ଜେଲରେ ବିଚାରାଧୀନ କଏଦୀଙ୍କ ଆତ୍ମହତ୍ୟା

ଚୌଦ୍ୱାର,୧୦।୧୨(ଡି.ଏନ.ଏ): ଚୌଦ୍ୱାର ସର୍କଲ ଜେଲରେ ସୋମବାର ଜଣେ ବିଚାରାଧୀନ କଏଦୀ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଖୋର୍ଦ୍ଧା ଜିଲା ବୋଲଗଡ଼ ଥାନା ମାଳିସାହି ଗ୍ରାମର ଦେବ ପ୍ରକାଶ ବେହେରା(୨୧)। ଜେଲ କର୍ତ୍ତୃପକ୍ଷ ଚୌଦ୍ୱାର ଥାନାରେ କରିଥିବା ଲିଖିତ ସୂଚନା ଅନୁଯାୟୀ, ସୋମବାର ଅପରାହ୍ନ ପ୍ରାୟ ୨ଟାରେ ଜେଲ ପରିସରରେ ଥିବା ଏକ ଆମ୍ବ ଗଛରେ ଦେବ ବେକରେ ଏକ ଗାମୁଛା ଗୁଡ଼ାଇ ଆମତ୍ହତ୍ୟା କରିଥିଲେ। କର୍ତ୍ତୃପକ୍ଷ ଜାଣିବା ପରେ ତାଙ୍କୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରି କଟକ ବଡ ମେଡିକାଲକୁ ପଠାଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏ ନେଇ ଜେଲ କର୍ତ୍ତୃପକ୍ଷଙ୍କ ସହ କୌଣସି ଯୋଗାଯୋଗ ହୋଇପାରି ନାହିଁ। ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ କଏଦୀ ଜଣକ କାହଁିକି ଓ କେଉଁ ପରିସ୍ଥିତିରେ ଏଭଳି କଲେ ତାହା ଜଣାପଡି ନାହଁି। ଏଠାରେ ୨୪ଘଣ୍ଟିଆ ସୁରକ୍ଷା ବ୍ୟବସ୍ଥା ଥିବାବେଳେ ଏଭଳି ଘଟଣାକୁ ନେଇ ଜେଲର ସୁରକ୍ଷା ବ୍ୟବସ୍ଥା ପ୍ରତି ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ସୂଚନାଯୋଗ୍ୟ, ଗତ ଜୁନ ୨୦ତାରିଖରେ ତୃତୀୟ ଅତିରିକ୍ତ ଦୌରାଜଜ୍‌ଙ୍କ ପୋକ୍‌ସୋ କୋର୍ଟରୁ ଦେବ ଚୌଦ୍ୱାର ଜେଲକୁ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରଥଯାତ୍ରା ପ୍ରସାରଣ ବ୍ୟବସାୟୀକରଣକୁ ନାଗରିକ ଫୋରମ୍‌ର ବିରୋଧ

ଭୁବନେଶ୍ୱର,୧୧।୬(ବ୍ୟୁରୋ)-: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରାର ସିଧା ପ୍ରସାରଣକୁ ବ୍ୟବସାୟୀକରଣ କରିବା ପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ଗତ ୪ ତାରିଖରେ ଏକ ଚିଠି ଜରିଆରେ...

ଫିଲ୍ମ ଷ୍ଟାଇଲ୍‌ରେ କରିଥିଲେ ହତ୍ୟା: ଶେଷରେ ପଡ଼ିଲେ ଧରା

ବାଲେଶ୍ୱର ଅଫିସ,୮ା୬: ବାଲେଶ୍ୱର ଜିଲା ଚାନ୍ଦିପୁର ରୋଡ୍‌ ସତ୍ୟବ୍ରତ ଦାସ ଓରଫ ବାପୁନୁ ହତ୍ୟାକାଣ୍ଡ ଘଟଣାରେ ୭ ହତ୍ୟାକାରୀ ଧରା ପଡ଼ିଛନ୍ତି। ବ୍ୟବସାୟିକ ଟଙ୍କା କାରବାର...

ପୌର ନିର୍ବାଚନ ପାଇଁ ପ୍ରକାଶ ପାଇଲା ୩ ମହାନଗର ଆସନ ସଂରକ୍ଷଣ ଚିଠା

ଭୁବନେଶ୍ୱର,୭।୧(ବ୍ୟୁରୋ)- ପୌର ନିର୍ବାଚନ ପାଇଁ ଓ୍ବାର୍ଡ ପୁନର୍ଗଗଠନ ଓ ଆସନ ସଂରକ୍ଷଣ କାର୍ଯ୍ୟ ଜୋରସୋରରେ ଚାଲିଛି। ଶୁକ୍ରବାର ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ...

ଦୋଳ ପୂର୍ଣ୍ଣିମା ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୭।୩(ବ୍ୟୁରୋ): ଆଜି ପବିତ୍ର ଦୋଳ ପୂର୍ଣ୍ଣିମା। ଏହି ଅବସରରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍‌ କରି ଲେଖିଛନ୍ତି, ପବିତ୍ର ଦୋଳ ପୂର୍ଣ୍ଣିମା...

ନାବାଳକଙ୍କୁ ଥାର୍ଡ ଡିଗ୍ରୀ

କଟକ ଅଫିସ,୧୧ା୪: ମୋବାଇଲ ଚୋରି ଅଭିଯୋଗରେ ଜଣେ ନାବାଳକକୁ ୩ଦିନ ଫାଣ୍ଡି ହାଜତରେ ରଖି ଅସହ୍ୟ ନିର୍ଯାତନା ଦିଆଯାଇଥିବା ଅଭିଯୋଗ ହୋଇଛି। ହାଜତ ଭିତରେ ପୋଲିସ...

ପାରିବାରିକ କଳହର କରୁଣ ପରିଣତି : ଦୁଇ ଝିଅଙ୍କ ସହ ମିଶି ସ୍ବାମୀଙ୍କୁ ହତ୍ୟା କଲେ ସ୍ତ୍ରୀ

ପବିତ୍ରନଗର,୧୬।୭(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ସମଲ ଥାନା ଶିଲିଂ ଗ୍ରାମରେ ଗୁରୁବାର ସକାଳେ ପାରିବାରିକ କଳହକୁ ନେଇ ଏକ ହତ୍ୟାକାଣ୍ଡ ଘଟିଛି। ଏଥିରେ ଗ୍ରାମର...

ପୁରାଣ କଥା କହେ ବିରାଟ ଗାଦି

କଟକ ଅଫିସ,୯।୨: ପ୍ରାଚୀନ ଇତିହାସ ସହ ଜଡିତ ହୋଇ ରହିଛି କଟକ ଜିଲାରେ ଅନେକ ସ୍ଥାନ। ସେଥିମଧ୍ୟରେ କଟକ ଜିଲା ଚୌଦ୍ୱାର ଅଞ୍ଚଳର ବିରାଟ ଗାଦି(ବଧି...

ସାପ କାମୁଡା ଜନିତ ମୃତ୍ୟୁ: ଗଠନ ହେଲା ଉଚ୍ଚସ୍ତରୀୟ କମିଟି

ଭୁବନେଶ୍ବର,୧୮।୧୧: ସାପ କାମୁଡା ଜନିତ ମୃତ୍ୟକୁ ନେଇ ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତିି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକଙ୍କ ସହ ଏଆଇଆଇଏମ୍‌ଏସ୍‌...

Advertisement
Archives

Model This Week