ଜୁହିଙ୍କୁ ବିବାହ କରିବାକୁ ଚାହୁଁଥିଲେ ସଲମାନ୍‌

ବଲିଉଡ୍‌ର ସୁନ୍ଦରୀ ଅଭିନେତ୍ରୀଙ୍କ ମଧ୍ୟରୁ ଅନ୍ୟତମ ଜୁହି ଚାଓ୍ବଲା। ନଭେମ୍ବର ୧୩ରେ ସେ ତାଙ୍କର ୫୨ତମ ଜନ୍ମଦିନ ପାଳନ କରୁଛନ୍ତି। ମିସ୍‌ ଇଣ୍ଡିଆ ଟାଇଟଲ୍‌ ଜିତିଥିବା ଏହି ଅଭିନେତ୍ରୀ ୯୦ ଦଶକରେ ଚୁଲ୍‌ବୁଲି ଚରିତ୍ରରେ ଅଭିନୟ କରି ଦର୍ଶକଙ୍କ ହୃଦୟ ଜିଣିପାରିଥିଲେ। ୧୯୮୬ରେ ମୁକ୍ତିଲାଭ କରିଥିବା ଫିଲ୍ମ ‘ସଲ୍‌ତନତ୍‌’ରୁ ସେ ବଲିଉଡ୍‌ରେ କ୍ୟାରିୟର ଆରମ୍ଭ କରିଥିଲେ। ମାତ୍ର ଏହି ଫିଲ୍ମ ଫ୍ଲପ୍‌ ହୋଇଥିଲା। ଏହାର ୨ ବର୍ଷ ପରେ ଅର୍ଥାତ୍‌ ୧୯୮୮ରେ ଫିଲ୍ମ ‘କୟାମତ୍‌ ସେ କୟାମତ୍‌ ତକ୍‌’ରେ ଅଭିନୟକରି ରାତାରାତି ସେ ଷ୍ଟାର ପାଲଟିଥିଲେ। ଏଥିରେ ଦମ୍‌ଦାର ଅଭିନୟ ପାଇଁ ତାଙ୍କୁ ଶ୍ରେଷ୍ଠ ନବାଗତ ଅଭିନେତ୍ରୀ ରୂପେ ପୁରସ୍କୃତ କରାଯାଇଥିଲା। ଏହା ପରେ ଗୋଟିଏ ପରେ ଗୋଟିଏ ସଫଳ ସିନେମାରେ ସେ ଅଭିନୟ କରିଚାଲିଲେ। ସଲମାନଙ୍କ ସହ ସେ ଅନେକ ସିନେମାରେ କାମ କରିଛନ୍ତି। ମାତ୍ର ସେମାନଙ୍କ ପ୍ରେମ ସମ୍ପର୍କ କେବେ ଚର୍ଚ୍ଚାକୁ ଆସିନାହିଁ। ଏକଦା ସଲମାନ୍‌ ଜୁହିଙ୍କୁ ବିବାହ କରିବାକୁ ଚାହୁଁଥିଲେ। ଏଥିପାଇଁ ସେ ଜୁହିଁଙ୍କ ହାତ ମାଗିବା ପାଇଁ ତାଙ୍କ ବାପାଙ୍କ ନିକଟକୁ ଯାଇଥିଲେ। ମାତ୍ର ସେ ଏଥିପାଇଁ ରାଜି ହୋଇ ନ ଥିଲେ। ଏକ ସାକ୍ଷାତକାରରେ ସଲମାନ୍‌ ଏହା କହିଥିଲେ।
କ୍ୟାରିୟର ଆରମ୍ଭରୁ ଅର୍ଥାତ୍‌ ୧୯୯୨ରେ ନିର୍ଦ୍ଦେଶକ ରାକେଶ ରୋଶନଙ୍କ ମାଧ୍ୟମରେ ଜୁହିଙ୍କର ସାକ୍ଷାତ ହୁଏ ବ୍ୟବସାୟୀ ଜୟ ମେହତାଙ୍କ ସହ। ସେତେବେଳକୁ ଜୟ ବିବାହିତ ଥିଲେ। ମାତ୍ର ଏକ ଦୁର୍ଘଟଣାରେ ତାଙ୍କ ସ୍ତ୍ରୀଙ୍କ ମୃତ୍ୟୁ ହୋଇସାରିଥିଲା। ପରେ ଜୁହି-ଜୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢ଼ି ଉଠିଲା। ୧୯୯୫ରେ ସେମାନେ ବିବାହ କରିଥିଲେ। ସେମାନଙ୍କର ୨ଟି ପିଲା ଗୋଟିଏ ଝିଅ ଜାହ୍ନବୀ ଏବଂ ପୁଅ ଅର୍ଜୁନ ଅଛନ୍ତି। ଶେଷ ଥର ପାଇଁ ଜୁହିଙ୍କୁ ‘ଏକ୍‌ ଲଡ୍‌କି କୋ ଦେଖା ତୋ ଏସା ଲଗା’ରେ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri