ଜେଲଗଲେ ଘରୋଇ ସ୍କୁଲ ଶିକ୍ଷକ

ଭୁବନେଶ୍ୱର,୬।୩(ବ୍ୟୁରୋ): ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ମାନସିକ ଓ ଶାରୀରିକ ନିର୍ଯାତନା ଦେଇ ଅସଦାଚରଣ କରୁଥିଲେ ଶିକ୍ଷକ। ଖରାପ ନଜର ରଖି ନାନା ଭାବେ ହଇରାଣ କରୁଥିଲେ। ଶେଷରେ ଧରାପଡ଼ିଯିବା ପରେ ବି ଟଙ୍କା ଦେଇ ଘଟଣାକୁ ଚାପି ଦେବାକୁ ଉଦ୍ୟମ ମଧ୍ୟ କରିଥିଲେ। ଏହି ଶିକ୍ଷକଙ୍କୁ ଗୁରୁବାର ଲିଙ୍ଗରାଜ ଥାନା ପୋଲିସ ଗିରଫ କରିଛି। ସେ ହେଲେ ସାମନ୍ତରାପୁରସ୍ଥିତ ଏକ ଘରୋଇ ସ୍କୁଲ୍‌ର ମ୍ୟାଥ୍‌ (ଅଙ୍କ) ଶିକ୍ଷକ ସଞ୍ଜୟ ପଟ୍ଟନାୟକ। ପୋଲିସ ତାଙ୍କୁ ଘଟଣାସ୍ଥଳକୁ ନେଇ ଜେରା କରିବାସହ କେତେଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରିଛି। ଏଥିସହ ସେ ବ୍ୟବହାର କରୁଥିବା ପୋଷାକ ଓ ଅନ୍ୟ କେତେକ ସାମଗ୍ରୀ ଜବତ କରି ପରୀକ୍ଷା ପାଇଁ ଲାବୋରେଟୋରିକୁ ପଠାଇଛି। ଏନେଇ ପୋଲିସ ଏକ ମାମଲା (ନଂ.୩୮/୨୦) ରୁଜୁ କରି ଅଭିଯୁକ୍ତ ସଞ୍ଜୟଙ୍କୁ କୋର୍ଟ ଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ଜେଲ୍‌ ହାଜତକୁ ପଠାଇ ଦିଆଯାଇଛି।
ସୂଚନା ମୁତାବକ, ଅଭିଯୁକ୍ତ ସଞ୍ଜୟ ଉକ୍ତ ଘରୋଇ ସ୍କୁଲରେ ଦୀର୍ଘଦିନ ଧରି ଶିକ୍ଷକତା କରୁଥିଲେ। ସେ ସପ୍ତମ ଶ୍ରେଣୀରେ ପାଠ ପଢୁଥିବା ଜଣେ ଛାତ୍ରୀଙ୍କୁ ଏକତରଫା ପ୍ରେମ କରୁଥିଲେ। ନିଜର କାମନାବାସନାକୁ ଚରିତାର୍ଥ କରିବାକୁ ସେ ୪ ମାସ ହେବ ଉଦ୍ୟମ ଚଳାଇଥିଲେ। ନାବାଳିକା ଛାତ୍ରୀଙ୍କୁ ସ୍କୁଲ୍‌ରେ ଏକୁଟିଆ ପାଇଲେ ବାରମ୍ବାର ଅସଦାଚରଣ କରୁଥିଲେ। ଛୋଟ ପିଲା ହୋଇଥିବାରୁ ଭୟରେ କିଛି କାହାକୁ କହିପାରୁ ନ ଥିଲେ। ଏପରି କି ମନ ବଦଳାଇବା ପାଇଁ ଗତ ମାସରେ ଭାଲେଣ୍ଟାଇନ ସପ୍ତାହର ବିଭିନ୍ନ ଦିବସରେ ଶିକ୍ଷକ ଜଣକ ଉକ୍ତ ଛାତ୍ରୀଙ୍କୁ ଉପହାର ମଧ୍ୟ ଦେଇଥିଲେ। ଶେଷରେ ସ୍କୁଲ୍‌ ସମୟରେ ପୁରୀ ଯାଇ ବୁଲାବୁଲି କରି ଫେରି ଆସିବାକୁ ବାରମ୍ବାର କହିବା ସହ ବାଧ୍ୟ କରିବାରୁ ଛାତ୍ରୀ ଜଣକ ଘଟଣା ସମ୍ପର୍କରେ ପରିବାର ଲୋକଙ୍କୁ ଜଣାଇଥିଲେ। ଏହାପରେ ତାଙ୍କ ମା ଓ ବାପା ଥାନାରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶି ମହିଳାଙ୍କ ମୁଣ୍ଡକୁ ଧରି ଘୋଷାଡ଼ି ଆଣିଲା ବାଘ, ଚିତ୍କାର ଶୁଣି….

ଭୋପାଳ,୨।୮: କାନ୍ହା ଜାତୀୟ ଉଦ୍ୟାନର ବଫର ଜୋନରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ମଧ୍ୟପ୍ରଦେଶର ବାଲାଘାଟ ଜିଲାର ବୈହାର ଅଞ୍ଚଳରେ ଶନିବାର ରାତିରେ ବାଘ…

ବଜାରରେ ହଲଚଲ୍! ଫୁଡ୍ ଡେଲିଭରି ବଜାରକୁ ଏଣ୍ଟ୍ରି କରିବ ଫ୍ଲିପକାର୍ଟ, Zomato-Swiggyକୁ କଡ଼ା ଟକ୍କର

ନୂଆଦିଲ୍ଲୀ,୨।୮:ଇ-କମର୍ସ କମ୍ପାନୀ ଫ୍ଲିପକାର୍ଟ ବର୍ତ୍ତମାନ ଖାଦ୍ୟ ବିତରଣ (ଫୁଡ୍ ଡେଲିଭରି) ବ୍ୟବସାୟକୁ ଓହ୍ଲାଇବା ପାଇଁ ପ୍ରସ୍ତୁତି ଚଳାଇଛି। କମ୍ପାନୀ ପାଖାପାଖି ଅଗଷ୍ଟ ୧୫ ତାରିଖରୁ ବେଙ୍ଗାଲୋରରୁ ନିଜର…

ସମୁଦ୍ରରେ ବଡ଼ ଦୁର୍ଘଟଣା! ଜଳିଗଲା ଯାତ୍ରୀବାହୀ ଜାହାଜ, ୪୧ ଯାତ୍ରୀ….

ଜାକାର୍ତ୍ତା,୨।୮:ଇଣ୍ଡୋନେସିଆର ମଦୁରା ଦ୍ୱୀପ ନିକଟରେ ଏକ ଯାତ୍ରୀବାହୀ ଜାହାଜରେ ବଡ଼ ଧରଣର ଅଗ୍ନିକାଣ୍ଡ ହୋଇଛି । ଏହି ଅଗ୍ନିକାଣ୍ଡରେ ପାଞ୍ଚଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୧ ଜଣ…

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ୪୮ ଘଣ୍ଟା ନ ପୂରୁଣୁ ବନ୍ଧାହେଲେ ଯୁବକ

ହାଟଡିହୀ,୨ା୮(ଶୁଭକାନ୍ତ ନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ଦେଇଥିବା ଯୁବକଙ୍କୁ କେନ୍ଦୁଝର ଜିଲା ନନ୍ଦୀପଦା ଥାନା ଅଧିକାରୀ ତଥା ତଦନ୍ତକାରୀ ଅଧିକାରୀ…

ଦେଢ଼ ବର୍ଷ ହେଲା ରାଏବୋଗା ଲ୍ୟାମ୍ପ୍‌ସରେ ଅଚଳାବସ୍ଥା, କର୍ମଚାରୀମାନେ…

କୁଆଁରମୁଣ୍ଡା,୨ା୮(ମହେନ୍ଦ୍ର କୁମାର ସାହୁ): ଏକଦା ସମଗ୍ର ସୁନ୍ଦରଗଡ଼ ଜିଲାରେ ସୁନାମ ଅର୍ଜନ କରିଥିବା କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ରାଏବୋଗା ଲ୍ୟାମ୍ପ୍‌ସରେ ଗତ ଦେଢ଼ ବର୍ଷ ହେଲା ଅଚଳାବସ୍ଥା…

ବଦଳିଲା NEET PG ପରୀକ୍ଷା ନିୟମ, ଆଧାର ଭେରିଫିକେସନ୍…

ନୂଆଦିଲ୍ଲୀ,୨।୮: ଆସନ୍ତା ଅଗଷ୍ଟ ୩୦ ତାରିଖରେ NEET PG ୨୦୨୬ ପରୀକ୍ଷା ଅନୁଷ୍ଠିତ ହେବାକୁ ଯାଉଛି । ଏହା ପୂର୍ବରୁ ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର ସାମ୍ନାକୁ…

‘ଯୁବ ସମାଜକୁ ନିଶାଠାରୁ ଦୂରେଇ ରଖିବା ପାଇଁ ସକାରାତ୍ମକ ପଦକ୍ଷେପର ରହିଛି ଆବଶ୍ୟକତା’

ଭଞ୍ଜନଗର,୨ା୮(ବାବୁଲା ପ୍ରଧାନ): ସମସ୍ତଙ୍କ ସହଯୋଗ ଓ ସାମୂହିକ ପ୍ରୟାସ ରହିଲେ ଏକ ନିଶାମୁକ୍ତ ଭାରତ ଗଠନ ସମ୍ଭବ। ବିଶେଷକରି ଯୁବ ସମାଜକୁ ନିଶାଠାରୁ ଦୂରେଇ ରଖିବା ପାଇଁ…

ଶ୍ରାବଣରେ ମାଛ-ମାଂସ ଖାଇବାକୁ କାହିଁକି ମନା କରାଯାଏ? କେବଳ ଧାର୍ମିକ ନୁହେଁ ରହିଛି ବୈଜ୍ଞାନିକ କାରଣ

ଶ୍ରାବଣ ମାସ ଆରମ୍ଭ ହୋଇଯାଇଛି । ହିନ୍ଦୁ ଧର୍ମରେ ଏହି ମାସକୁ ଅତ୍ୟନ୍ତ ସ୍ୱତନ୍ତ୍ର ବୋଲି ବିବେଚନା କରାଯାଏ । ଶହ ଶହ ବର୍ଷରୁ ଏହା ସାଧାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri