ଜେରିଆଟିକ୍‌ ଓ୍ବାର୍ଡ ପାଲଟିଲା କରୋନା ଓ୍ବାର୍ଡ

ଅନୁଗୋଳ ଅଫିସ୍‌, ୧୭।୩

କରୋନା ମୁକାବିଲା ପାଇଁ ଅନୁଗୋଳ ପ୍ରଶାସନ ସମସ୍ତ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟର ଜେରିଆଟିକ୍‌ ୱାର୍ଡକୁ କରୋନା ୱାର୍ଡ ଭାବେ ସୋମବାର ଜିଲାପାଳ ମନୋଜ କୁମାର ମହାନ୍ତି ଓ ଉପଜିଲାପାଳ ବାସୁଦେବ ଶତପଥୀ ଘୋଷଣା କରିଛନ୍ତି। ଏଥିସହ ମା’ ଏବଂ ଶିଶୁ ଚିକିତ୍ସାଳୟର ୬ ମହଲାରେ ୨୦ଟି ଅନ୍ତରୀଣ ଶଯ୍ୟାର ବ୍ୟବସ୍ଥା କରାଯାଇଛି। ସେହିପରି ମୁଖ୍ୟ ଚିକିତ୍ସାଳୟ ସହ ଗୋଷ୍ଠୀ ଓ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର୍ରରେ ଭିତ୍ତିଭୂମିର ବିକାଶ ପାଇଁ ଆବଶ୍ୟକ ଉପକରଣ ଯୋଗାଇ ଦିଆଯିବ ବୋଲି ଜିଲାପାଳ କହିଛନ୍ତି। ଅନ୍ୟପକ୍ଷରେ ଜିଲାପାଳଙ୍କ ଅଧ୍ୟକ୍ଷତାରେ ଜିଲାରେ ଥିବା ସମସ୍ତ ଘରୋଇ ମେଡିକାଲର ମୁଖ୍ୟଙ୍କୁ ନେଇ ଏକ ବୈଠକ ମଧ୍ୟ ଅନୁଷ୍ଠିତ ହୋଇଯାଇଛି। ଜିଲାର ପ୍ରତି ଘରୋଇ ମେଡିକାଲରେ କରୋନା କର୍ନର ଖୋଲିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି।
ବିଭିନ୍ନ ଘରୋଇ କ୍ଲିନିକ୍‌ରୁ ଆସିଥିବା କର୍ମକର୍ତ୍ତାମାନେ ସେମାନଙ୍କ କ୍ଲିନିକ୍‌ରେ କରୋନା କର୍ନର ଖୋଲିବା ସହ ସ୍ବତନ୍ତ୍ର ଅନ୍ତରୀଣ ଶଯ୍ୟା ରଖିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଥଣ୍ଡା, କାଶ ଓ ଛିଙ୍କରେ ଆକ୍ରାନ୍ତ ହୋଇ କ୍ଲିନିକକୁ ଆସିଥିବା ରୋଗୀଙ୍କୁ ସେମାନଙ୍କ ଯାତ୍ରା ବିବରଣୀ ଓ କେଉଁମାନଙ୍କ ସହ ମିଶିଛନ୍ତି ତାର ସବିଶେଷ ତଥ୍ୟ ସଂଗ୍ରହ କରିବାକୁ ଜିଲାପାଳ କହିଥିଲେ। ଏପରି କି କରୋନା ଭୂତାଣୁ ଥିବାର ସନ୍ଦେହ ହେଲେ ସେମାନଙ୍କୁ ଅନ୍ତରୀଣ ଶଯ୍ୟାରେ ରଖିବାକୁ କୁହାଯାଇଛି। ଯେଉଁମାନଙ୍କଠାରେ କରୋନା ଆକ୍ରାନ୍ତର କୌଣସି ଲକ୍ଷଣ ନାହିଁ ସେମାନେ ନିଜ ଘରେ ପୃଥକ କୋଠରୀରେ ୧୪ ଦିନ ରହିବେ ବୋଲି ନିର୍ଦ୍ଦେଶ ଦିଆଯାଇଛି। କରୋନା ଆକ୍ରାନ୍ତଙ୍କୁ ଚିକିତ୍ସା କରୁଥିବା ଡାକ୍ତର ଓ ସେମାନଙ୍କର ସହଯୋଗୀ ଆବଶ୍ୟକ ସୁରକ୍ଷା ଉପକରଣ ବ୍ୟବହାର କରି ଚିକିତ୍ସା କରିବାକୁ ଜିଲାପାଳ କହିଛନ୍ତି। ନର୍ସିଂହୋମଗୁଡ଼ିକର କରୋନା କର୍ନରରେ ୱାଶ୍‌ ବେସିନ, ହ୍ୟାଣ୍ଡ ସାନିଟାଇଜର ଓ ମାସ୍କ ମହଜୁଦ ରଖିବାକୁ ଜିଲାପାଳ ପରାମର୍ଶ ଦେଇଛନ୍ତି। ରାଜ୍ୟ ସରକାରଙ୍କ ନିୟମାବଳୀକୁ କଡ଼ାକଡ଼ି ପାଳନ କରି ସଂକ୍ରମଣ ସଂଖ୍ୟାକୁ ଶୂନରେ ରଖିବାକୁ ଜିଲାପାଳ ନର୍ସିଂହୋମ ମାଲିକମାନଙ୍କୁ କହିଛନ୍ତି। କରୋନା ଭୂତାଣୁ ବା କୋଭିଡ-୧୯ର ପରୀକ୍ଷା କୌଣସି ବେସରକାରୀ ଚିକିତ୍ସାଳୟରେ ହୋଇପାରିବ ନାହିଁ। ବିଭିନ୍ନ ଔଷଧ ଦୋକାନରେ ହ୍ୟାଣ୍ଡ ସାନିଟାଇଜର ଓ ମାସ୍କ ଅଧିକ ମୂଲ୍ୟରେ ବିକ୍ରି ହେଉଥିଲେ ସମ୍ପୃକ୍ତ ଅଞ୍ଚଳର ତହସିଲଦାର, ବିଡିଓ ଓ ପୌରପାଳିକାର ନିର୍ବାହୀ ଅଧିକାରୀମାନେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ। କ୍ଲିନିକଗୁଡିକର ଓପିଡିରେ କେତେ ଜଣ ଜ୍ୱର, କାଶ, ଛିଙ୍କରେ ଆକ୍ରାନ୍ତ ରୋଗୀ ପଞ୍ଜୀକରଣ କରୁଛନ୍ତି ତାର ତଥ୍ୟ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପ୍ରଦାନ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ, ଅନୁଗୋଳ ଉପଜିଲାପାଳ ବାସୁଦେବ ଶତପଥୀ, ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ପ୍ରତାପ କୁମାର ବେହେରା, ପିସିଆଣ୍ଡପିଏନ୍‌ଡିଟିର ପିଏ ପର୍ଶୁରାମ ପଣ୍ଡାଙ୍କ ସମେତ ବିଭିନ୍ନ ଘରୋଇ କ୍ଲିନିକର କର୍ମକର୍ତ୍ତାମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ଦୁଇ ସହରରେ ହେବ ନାହିଁ ବିଦ୍ୟୁତ୍‌ କାଟ୍‌

ଭୁବନେଶ୍ୱର,୯ା୪: ଆଜି ଅର୍ଥାତ୍‌ ଗୁରୁବାର ଓଡ଼ିଶାର ଶକ୍ତି କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି। ଭୁବନେଶ୍ୱର ଓ କଟକରେ ଆଉ ଅଘୋଷିତ ବିଦ୍ୟୁତ୍‌କାଟ୍‌ ହେବ ନାହିଁ…

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri