କମ୍ପ୍ୟୁଟର ଆଧାରିତ ଅନ୍‌ଲାଇନ ପରୀକ୍ଷାକୁ ବୁଝିବା ଏବଂ ଅଭ୍ୟାସ କରିବା ପାଇଁ ପ୍ରାର୍ଥୀମାନଙ୍କୁ www.joinindianarmy.nic.in ୱେବ୍‌ସାଇଟ ପରିଦର୍ଶନ କରିବାକୁ ପରାମର୍ଶ ଦିଆଯାଇଛି।
ଅନ୍‌ଲାଇନ ସାଧାରଣ ପ୍ରବେଶିକା ପରୀକ୍ଷା ପରେ ମନୋନୀତ ପ୍ରାର୍ଥୀମାନଙ୍କୁ ସେମାନଙ୍କ ଫଳାଫଳ ଏବଂ ନିଯୁକ୍ତି ରାଲିର କାର୍ଯ୍ୟସୂଚୀ ବିଷୟରେ ସୂଚିତ କରାଯିବ। ପ୍ରାର୍ଥୀମାନଙ୍କୁ କୌଣସି ମଧ୍ୟସ୍ଥଙ୍କ ଶିକାର ନ ହେବାକୁ ପରାମର୍ଶ ଦିଆଯାଇଛି। ଯେକୌଣସି ପ୍ରଶ୍ନ ଥିଲେ ପ୍ରାର୍ଥୀମାନେ ସେମାନଙ୍କ ନିକଟତମ/ପ୍ରାସଙ୍ଗିକ ନିଯୁକ୍ତ କାର୍ଯ୍ୟାଳୟ ସହିତ ଯୋଗାଯୋଗ କରିବା ଉଚିତ ବୋଲି କୁହାଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରେ ନ ଥିଲା ଲାଇନ୍‌: ନାଳକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ଛାତ୍ର

ଦେବଗଡ଼,୨୮ା୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଗୋପପୁର ଗ୍ରାମର ଏକ ନାଳରେ ବୁଡି ଗୁରୁବାର ଜଣେ ନବମ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ଘଟିଛି।…

ଝଡବତାସରେ ଭାଙ୍ଗିଲା ଗଛ, ବିଦ୍ୟୁତ୍‌ ସେବା ବନ୍ଦ

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କାଳବୈଶାଖୀ ପ୍ରଭାବରେ ଝଡ଼ବତାସ ଓ ବର୍ଷା ହୋଇଛି। ବର୍ଷା ଯୋଗୁ କ୍ଷେତ, ଖଳାରେ ରହିଥିବା ଅମଳ ଧାନ…

ଶାନ୍ତି ଚୁକ୍ତିର ଦ୍ୱାର ଦେଶରେ ଇରାନ-ଆମେରିକା, ଖୋଲିବ କି ହର୍ମୁଜ? ଜାଣନ୍ତୁ ଅପଡେଟ ଖବର

ତେହରାନ,୨୮।୫: ଆମେରିକା ଏବଂ ଇରାନ ଉଭୟ ଏକ ଶାନ୍ତି ଚୁକ୍ତିନାମାରେ ପହଞ୍ଚିବା ନିକଟରେ ପହଞ୍ଚିଛନ୍ତି। ଆକ୍ସିଓସର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକା ଏବଂ ଇରାନ…

ଗାଁରେ ପଶି ଲୋକଙ୍କୁ କାମୁଡ଼ିଲା ପାଗଳା କୁକୁର

ଗୁଡ଼ାରି,୨୮।୫(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଅସଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିଲିମି ଗ୍ରାମରେ ଗୁରୁବାର ପାଗଳା କୁକୁର ଆତଙ୍କ ଦେଖିବାକୁ ମିଳିଥିଲା। କୁକୁର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୮।୫: ଓଡ଼ିଶାରେ ଭାଜପା ସରକାରକୁ ପୂରଣ ହୋଇଛି ୨ ବର୍ଷ। ଏହି ଅବସରରେ ଏକ ବଡ଼ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ABVP ଜାତୀୟ…

ଜିର୍ଣ୍ଣୋଦ୍ଧାର ମହୋତ୍ସବ ଉଦ୍‌ଯାପିତ

ଦିଗପହଣ୍ଡି,୨୮ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ଉପକଣ୍ଠ କୁଶପଡ଼ାଗ୍ରାମ ନିକଟ କମାପଡ଼ିଆ ସ୍ଥିତ ଶ୍ରୀନୀଳକଣ୍ଠେଶ୍ୱର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଗୁରୁବାର ଉଦ୍‌ଯାପିତ ହୋଇଛି। ୫ ଦିନ ବ୍ୟାପୀ…

CBSE ପ୍ରସଙ୍ଗକୁ ନେଇ ରାହୁଲ-ଧର୍ମେନ୍ଦ୍ର ମୁହାଁମୁହିଁ

ନୂଆଦିଲ୍ଲୀ,୨୮।୫: CBSE ର ମୂଲ୍ୟାୟନ ପ୍ରକ୍ରିୟା ସମ୍ପର୍କରେ ଛାତ୍ରମାନଙ୍କ ଦ୍ୱାରା ଉଠାଯାଉଥିବା ପ୍ରଶ୍ନ ମଧ୍ୟରେ, ଏହି ପ୍ରସଙ୍ଗକୁ ନେଇ ରାଜନୈତିକ ଉତ୍ତେଜନା ମଧ୍ୟ ତୀବ୍ର ହୋଇଛି। ଗୁରୁବାର,…

ସଚିନ ତେନ୍ଦୁଲକରଙ୍କ ଟୁଇଟ ଉପରେ ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିକ୍ରିୟା ଭାଇରାଲ, କହିଲେ ‘କ୍ରିକେଟର ଭଗବାନ’…

ନୂଆଦିଲ୍ଲୀ,୨୮।୫: ବୈଭବ ସୂର୍ଯ୍ୟବଂଶୀ ଇଣ୍ଡିଆନ ପ୍ରିମିୟର ଲିଗରେ ଚମକାଇ ଚାଲିଛନ୍ତି। ମାତ୍ର ୧୫ ବର୍ଷ ବୟସରେ ସେ ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗି ଚାଲିଛନ୍ତି। ସନରାଇଜର୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri