ଜେଲରୁ ମୁକୁଳିଲେ ଆଇଏଏସ୍‌ ଅଫିସର ବିଜୟ କେତନ,ସହଯୋଗୀ ସନ୍ତୋଷଙ୍କୁ ବି ସର୍ତ୍ତମୂଳକ ଜାମିନ

ଭୁବନେଶ୍ୱର,୪ା୨(ବ୍ୟୁରୋ): ଲକ୍ଷେ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ଆଇଏଏସ୍‌ ଅଫିସର ବିଜୟ କେତନ ଉପାଧ୍ୟାୟଙ୍କୁ ସୋମବାର ହାଇକୋର୍ଟ ଜାମିନ ଦେଇଥିଲେ। ନିମ୍ନ ଅଦାଲତଙ୍କ ସର୍ତ୍ତ ନିର୍ଦ୍ଧାରଣ ପରେ ମଙ୍ଗଳବାର ସନ୍ଧ୍ୟା ୬ଟାରେ ବିଜୟ ଝାରପଡା ଜେଲରୁ ମୁକୁଳିଛନ୍ତି। ସେ ଜେଲରୁ ବାହାରିବା ପରେ ସିଧା କଟକସ୍ଥିତ ତାଙ୍କ ଘରକୁ ଯାଇଥିବା ଜଣାପଡିଛି। ତେବେ ଏହି ସମୟରେ ଜେଲ୍‌ ବାହାରେ ଉପସ୍ଥିତ ଥିବା ଗଣମାଧ୍ୟମ ପ୍ରତିନିଧିମାନେ ବିଜୟଙ୍କୁ କିଛି ପ୍ରଶ୍ନ ପଚାରିଥିଲେ। ପ୍ରତିକ୍ରିୟା ରଖି ସେ କହିଥିଲେ, କୋର୍ଟରେ ବର୍ତ୍ତମାନ ମାମଲା ବିଚାରଧିନ ରହିଥିବାରୁ କିଛି କହିବା ଠିକ୍‌ ହେବ ନାହିଁ। କୋର୍ଟ ଯାହା ନିଷ୍ପତ୍ତି ନେବେ ତାହା ମାନିନେବି ବୋଲି ବିଜୟ କହିଥିଲେ। ଝାରପଡା ଜେଲ୍‌ ଅଧୀକ୍ଷକ ଶୁଭକାନ୍ତ ମିଶ୍ର କହିଛନ୍ତି, ବିଜୟଙ୍କ ଜାମିନ ସଂକ୍ରାନ୍ତ ହାଇକୋର୍ଟଙ୍କ ଅର୍ଡର ମଙ୍ଗଳବାର ଅପରାହ୍ନ ସାଢେ ୫ଟାରେ ପହଞ୍ଚତ୍ଥିଲା। ଆବଶ୍ୟକ କାଗଜପତ୍ର କାର୍ଯ୍ୟ ସରିବା ପରେ ତାଙ୍କୁ ୬ଟାରେ ଜେଲରୁ ମୁକ୍ତ କରାଯାଇଥିଲା। ଅନ୍ୟପକ୍ଷରେ ସମାନ ଅଭିଯୋଗରେ ଗିରଫ ହୋଇ ଝାରପଡ଼ା ଜେଲ୍‌ରେ ଥିବା ବିଜୟ କେତନଙ୍କ ସହଯୋଗୀ ସନ୍ତୋଷ ପଟ୍ଟନାୟକଙ୍କୁ ହାଇକୋର୍ଟ ମଙ୍ଗଳବାର ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ନିମ୍ନ ଅଦାଲତ ଜାମିନର ସର୍ତ୍ତ ନିର୍ଦ୍ଦୋରଣ କରିବେ ବୋଲି ହାଇକୋର୍ଟ କହିଛନ୍ତି। ହାଇକୋର୍ଟଙ୍କ ଜାମିନ ଅର୍ଡର ପହଞ୍ଚତ୍ବା ପରେ ସେ ମଧ୍ୟ ଜେଲ୍‌ରୁ ବାହାରିବେ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କଟକ ନକଲି ଔଷଧ: ଦୁଇ ଷ୍ଟକିଷ୍ଟଙ୍କ ନାଁରେ ମାମଲା

କଟକ ଅଫିସ,୧୧ା୯: ରାଜ୍ୟରେ ନକଲି ଔଷଧ କାରବାର ଏବେ ଚିନ୍ତାର କାରଣ ପାଲଟିଛି। ବିଶେଷକରି କଟକରୁ ନକଲି ଔଷଧ ରାଜ୍ୟ ତଥା ରାଜ୍ୟ ବାହାରକୁ ଯୋଗାଣ...

ଭିତୋଲ ଗ୍ରୁପ ମୁଖ୍ୟଙ୍କ ସହ ଧର୍ମେନ୍ଦ୍ରଙ୍କ ଆଲୋଚନା:ଭାରତ-ଓପେକ୍‌ ଭାଗୀଦାରିକୁ ମଜଭୁତ୍‌ କରିବା ଉପରେ ଗୁରୁତ୍ୱ

ଭୁବନେଶ୍ୱର,୧୩।୧୧(ବ୍ୟୁରୋ):ଦୁଇଦିନିଆ ୟୁଏଇ ଗସ୍ତରେ ଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ଭିତୋଲ ଗ୍ରୁପର ମୁଖ୍ୟ ମାଇକ୍‌ ମିଲ୍ଲରଙ୍କୁ ସାକ୍ଷାତ୍‌ କରିଛନ୍ତି। ଭିତୋଲ ଗ୍ରୁପ କମ୍ପାନୀକୁ ତୈଳ...

ଜନତା ମୋର ଷ୍ଟାର ପ୍ରଚାରକ: ରାଜେନ୍ଦ୍ର

ଭଦ୍ରକ ଅଫିସ, ୧୮।୧୦:ଧାମନଗର ଉପନିର୍ବାଚନ ପାଇଁ ବିଜେଡି ବିଦ୍ରୋହୀ ତଥା ସ୍ବାଧୀନ ପ୍ରାର୍ଥୀ ଭାବେ ମଇଦାନକୁ ଓହ୍ଲାଇଥିବା ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ପ୍ରତିଦ୍ୱନ୍ଦ୍ୱିତା ନିଷ୍ପତ୍ତିରେ...

ରାଜ୍ୟରେ ସୁସ୍ଥ ହେଲେ ୯୦୮ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୨୭ ା୧୧(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୯୦୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୮୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଅନୁଗୋଳରୁ ୬୫, କଟକରୁ...

ଶ୍ରୀମନ୍ଦିର ଖୋଲିବାକୁ ହାଇକୋର୍ଟରେ ମାମଲା ଦାୟର

କଟକ ଅଫିସ, ୩।୮: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟରେ ଥିବା ବିଭିନ୍ନ ମନ୍ଦିରକୁ ବନ୍ଦ ରଖାଯାଇଛି। ତେବେ ମନ୍ଦିର ଖୋଲିବାକୁ ହାଇକୋର୍ଟରେ ୨ଟି ପୃଥକ...

ଅଲ୍‌ ପାସ୍‌ ସ୍ବରରେ କମ୍ପିଲା ବୈଠକ

କଟକ ଅଫିସ,୨୫ା୫: କଟକ ମହାନଗର ନିଗମ(ସିଏମ୍‌ସି)ର ବିଜୁଭବନସ୍ଥିତ ବିଶ୍ୱନାଥ ପଣ୍ଡିତ ସମ୍ମିଳନୀ କକ୍ଷରେ ବୁଧବାର ସିଏମ୍‌ସି କାଉନ୍‌ସିଲ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକ ଆରମ୍ଭରୁ ଶେଷ...

ନିଶାରେ ଛାତ୍ରୀଛାତ୍ରଙ୍କୁ ରାସ୍ତାରେ ଆଣ୍ଠେଇବା ଘଟଣା: ବହିଷ୍କାର ପରେ ଗିରଫ ହେଲେ ଅଭିଯୁକ୍ତ ଶିକ୍ଷକ

ଯାଜପୁର ଅଫିସ,୭।୧୨: ନିଶାସକ୍ତ ଅବସ୍ଥାରେ ଛାତ୍ରୀଛାତ୍ରଙ୍କୁ ରାସ୍ତା ମଝିରେ ଆଣ୍ଠେଇବା ଘଟଣାରେ ଗଣଶିକ୍ଷକ ମକରନ୍ଦ ମହାନ୍ତଙ୍କୁ ଗିରଫ ପରେ ଶନିବାର କୋର୍ଟ ଚାଲାଣ କରାଯାଇଥିବା ସୂଚନା...

ଓଡ଼ିଶାକୁ ୨୨୪୯ କୋଟି ଅନୁମୋଦନ

ଭୁବନେଶ୍ୱର,୧୧ା୩(ବ୍ୟୁରୋ): ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ କେନ୍ଦ୍ର ସରକାର ଜଳ ଜୀବନ ମିଶନ (ଜେଜେଏମ୍‌) ଓ ସ୍ବଚ୍ଛ ଭାରତ ମିଶନ( ଏସ୍‌ବିଏମ୍‌)ରେ ଓଡ଼ିଶାକୁ ୨୨୪୯ କୋଟି...

Advertisement
Archives

Model This Week