ଜେଲରେ ଆଇଏଏସ୍‌ ଅଫିସର ବିଜୟ ଅସୁସ୍ଥ

ଭୁବନେଶ୍ୱର, ୭।୧(ବ୍ୟୁରୋ): ଲକ୍ଷେ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇ ଝାରପଡ଼ା ଜେଲରେ ଥିବା ୨୦୦୯ ବ୍ୟାଚ୍‌ର ଆଇଏଏସ୍‌ ଅଫିସର ବିଜୟ କେତନ ଉପାଧ୍ୟାୟ ସୋମବାର ସକାଳେ ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ ଜେଲ୍‌ ପରିସର ହସ୍ପିଟାଲର ୧ ନମ୍ବର ଓ୍ବାର୍ଡରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି। ମାନସିକ ସ୍ଥିତି ଭଲ ନ ଥିବାବେଳେ ସେ ଉଚ୍ଚରକ୍ତଚାପର ଶିକାର ହୋଇଛନ୍ତି। ହସ୍ପିଟାଲର ଡାକ୍ତରମାନେ ବିଜୟଙ୍କ ସ୍ବାସ୍ଥ୍ୟ ଉପରେ କଡ଼ା ନଜର ରଖିଛନ୍ତି। ଆବଶ୍ୟକ ପଡ଼ିଲେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲ କିମ୍ବା ଅନ୍ୟତ୍ର ସ୍ଥାନାନ୍ତର କରାଯିବ ବୋଲି ଜେଲର ଶୁଭକାନ୍ତ ମିଶ୍ର ସୂଚନା ଦେଇଛନ୍ତି।
ରବିବାର ବିଜୟଙ୍କ ରିମାଣ୍ଡ ଅବଧି ଶେଷ ହେବାପରେ ତାଙ୍କୁ ଭୁବନେଶ୍ୱର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରାଯାଇଥିଲା। କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ତାଙ୍କ ସମେତ ଏହି ମାମଲାରେ ସମ୍ପୃକ୍ତି ଅଭିଯୋଗରେ ୟେସ୍‌ ବ୍ୟାଙ୍କ୍‌ର ରିଲେଶନଶିପ୍‌ ମ୍ୟାନେଜର ସନ୍ତୋଷ ପଟ୍ଟନାୟକଙ୍କୁ ଝାରପଡ଼ା ଜେଲକୁ ପଠାଇ ଦିଆଯାଇଥିଲା। ଜେଲ୍‌ର ୫ ନମ୍ବର ସେଲ୍‌ରେ ରାତି କଟାଇଥିଲେ ବିଜୟ। ରାତିରେ ସେ ରୁଟି ଓ ସନ୍ତୁଳା ଏବଂ ସକାଳୁ ଉପମା, ମଟର ତରକାରି ଓ ସାଲାଡ଼ ଖାଇଥିଲେ। ପରେ ସେ ଅସୁସ୍ଥ ହୋଇପଡ଼ିଥିଲେ।
ସୂଚନାଯୋଗ୍ୟ, ଆଇଏଏସ୍‌ ଅଫିସର ବିଜୟ ଓ ବ୍ୟାଙ୍କ୍‌ ଅଫିସର ସନ୍ତୋଷଙ୍କୁ ଭିଜିଲାନ୍ସୂ ୬ ଦିନ ରିମାଣ୍ଡରେ ନେଇ ପଚରାଉଚରା କରିବା ପରେ ଉଭୟଙ୍କର ପୁରୁଣା ସମ୍ପର୍କ ଏବଂ ଦୁର୍ନୀତି ସଂକ୍ରାନ୍ତରେ ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ମିଳିଥିଲା। ବିଜୟ ଉଦ୍ୟାନ କୃଷି ବିଭାଗର ନିର୍ଦ୍ଦେଶକ ଥିବାବେଳେ ପ୍ରଧାନମନ୍ତ୍ରୀ କୃଷି ସିଞ୍ଚାଇ ଯୋଜନାରେ ବହୁ କୋଟି ଟଙ୍କାର ଦୁର୍ନୀତି ହୋଇଥିବା ଜଣାପଡିଥିଲା। ଏହାସହ ବିଜୟ ଓ ତାଙ୍କ ସମ୍ପର୍କୀୟଙ୍କ ବ୍ୟାଙ୍କ୍‌ ଆକାଉଣ୍ଟକୁ କେତେ କଳା ଟଙ୍କା ଆସିଛି ସେନେଇ ଖୋଳତାଡ଼ ଚାଲିଛି। କଳା ଟଙ୍କା କାରବାର ହୋଇଥିବା ପ୍ରମାଣ ମିଳିଲେ ଉକ୍ତ ବ୍ୟାଙ୍କ୍‌ ଆକାଉଣ୍ଟଗୁଡିକୁ ସିଲ୍‌ କରାଯିବ ବୋଲି ଭିଜିଲାନ୍ସର ଜଣେ ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ସ୍ବୀକୃତି: ଜାଣନ୍ତୁ ଲିଷ୍ଟରେ କେଉଁ ସ୍କୁଲ…

ଭୁବନେଶ୍ୱର,୨୩ା୬(ସୁଚିସ୍ମିତା ସାହୁ): କେନ୍ଦ୍ର ସରକାରଙ୍କ ସ୍ବଚ୍ଛ ଓ ହରିତ୍‌ ବିଦ୍ୟାଳୟ ମୂଲ୍ୟାଙ୍କନ (ଏସ୍‌ଏଚ୍‌ଭିଆର୍‌) ୨୦୨୫-୨୬ ପୁରସ୍କାର ନିମନ୍ତେ ଓଡ଼ିଶାର ୧୦ଟି ବିଦ୍ୟାଳୟ ଜାତୀୟସ୍ତରୀୟ ସ୍ବୀକୃତି ପାଇବାକୁ ମନୋନୀତ…

ପାଠ୍ୟପୁସ୍ତକରେ ରହିବ ବାର୍‌କୋଡ୍‌

ଭୁବନେଶ୍ୱର,୨୩ା୬(ସୁଚିସ୍ମିତା ସାହୁ): ପ୍ରଥମରୁ ଅଷ୍ଟମଶ୍ରେଣୀ ପର୍ଯ୍ୟନ୍ତ ତ୍ରୁଟିପୂର୍ଣ୍ଣ ପୁସ୍ତକଗୁଡ଼ିକୁ କିପରି ତ୍ରୁଟିଶୂନ୍ୟ କରାଯାଇ ପିଲାଙ୍କ ପାଖରେ ପହଞ୍ଚାଯିବ ସେନେଇ ବିକଳ୍ପ ସମ୍ପର୍କରେ ସୋମବାର ଲୋକସେବା ଭବନରେ ଗଣଶିକ୍ଷା…

ହ୍ବାଟ୍‌ସଆପ୍‌ ମୁଖ୍ୟ ହେବେ କୁନାଲ ଶାହା

ନୂଆଦିଲ୍ଲୀ,୨୩ା୬: ଫିନ୍‌ଟେକ୍‌ କମ୍ପାନୀ ସିଆର୍‌ଇଡି(କ୍ରେଡ୍‌)ର ମୁଖ୍ୟ କାର୍ଯ୍ୟନିର୍ବାହୀ ପଦରେ ରହିଥିବା କୁନାଲ ଶାହା ତାଙ୍କ ପଦବୀ ଛାଡ଼ି ମେଟାରେ ଯୋଗ ଦେବେ ବୋଲି ସୋମବାର ଘୋଷଣା କରିଛନ୍ତି।…

ସଂଶୋଧନ ହେଲା ୬୪ ସ୍ଥାନର ଇଂଲିଶ ବନାନ, ତାଲିକାରେ…

ଭୁବନେଶ୍ୱର,୨୩ା୬(ସୁନିତ୍‌ ମିଶ୍ର): ରାଜ୍ୟ ସରକାରଙ୍କ ପକ୍ଷରୁ ନିକଟରେ ଅନୁଷ୍ଠିତ ହୋଇଥିବା କ୍ୟାବିନେଟ୍‌ ବୈଠକରେ ଓଡ଼ିଶାର ଯେଉଁ କେତେଗୁଡ଼ିଏ ସ୍ଥାନର ଇଂଲିଶ ବନାନ୍‌ ଭୁଲ୍‌ ଅଛି ତାକୁ ବଦଳାଇବା…

ରାଜନୀତିରେ ହଇଚଇ: ୧୧ ବିଧାୟକଙ୍କ ସଭ୍ୟପଦ ରଦ୍ଦ ଆବେଦନକୁ ଖାରଜ କଲେ ବାଚସ୍ପତି

ଭୁବନେଶ୍ୱର,୨୩ା୬(ସୁନିତ୍‌ ମିଶ୍ର): ବିଜେଡି ପକ୍ଷରୁ ୮ ଜଣ ବିଧାୟକଙ୍କ ସଭ୍ୟପଦ ରଦ୍ଦ କରିବା ଲାଗି କରାଯାଇଥିବା ଆବେଦନକୁ ବାଚସ୍ପତି ସୁରମା ପାଢ଼ୀ ଅଗ୍ରାହ୍ୟ କରିଦେଇଛନ୍ତି। ସେହିପରି କଂଗ୍ରେସର…

ଶିବସେନା(ୟୁବିଟି) ୨ ଫାଳ: ଶିନ୍ଦେଙ୍କ ଦଳରେ ଯୋଗଦେଲେ ୬ ବିଦ୍ରୋହୀ ଏମ୍‌ପି

ମୁମ୍ବାଇ,୨୨ା୬:ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା (ୟୁବିଟି) ୨ ଭାଗ ହୋଇଯାଇଛି। ଏହାର ୯ ଜଣ ଲୋକ ସଭା ସଦସ୍ୟଙ୍କ ମଧ୍ୟରୁ ୬ ଜଣ…

ବଜ୍ରାଘାତରେ ଜଳିଗଲା ମାଉସୀ ମା’ ମନ୍ଦିରର ପତାକା: ଚିନ୍ତାରେ ଭକ୍ତ

ବରଗଡ଼,୨୨।୬(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ ବଜ୍ରପାତ ସହିତ ବର୍ଷା ହୋଇଥିଲା। ତେବେ ଅପରାହ୍ନ ପ୍ରାୟ ୩ଟା ସମୟରେ ହୋଇଥିବା ବଜ୍ରପାତରେ ଜିଲାର ଭଟଲିସ୍ଥିତ…

ଜଙ୍ଗଲରୁ ମିଳିଲା ଯୁବତୀଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର,ଆତ୍ମହତ୍ୟା ନା ହତ୍ୟା ବଢିଲା ସସ୍‌ପେନ୍ସ

ପଟ୍ଟାଙ୍ଗି,୨୨।୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପେଟୁରୁ ପଞ୍ଚାୟତ ଅନ୍ତର୍ଗତ କପାଟିଗୁଡା ଜଙ୍ଗଲରୁ ସନ୍ଦେହଜନକ ଭାବେ ଯୁବତୀଯୁବକଙ୍କ ମୃତଦେହ ସୁଙ୍କି ପୋଲିସ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri