ଜୁହି @୫୨:ପ୍ରଥମେ ଜୟଙ୍କୁ ପସନ୍ଦ କରୁ ନ ଥିଲେ ଜୁହି, ଏହି କାରଣରୁ କଲେ ବିବାହ

ବଲିଉଡ୍‌ ଅଭିନେତ୍ରୀ ଜୁହି ଚାୱାଲା ଆଜି ୫୨ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୬୭ ମସିହାରେ ଅମ୍ବାଲାରେ ଜନ୍ମଗ୍ରହଣ କରିଥିଲେ ଜୁହି। ମିସ ଇଣ୍ଡିଆ ଟାଇଟଲ ହାସଲ କରିବା ପରେ ସେ ଫିଲ୍ମ ଲାଇନରେ ପାଦ ଥାପିଥିଲେ। ତାଙ୍କ ଅଭିନୀତ ପ୍ରଥମ ସିନେମା ଥିଲା ‘ସୁଲତାନତ୍‌’ ଯାହା ୧୯୮୬ରେ ମୁକ୍ତିଲାଭ କରିଥିଲା। ଏହି ଫିଲ୍ମରେ ଜୁହି ଚାୱାଲା ସହଅଭିନେତ୍ରୀ ଭାବେ ନଜର ଆସିଥିଲେ। ଏଥିରେ ନାୟକ ଭୂମିକାରେ ଅଭିନୟ କରିଥିଲେ ସନି ଦେଓଲ। ତେବେ ଜୁହି ଚାୱାଲା ମନସୂର ଖାନଙ୍କ ନିର୍ଦ୍ଦେଶିତ ୧୯୮୮ର ବ୍ଲକବ୍ଲାଷ୍ଟର ସିନେମା ‘କୟାମତ ସେ କୟାମତ ତକ’ ରେ ଷ୍ଟାରଡମ ପାଇଥିଲେ। ଏହି ଫିଲ୍ମରେ ଜୁହିଙ୍କ ବିପକ୍ଷରେ ନଜର ଆସିଥିଲେ ମିଷ୍ଟର ପରଫେକ୍ନିଷ୍ଟ ଅମିର ଖାନ। ପ୍ରଥମ ସିନେମାରେ ଅମିର ଓ ଜୁହିଙ୍କ ଯୋଡିକୁ ଦର୍ଶକ ବେଶ୍‌ ପସନ୍ଦ କରିଥିଲେ। ଆଉ ଏହାପରେ ଜୁହି ଚାୱାଲା ପଛକୁ ଫେରି ଚାହିଁ ନ ଥିଲେ। ‘କୟାମତ ସେ କୟାମତ ତକ’ ପରେ ‘ବୋଲ ରାଧା ବୋଲ’, ‘ରାଜୁ ବନଗୟା ଜେଣ୍ଟେଲ ମ୍ୟାନ’, ‘ଆଇନା’, ‘ହମ ହେ ରାହି ପ୍ୟାର କେ’ ଓ ‘ଡର୍‌’ ଆଦି ହିନ୍ଦୀ ସିନେମା ଜୁହି ଚାୱାଲାଙ୍କୁ ନାୟିକା ଭୂମିକାରେ ଦେଖିବାକୁ ମିଳିଥିଲା। ୧୯୯୨ରେ ଫିଲ୍ମ ‘କାରୋବାର’ ଶୁଟିଂ ସମୟରେ ବ୍ୟବସାୟୀ ଜୟ ମେହେତାଙ୍କୁ ଭେଟିଥିଲେ। ସେ ଶୁଟିଂ ସେଟ୍‌କୁ ବାରମ୍ବାର ଆସୁଥିଲେ ମଧ୍ୟ ଜୁହି ତାଙ୍କୁ ପସନ୍ଦ କରୁ ନ ଥିଲେ। କିନ୍ତୁ ନିର୍ଦ୍ଦେଶକ ରାକେଶ ରୋଶନଙ୍କ କଥା ମାନି ଜୁହି ଜୟଙ୍କ ସହ କଥା ହୋଇଥିଲେ। ପ୍ରଥମେ ସାକ୍ଷାତରେ ପ୍ରଥମ ସ୍ତ୍ରୀ ଦୁର୍ଘଟଣାରେ ମୃତ୍ୟୁବରଣ କରୁଥିବା କଥା କହିଥିଲେ। ତାଙ୍କଠାରୁ ଏଭଳି କଥା ଶୁଣିବା ପରେ ଜୁହିଙ୍କ ମନ ତରଳି ଯାଇଥିଲା। ଆଉ ସେ ଜୟଙ୍କ ପ୍ରେମ କରିବସିଥିଲେ। ଉଭୟ ୧୯୯୫ରେ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri