ଜେଇଇ, ଏନ୍‌ଇଇଟି ପାଇଁ ତାରିଖ ଘୋଷଣା: ହେବନି ସିବିଏସ୍‌ଇ ୧୦ମ ପରୀକ୍ଷା

ଭୁବନେଶ୍ୱର,୬ା୫(ବ୍ୟୁରୋ): ଦେଶରେ ବ୍ୟାପୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଜେଇଇ ମେନ୍‌ ଓ ନ୍ୟାଶନାଲ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ (ଏନ୍‌ଇଇଟି ୟୁଜି ୨୦୨୦) ନେଇ ମଙ୍ଗଳବାର ତାରିଖ ଘୋଷଣା କରାଯାଇଛି। ଗତ ଏପ୍ରିଲ୍‌ରେ ଅନୁଷ୍ଠିତ ହେବାକୁ ଥିବା ଜେଇଇ ମେନ୍‌ ପ୍ରବେଶିକା ପରୀକ୍ଷା ଆସନ୍ତା ଜୁଲାଇ ୧୮ ରୁ ୨୩ ତାରିଖ ମଧ୍ୟରେ ଅନୁଷ୍ଠିତ ହେବ। ସେହିଭଳି ମେ’ ୩ରେ ହେବାକୁ ଥିବା ଏନ୍‌ଇଇଟି ପରୀକ୍ଷା ଜୁଲାଇ ୨୬ରେ ହେବ। ଏହାବ୍ୟତୀତ ଜେଇଇ ଆଡ୍‌ଭାନ୍ସ ପରୀକ୍ଷା ଅଗଷ୍ଟ ମାସରେ ଅନୁଷ୍ଠିତ ହେବ। ତେବେ ଜେଇଇ ଆଡ୍‌ଭାନ୍ସ ପାଇଁ ଏପର୍ଯ୍ୟନ୍ତ ତାରିଖ ଘୋଷଣା ହୋଇ ନ ଥିବା ବେଳେ ଖୁବ୍‌ଶୀଘ୍ର ଏନେଇ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି କେନ୍ଦ୍ର ମାନବସମ୍ବଳ ବିକାଶ ମନ୍ତ୍ରୀ ଡ. ରମେଶ ପୋଖରିୟାଲ ନିଶଙ୍କ ସୂଚନା ଦେଇଛନ୍ତି। ସୂଚନାନୁସାରେ, ଜେଇଇ ମେନ୍‌ ଓ ଏନ୍‌ଇଇଟି ୟୁଜି ପରୀକ୍ଷା ପାଇଁ ପଞ୍ଜୀକରଣ କରିଥିବା ଛାତ୍ରୀଛାତ୍ରଙ୍କ ଆଡମିଟ୍‌ କାର୍ଡ ଖୁବ୍‌ଶୀଘ୍ର ପ୍ରକାଶ ପାଇବ। ଆଡମିଟ୍‌ କାର୍ଡରେ ପରୀକ୍ଷାର୍ଥୀ ପରୀକ୍ଷା କେନ୍ଦ୍ର, ସହର ଏବଂ ସେସନ୍‌ ବିଷୟରେ ସମସ୍ତ ସୂଚନା ପାଇପାରିବେ। ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନ୍‌ଟିଏ) ଦ୍ୱାରା ଆଡମିଟ୍‌ କାର୍ଡ ଜାରି କରାଯିବ। nta.ac.in ୱେବ୍‌ସାଇଟ୍‌ରେ ଛାତ୍ରୀଛାତ୍ରମାନେ ଜେଇଇ ମେନ୍‌ ଆଡମିଟ୍‌ କାର୍ଡ ଡାଉନଲୋଡ୍‌ କରିପାରିବେ। ତେବେ ଚଳିତବର୍ଷ ସମଗ୍ର ଦେଶରେ ଏନ୍‌ଇଇଟି ଲାଗି ୧୫.୯୩ ଲକ୍ଷ ଛାତ୍ରୀଛାତ୍ର ଓ ଜେଇଇ ମେନ୍‌ ପାଇଁ ୯ ଲକ୍ଷରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ପଞ୍ଜୀକରଣ କରିଥିବା ଜଣାପଡିଛି। ଅନ୍ୟପକ୍ଷରେ ଖୁବ୍‌ଶୀଘ୍ର ସିବିଏସଇ ୧୦ମ ଓ ଯୁକ୍ତ ୨ ପରୀକ୍ଷା ନେଇ ତାରିଖ ଘୋଷଣା କରାଯିବ ବୋଲି ମଙ୍ଗଳବାର ସକାଳେ କେନ୍ଦ୍ରମନ୍ତ୍ରୀ ପୋଖରିୟାଲ ସୂଚନା ଦେଇଥିବାବେଳେ ସନ୍ଧ୍ୟାରେ ଟୁଇଟ୍‌ କରି ସେଥିରେ ପରିବର୍ତ୍ତନ କରିଛନ୍ତି। କେବଳ ଉତ୍ତର-ପୂର୍ବ ଦିଲ୍ଲୀକୁ ଛାଡ଼ି ଦେଶର କୌଣସି ସ୍ଥାନରେ ସିବିଏସ୍‌ଇ ୧୦ମ ପରୀକ୍ଷା ଅନୁଷ୍ଠିତ ହେବନାହିଁ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟଙ୍କ ଗୋଚରରେ ଚମକିବ ୫ ରାଶିର ଭାଗ୍ୟ, ହେବ ବଡ଼ ପ୍ରମୋସନ ବଢିବ ଧନ

ସୂର୍ଯ୍ୟ ଗ୍ରହ ୧୭ ସେପ୍ଟେମ୍ୱର ୨୦୨୬, ଗୁରୁବାର ସକାଳ ୭ଟା ୫୮ ମିନିଟରେ କନ୍ୟା ରାଶିରେ ଗୋଚର କରିବେ। ଏହା କନ୍ୟା ସଂକ୍ରାନ୍ତି ହେବ। ଏହାର ପ୍ରଭାବରେ…

‘ଭାରତରେ ଦେହ ବ୍ୟବସାୟ ଆଇନଗତ ହେବା ଉଚିତ,’ ପୁନମ ପାଣ୍ଡେ କୁହନ୍ତି, ମୋର କାମୁକ ଭିଡିଓ ଗୁଡ଼ିକ ଦେଶ ତଥା ବିଶ୍ୱକୁ…

ମୁମ୍ବାଇ,୬।୯: ପ୍ରସିଦ୍ଧ ମଡେଲ ଏବଂ ଅଭିନେତ୍ରୀ ପୁନମ ପାଣ୍ଡେ ତାଙ୍କ ଡ୍ରେସିଂ ସେନ୍ସ ଏବଂ ବୟାନ ପାଇଁ ପ୍ରାୟତଃ ଶିରୋନାମାରେ ରହିଥାନ୍ତି। ସମ୍ପ୍ରତି, ବେଶ୍ୟାବୃତ୍ତି ବା ଦେହ…

ସୁନିତା-କୋମଲ ବିବାଦ ଉପରେ ନୀରବତା ଭାଙ୍ଗିଛନ୍ତି ଗୋବିନ୍ଦା, ଇସାରାରେ କହିଲେ ଖୁବ ବଡ଼ କଥା

ମୁମ୍ବାଇ,୬।୯: ପତ୍ନୀ ସୁନିତା ଆହୁଜାଙ୍କ ସହ ସମ୍ପର୍କରେ ମତଭେଦ ଏବଂ ଅଭିନେତ୍ରୀ କୋମଲ ରାଣୀଙ୍କ ସହ ତଥା କଥିତ ସମ୍ପର୍କର ଗୁଜବ ସମ୍ପର୍କରେ ଖବର ଆସିବା ପରେ…

ବରଗଡ଼ରେ ନୂଆଖାଇ ଲଗ୍ନ ଧାର୍ଯ୍ୟ, ଏହି ମୁହୂର୍ତ୍ତରେ ଶୁଭବେଳା…

ବରଗଡ଼,୬ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମଦେବୀ ସମଲେଶ୍ୱରୀଙ୍କ ପୀଠରେ ରବିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ବିଧି ଓ ପରମ୍ପରା ଅନୁଯାୟୀ ଆସନ୍ତା ୧୪ ତାରିଖ ନିଶାର୍ଦ୍ଧ…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

ଯେଉଁ କାମ ପାଇଁ ଦିନେ ଯୁବକଙ୍କୁ ପରିହାସ କରୁଥିଲେ ଲୋକେ, ଆଜି ବିଦେଶରୁ ଆସିଲା ଚାକିରି ଅଫର, ପୂରା କାହାଣୀ ଜାଣିଲେ…

ଭାରତରେ ନଦୀଗୁଡ଼ିକର ଦୁର୍ଦ୍ଦଶା କହିଲେ ନ ସରେ। ସରକାରୀ ପ୍ରୟାସ ସତ୍ତ୍ୱେ ନଦୀଗୁଡ଼ିକର ଅବସ୍ଥା ସୁଧାର ହୋଇନାହିଁ। ସମ୍ପ୍ରତି ମଧ୍ୟପ୍ରଦେଶର ରାଜଗଡ଼ ଜିଲାର ଜଣେ ୨୦ ବର୍ଷୀୟ…

Video: ମେଟ୍ରୋରେ ଯାତ୍ରା କଲେ ପ୍ରଧାନମନ୍ତ୍ରୀ ମୋଦି, ପିଲାମାନଙ୍କ ସହିତ ଆଲୋଚନା ସମୟରେ ତାଙ୍କ ସଂସଦୀୟ କ୍ଷେତ୍ର କାଶୀକୁ ମନେ ପକାଇଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୬।୯: ଦିଲ୍ଲୀ ମେଟ୍ରୋରେ ଯାତ୍ରା କରୁଥିବା ଯାତ୍ରୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ, ଶନିବାର (ସେପ୍ଟେମ୍ବର 5, 2026) ସାରେ, ସେମାନଙ୍କ ସହିତ ଯାତ୍ରା କରୁଥିବା ଦେଖି ଖୁସିରେ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri