ଜେଲରେ ଦୁରବସ୍ଥା ମାନସିକ ରୋଗୀଙ୍କ ସମସ୍ୟା ବଢାଉଛି ଓଏଚ୍‌ଆର୍‌ସିଙ୍କ ନିକଟରେ ଅଭିଯୋଗ

ଭୁବନେଶ୍ୱର, ୭।୧୧(ବ୍ୟୁରୋ): ଓଡିଶାର ଜେଲଗୁଡ଼ିକରେ ରହୁଥିବା କଏଦୀଙ୍କ ମଧ୍ୟରୁ ଶତକଡା ୫ ଭାଗ ମାନସିକ ରୋଗର ଶିକାର ହେଉଛନ୍ତି। ଏନ୍‌ସିଆର୍‌ବି (ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ) ରିପୋର୍ଟ-୨୦୧୭ରେ ଏହା ପ୍ରକାଶ ପାଇବା ପରେ ବିଭିନ୍ନ ମହଲରେ ଉଦ୍‌ବେଗ ପ୍ରକାଶ ପାଇଥିଲା। ଏ ସଂକ୍ରାନ୍ତ ସ୍ଥିତି ଅନୁଧ୍ୟାନ ପାଇଁ ଏକ ସ୍ବାଧୀନ ତଥା ସ୍ବତନ୍ତ୍ର ବିଶେଷଜ୍ଞ କମିଟି ଗଠନ କରିବାକୁ ରାଜ୍ୟ ମାନବାଧିକାର କମିଶନ(ଓଏଚ୍‌ଆର୍‌ସି)ଙ୍କ ନିକଟରେ ପିଟିଶନ ହୋଇଛି। ବୁଧବାର ଆଇନଜୀବୀ ବିଜୟ କୁମାର ପଣ୍ଡା ଓ ବିଶ୍ୱପ୍ରିୟ କାନୁନ୍‌ଗୋ ଲିଖିତ ଭାବେ କମିଶନଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଜେଲର ଦୂରବସ୍ଥା କାରଣରୁ ଏଭଳି ରୋଗ କଏଦୀଙ୍କ ଜୀବନକୁ ପ୍ରଭାବିତ କରୁଛି। ଏହାକୁ ଗୁରୁତ୍ୱର ସହ ଗ୍ରହଣ କରିବାକୁ ସେମାନେ ନିବେଦନ କରିଛନ୍ତି। ମାନସିକ ରୋଗରେ ଆକ୍ରାନ୍ତ କଏଦୀମାନେ ସାଧାରଣ ମଣିଷ ଭଳି ବଞ୍ଚତ୍କାର ଅଧିକାର ରହିଛି। ତେଣୁ ଜେଲରେ ମାନସିକ ରୋଗର ଉନ୍ନତ ଚିକିତ୍ସା ନିମନ୍ତେ ବ୍ୟବସ୍ଥା କରିବାର ଆବଶ୍ୟକ ରହିଛି। ସେହିଭଳି କଏଦୀଙ୍କ ମାନସିକ ରୋଗର କାରଣ ଓ ଯତ୍ନ ସମ୍ପର୍କରେ ଅନୁଧ୍ୟାନ ପାଇଁ କମିଟିକୁ ନିର୍ଦ୍ଦେଶ ଦେବା ସହ ଏହି ସୁପାରିଶକୁ ଏକ ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ କାର୍ଯ୍ୟକାରୀ କରିବାକୁ କମିଶନ ସରକାରଙ୍କୁ ନିର୍ଦ୍ଦେଶ ଦେବା ଲାଗି ଉଭୟ ଆଇନଜୀବୀ ପ୍ରାର୍ଥନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri