ଜୁଲାଇ ୨୧ରୁ ଆରମ୍ଭ ହେବ ଅମରନାଥ ଯାତ୍ରା: ଶ୍ରଦ୍ଧାଳୁଙ୍କ କରୋନା ଯାଞ୍ଚ ରହିବ ବାଧ୍ୟତାମୂଳକ

ଅନନ୍ତନାଗ,୬।୬: କରୋନା ଲକ୍‌ଡାଉନ ମଧ୍ୟରେ ଅମରନାଥ ଯାତ୍ରାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ଚଳିତ ଥର ଅମରନାଥ ଯାତ୍ରା ଜୁଲାଇ ୨୧ରୁ ଅଗଷ୍ଟ ୩ମଧ୍ୟରେ ଆରମ୍ଭ ହେବ। ଏହି ଯାତ୍ରା କେବଳ ୨ସପ୍ତାହ ଅର୍ଥାତ୍‌ ୧୫ ଦିନ ଯାଏଁ ଚାଲିବ ବୋଲି ଜଣାପଡ଼ିଛି। ଜମ୍ମୁ-କଶ୍ମୀରର ଅନନ୍ତନାଗ ଜିଲାରେ ଥିବା ବାବା ବର୍ଫାନିଙ୍କ ଦର୍ଶନ ଲାଗି ହେବାକୁ ଥିବା ଅମରନାଥ ଯାତ୍ରା ପାଇଁ କେବଳ ଗୋଟିଏ ମାର୍ଗକୁ ନିର୍ଦ୍ଧାରିତ କରାଯାଇଛି। ଚଳିତ ଥର ଶ୍ରଦ୍ଧାଳୁମାନେ ଉତ୍ତରୀ କଶ୍ମୀର ବାଲଟାଲ ମାର୍ଗ ଦେଇ ଅମରନାଥ ଯାତ୍ରା କରିବେ। ଆଉ ଯେଉଁମାନେ ବାବା ବର୍ଫାନୀଙ୍କ ଦର୍ଶନ କରିବାକୁ ଯାଇପାରିବେ ନାହିଁ ସେମାନଙ୍କ ପାଇଁ ଲାଇଭ୍‌ କଭରେଜ୍‌ର ବ୍ୟବସ୍ଥା କରାଯିବ। କିନ୍ତୁ ଏହି ଯାତ୍ରା ଲାଗି ଶ୍ରଦ୍ଧାଳୁଙ୍କ ନିମନ୍ତେ କିଛି ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। କରୋନା ଭାଇରସ୍‌ ମହାମାରୀକୁ ଦୃଷ୍ଟିରେ ରଖି ଯାତ୍ରା କରିବା ପୂର୍ବରୁ ପ୍ରଥମେ ଶ୍ରଦ୍ଧାଳୁଙ୍କ ଯାଞ୍ଜ କରାଯିବ। ରିପୋର୍ଟ ନେଗେଟିଭ୍‌ ଆସିଲେ ସେମାନଙ୍କୁ ଯାତ୍ରା କରିବାକୁ ଅନୁମତି ପ୍ରଦାନ କରାଯିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି। ଏଥିସହ ସାଧୁସନ୍ଥଙ୍କୁ ଛାଡ଼ିଦେଳେ ୫୫ବର୍ଷରୁ କମ୍‌ ବୟସ୍କଙ୍କୁ ଯାତ୍ରା କରିବାକୁ ଅନୁମତି ଦିଆଯିବ। ଏଥିପାଇଁ ଶ୍ରଦ୍ଧାଳୁମାନେ ଅନ୍‌ଲାଇନ୍‌ରେ ପଞ୍ଜିକରଣ କରିବେ ବୋଲି ଶ୍ରୀ ଅମରନାଥଜୀ ଶ୍ରାଇନ ବୋର୍ଡ (ଏସ୍‌ଏଏସ୍‌ବି) ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri