ଜେଲ୍‌ରେ ଫିନାଇଲ ପିଇ ମହିଳା କଏଦୀଙ୍କ ଜୀବନ ଗଲା

ଜୟପୁର,୯ା୫(ନି.ପ୍ର.): ଜୟପୁର ଉପଖଣ୍ଡ କାରାଗାରରେ ବିଚାରାଧୀନ ମାମଲାର ଜଣେ ମହିଳା କଏଦୀ ଫିନାଇଲ ପିଇ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମହିଳା କଏଦୀ ଜଣକ ଦୀର୍ଘଦିନ ହେଲା ଗଞ୍ଜେଇ ଚୋରା ଚାଲାଣ କେସ୍‌ରେ ସଜା କଟିଥିଲେ। ମୃତ ମହିଳା କଏଦୀ ଜଣକ ଜୟପୁର ସହରର ପିଆର ପେଟାର ଲିନା ପାଣିଗ୍ରାହୀ ବୋଲି ଜଣାପଡ଼ିଛି। ଗଞ୍ଜେଇ ମାମଲାରେ ଗତ ୪.୧.୨୦ରେ ଜୟପୁର ପୋଲିସ ତାଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା। ସେହିଦିନ ଠାରୁ
ଜୟପୁର ଉପକାରାଗାରରେ ବିଚାରାଧୀନ କଏଦୀ ଭାବେ ଥିଲେ। ଶନିବାର ସକାଳ ୭ଟାରେ ଜେଲ୍‌ ମଧ୍ୟରେ ସଫା ପାଇଁ ଥିବା ଫିନାଇଲ ପିଇ ଦେଇଥିଲେ। ଘଟଣାକୁ ନେଇ ଜେଲ୍‌ କର୍ତ୍ତୃପକ୍ଷ ତାଙ୍କୁ ପ୍ରଥମେ ଜୟପୁର ଜିଲା ମେଡିକାଲ ଏବଂ ପରେ କୋରାପୁଟ ମେଡିକାଲ କଲେଜକୁ ସ୍ଥାନାନ୍ତର କରିଥିଲେ। ହେଲେ ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ଅନ୍ୟପକ୍ଷରେ ଘଟଣାକୁ ନେଇ ତୁରନ୍ତ ତାଙ୍କ ପରିବାରବର୍ଗଙ୍କୁ ସୂଚନା ଦିଆଯାଇଛି। ସେମାନେ ମଧ୍ୟ କୋରାପୁଟ ମେଡିକାଲ କଲେଜରେ ପହଞ୍ଚିଛନ୍ତି ବୋଲି ଜୟପୁର ଜେଲର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବ ଗୋଟାଇବାକୁ ଯାଇଥିଲେ ଗୁରୁବାରୀ: ଆକ୍ରମଣ କଲା ହାତୀ: ଆଉ ତା’ପରେ…

ତିଗିରିଆ,୨୭।୫(ଜାଫର ଖାଁ): କଟକ ଜିଲା ତିଗିରିଆ ଥାନା ଅନ୍ତର୍ଗତ ଭୋଗଡା ପଞ୍ଚାୟତ ବଡଭେଜିଆ ଆମ୍ବ ତୋଟାରୁ ବୁଧବାର ସକାଳେ ଆମ୍ବ ଗୋଟାଇବା ପାଇଁ ଯାଇଥିବା ଗୋକର୍ଣ୍ଣଖାଲ ଗ୍ରାମର…

ଭାରସାମ୍ୟ ହରାଇ ଗଛରେ ପିଟିଲା ଉପଜିଲାପାଳଙ୍କ ଗାଡ଼ି, ଯୋରଦାର ଝଟକାରେ ମଝିରୁ ଭାଙ୍ଗିଲା ଗଛ

ବାଙ୍କୀ,୨୭।୬( ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ଭଗିପୁର ଅଞ୍ଚଳରେ ବାଙ୍କୀ ଉପଜିଲାପାଳଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି। ସୂଚନା ଅନୁସାରେ, ଉପଜିଲାପାଳଙ୍କ ଗାଡ଼ି ହଠାତ୍‌ ଭାରସାମ୍ୟ…

ଦେବାଶିଷ ସାମନ୍ତରାୟଙ୍କ ଇସ୍ତଫା ପରେ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି:ଏହି ଦିନ ହେବ ଭୋଟିଂ

ଭୁବନେଶ୍ୱର,୨୭।୫: ଓଡ଼ିଶାରେ ରାଜ୍ୟ ସଭା ରାଜ୍ୟ ସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜେଡି ଛାଡ଼ି ଭାଜପାରେ ଦେଇଥିବା ଦେବାଶିଷ ସାମନ୍ତରାୟ ଇସ୍ତଫା ଦେବା ପରେ…

ଶ୍ରେଷ୍ଠ ବିଧାୟକ ଚୟନ କମିଟି ଗଠନ: ବାଛିବେ ୬ ସଦସ୍ୟ, ଜଣେ ସାମ୍ବାଦିକ ସାମିଲ

ଭୁବନେଶ୍ୱର,୨୭ା୫(ରବିନାରାୟଣ ଜେନା) ରାଜ୍ୟରେ କେଉଁ ବିଧାୟକଙ୍କ ପ୍ରଦର୍ଶନ ସର୍ବୋତ୍ତମ ତାହାକୁ ଓଡ଼ିଶା ବିଧାନସଭା ଖୁବ୍‌ଶୀଘ୍ର ଲୋକଲୋଚନକୁ ଆଣିବ। ଦୀର୍ଘ ୧୦ ବର୍ଷ ଧରି ବନ୍ଦ ରହିଥିବା ଏହି…

OAS ପରୀକ୍ଷାରେ ୪୫ତମ ସ୍ଥାନ ଅଧିକାର କଲେ କେନ୍ଦ୍ରାପଡ଼ା ଝିଅ: ବିଜୟନଗରରେ ଉତ୍ସବ ମାହୋଲ

ମହାକାଳପଡ଼ା, ୨୭।୫ (ପ୍ରତାପ ଚନ୍ଦ୍ର ସ୍ୱାଇଁ): ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ଅଞ୍ଚଳ ବିଜୟନଗର ଗ୍ରାମର…

କ୍ୟାନ୍ସର ରୋଗରେ ମୃତ ପରିବାରଙ୍କୁ ଭେଟିଲେ ବିଧାୟକ, ଶେଷ ଦର୍ଶନ କରିବା ସହ…

ଗଞ୍ଜାମ,୨୭।୫(ବିଦ୍ୟାଧର ସାହୁ ): ଅସହାୟ, ଅବହେଳିତ ହେଉ ଘଟଣା କିମ୍ବା ଦୁର୍ଘଟଣା ଖବର ପାଇବା ମାତ୍ରେ ଘଟଣାସ୍ଥଳରେ ପହଞ୍ଚି ଯାଇଥାନ୍ତି ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ।…

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ଅଭିଯାନ-୨୦୨୬: ଜିଲା ପ୍ରଶିକ୍ଷଣ ବର୍ଗରେ ଯୋଗଦେଲେ ମନ୍ତ୍ରୀ

ଦାରିଙ୍ଗବାଡି, ୨୭।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ରାଣୀଦୁର୍ଗା ରେସିଡେନ୍ସୀ ପରିସର ମଧ୍ୟରେ ଭାଜପା ପକ୍ଷରୁ ୨ ଦିନିଆ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ଅଭିଯାନ -୨୦୨୬…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ପଶିଲା ଇଡି: ୧୨ଟି ସ୍ଥାନରେ ଚଢାଉ

ଥିରୁଭାନନ୍ତପୁରମ,୨୭।୫:କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ବାସଭବନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଚଢାଉ କରୁଛି। ଏହି ଚଢାଉଗୁଡ଼ିକ ଏକ ମନି ଲଣ୍ଡରିଂ ମାମଲା ସହିତ ଜଡିତ। ଇଡି ପିନାରାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri