ଜେଟ୍‌କୁ ମିଳିଲେନି ନୂଆ ବିଡର

ମୁମ୍ବାଇ, ୩-୯: ଋଣ ସଙ୍କଟରେ ଫସି ବନ୍ଦ ହୋଇ ପଡିଥିବା ଜେଟ ଏୟାରଓ୍ବେଜକୁ ନୂଆ ବିଡର ମିଳିନ ଥିବା ଜଣା ପଡିଛି। ବର୍ତ୍ତମାନ କମ୍ପାନୀ ବିରୋଧରେ ଇନସଲଭେନ୍ସି ମାମଲା ଚାଲିଛି। ପ୍ରାଥମିକ ବିଡିଂ ଲାଗି ଥିବା ବର୍ଦ୍ଧିତ ସୀମା ମଧ୍ୟରେ କୌଣସି ନୂଆ ବିଡର ମିଳି ନ ଥିବା ପ୍ରକ୍ରିୟା ସହ ଜଡିତ ଜଣେ ଅଧିକାରୀ କହିଛନ୍ତି। କମ୍ପାନୀ ଲାଗି ଏକ୍ସପ୍ରେଶନ ଅଫ୍‌ ଇଣ୍ଟରେଷ୍ଟ (ଇଓଆଇ) ଜାରି କରିବାର ତୃତୀୟ ସମୟ ସୀମା ଅଗଷ୍ଟ ୩୧ରେ ଶେଷ ହୋଇଛି। ପୂର୍ବର ପ୍ରକ୍ରିୟାରେ ମାତ୍ର ୩ ସଂସ୍ଥା ବିଡ୍‌ ଦାଖଲ କରିଥିଲେ। ଋଷିଆନ ଫଣ୍ଡ ଟ୍ରେଜେରୀ ଆର୍‌ଏ ପାର୍ଟନର୍ସ, ପାନାମା ଭିତ୍ତିକ ନିବେଶ ଫାର୍ମ ଆଭାଣ୍ଟୋଲୁ ଗ୍ରୁପ ଏବଂ ଦକ୍ଷିଣ ଆମେରିକାର ବିଜନେସ ଗ୍ରୁପ ସିନର୍ଜି କର୍ପୋରେଶନ ଏହା ମଧ୍ୟରେ ସାମିଲ ରହିଛି। କୌଣସି ନୂଆ ବିଡର ମିଳି ନ ଥିବାରୁ ପୁଣି ଥରେ ତାରିଖ ଘୁଞ୍ଚି ନ ପାରେ। ଇଓଆଇ ଦାଖଲ କରିଥିବା ସଂସ୍ଥାକୁ ନେଇ ଯୋଜନା ଆଗକୁ ବଢିବ ବୋଲି ଅଧିକାରୀ କହିଛନ୍ତି। ଅଗଷ୍ଟ ୨୬ରେ ଜେଟ୍‌ ଏୟାରଓ୍ବେଜର କମିଟି ଅଫ୍‌ କ୍ରେଡିଟର (ସିଓସି) ଇଓଆଇ ଦାଖଲର ଶେଷ ତାରିଖକୁ ବଢାଇଥିଲା। ଅଗଷ୍ଟ ୩ ଏବଂ ୧୦ ପରେ ତୃତୀୟ ଥର ଲାଗି ଉକ୍ତ ତାରିଖ ବଢିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

BA ପାସ୍‌ କଲେ ଝିଅଙ୍କୁ ମିଳିବ ୧ ଲକ୍ଷ ୧ ଟଙ୍କା: ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆଥିକ ବର୍ଷ ପାଇଁ ବଜେଟ୍‌ ଉପସ୍ଥାପନ କରିଛନ୍ତି । ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା…

ଶ୍ରୀମନ୍ଦିର ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ‘ସମର୍ପଣ’ ନାଁରେ…

ଭୁବନେଶ୍ୱର,୨୦।୨: ବିଧାନସଭାରେ ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ରାଜ୍ୟ ବଜେଟ୍‌ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ବଜେଟ୍‌ରେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ପାଇଁ…

ବିଧାନସଭାରେ ବଜେଟ୍‌ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଦେଲେ ଧନ୍ୟବାଦ

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ବିଧାନସଭାରେ ରାଜ୍ୟ ବଜେଟ୍‌ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ୩ ଲକ୍ଷ ୧୦ ହଜାର…

ବଜେଟ ଉପସ୍ଥାପନ ପୂର୍ବରୁ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ: ସୁବର୍ଣ୍ଣ ଯୁଗ ଆଡ଼କୁ…

ଭୁବନେଶ୍ୱର,୨୦।୨: ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ଆଉ କିଛି ସମୟ ପରେ ବଜେଟ ଉପସ୍ଥାପନ ହେବାକୁ ଯାଉଛି। ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଟି-୨୦ ବିଶ୍ୱକପ୍‌ରେ ପୁଣି ହେବ କି ଭାରତ-ପାକିସ୍ତାନ ମ୍ୟାଚ୍‌: ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୦।୨: ଟି୨୦ ବିଶ୍ୱକପର ୨୭ତମ ଲିଗ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧…

ବିଧାନସଭାରୁ ଆସିଲା ସାଂଘାତିକ ଚିତ୍ର, ପୁଣି ବଢ଼ିଲା ଡ୍ରପ୍‌ ଆଉଟ୍‌, ୧୨.୮%ରୁ ବଢ଼ି…

ଭୁବନେଶ୍ୱର,୨୦ା୨: ଡ୍ରପ୍‌ ଆଉଟକୁ ନେଇ ବିଧାନସଭାରୁ ଆସିଛି ସାଂଘାତିକ ଚିତ୍ର। ପୁଣି ବଢ଼ିଛି ଡ୍ରପ୍‌ ଆଉଟ୍‌। ଏହା ୧୨.୮%ରୁ ବଢ଼ି ୧୫%ରେ ପହଞ୍ଚିଛି। ୨୦୨୪-୨୫ ଶିକ୍ଷାବର୍ଷରେ ୯ମ…

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

ଇସାରାରେ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଦେଲେ ଟ୍ରମ୍ପ: ମୋଦିଙ୍କୁ ନେଇ…

ୱାଶିଂଟନ,୨୦।୨: ୱାଶିଂଟନରେ ଶାନ୍ତି ବୋର୍ଡର ଉଦଘାଟନୀ ଅଧିବେଶନରେ ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ଏହା ଅନ୍ତର୍ଜାତୀୟ ଗଣମାଧ୍ୟମରେ ଆଲୋଚନା ହେଉଛି। ତାଙ୍କ ଭାଷଣ ସମୟରେ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri