ଜେଲ ଓ୍ବାର୍ଡରଙ୍କୁ ଚାପିଦେଲା ହାଇଓ୍ବା

କାମାକ୍ଷାନଗର,୮।୩(ଡି.ଏନ.ଏ.) – ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଜିରିଡ଼ାମାଳି ଛକରେ ଶନିବାର ମଧ୍ୟାହ୍ନରେ ଲୋମଟାଙ୍କୁରା ଦୁର୍ଘଟଣା ଘଟିଛି। ୫୩ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟରେ ନିୟୋଜିତ ଏକ ହାଇଓ୍ବା ଧକ୍କାରେ ଜଣେ ଜେଲ ଓ୍ବାର୍ଡରଙ୍କ ମୃତ୍ୟୁ ଘଟିଛି। ସେ ହେଲେ ପ୍ରକାଶ ବେହେରା (୩୦) ଏବଂ ତାଙ୍କ ଘର କନ୍ତାରିପାଟରେ। ପ୍ରକାଶ କାମାକ୍ଷାନଗର ଉପକାରାଗାରରେ ଓ୍ବାର୍ଡର ଥିଲେ। ଡ୍ୟୁଟି ସାରି ବାଇକ୍‌ (ନଂ. ଓଡି ୧୯ ଏମ ୮୫୦୮)ରେ ଘରକୁ ଯାଉଥିବାବେଳେ ଉକ୍ତ ହାଇଓ୍ବା (ନଂ. ଓଡି ୧୯ ଡି ୫୯୫୬) ତାଙ୍କ ଉପରେ ଚଢ଼ିଯାଇଥିଲା। ଥାନାଧିକାରୀ ଅଭିନବ ଡାଳୁଆ ସଦଳବଳ ପହଞ୍ଚତ୍ ହାଇଓ୍ବାକୁ ଜବତ କରିଛନ୍ତି। ଘଟଣାସ୍ଥଳରୁ ଡ୍ରାଇଭର ଫେରାର ହୋଇଯାଇଛନ୍ତି। ମୃତଦେହ ବ୍ୟବଚ୍ଛେଦ କରିବାକୁ ପଠାଯାଇଛି।
ଜାତୀୟ ରାଜପଥ ଦୋହରୀକରଣ କାର୍ଯ୍ୟରେ ନିୟୋଜିତ ଭାରିଯାନଗୁଡ଼ିକ ବେପରୁଆ ଭାବେ ଚଳାଚଳ କରୁଛି। ଫଳରେ ଦିନକୁ ଦିନ ଦୁର୍ଘଟଣା ହାର ବଢ଼ିବାରେ ଲାଗିଛି। ସପ୍ତାହକ ମଧ୍ୟରେ ଏହା ହେଉଛି ୩ୟ ଘଟଣା। ଗତ ୪ ତାରିଖରେ ରଙ୍ଗମାଟିଆ ନିକଟରେ ଅନୁରୂପ ଦୁର୍ଘଟଣା ଘଟିଥିଲା। ଏଥିରେ ସିଆରିମାଳିଆ ଗ୍ରାମର ସୁଧାକର ପଧାନଙ୍କ ୫ବର୍ଷର ପୁଅ ବିନୟଙ୍କ ମୃତ୍ୟୁ ଘଟିଥିଲା। ଏଥିରେ ସୁଧାକରଙ୍କ ଭାଇ ନିରଞ୍ଜନ ଡାହାଣ ଗୋଡ଼ ହରାଇଥିବାବେଳେ ସ୍ତ୍ରୀ କନକ ବର୍ତ୍ତି ଯାଇଥିଲେ। ସେହିପରି ଗତ ଶୁକ୍ରବାର କାଦୁଆ ଗ୍ରାମରୁ ୮ଜଣ ଛାତ୍ରୀଛାତ୍ରଙ୍କୁ ନେଇ ଆସୁଥିବା ଏକ ଅଟୋରିକ୍ସାକୁ ଆଳତୁମା ନିକଟରେ ଠିକାସଂସ୍ଥାର ହାଇଓ୍ବା ଧକ୍କା ଦେଇଥିଲା। ବେପରୁଆ ଗାଡ଼ିଚାଳକଙ୍କ ପ୍ରତି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।
ଏ ନେଇ ଥାନାଧିକାରୀ କୁହନ୍ତି, ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ପ୍ରଶାସନର ନିଷ୍ପତ୍ତିକ୍ରମେ ଗାଡ଼ିଗୁଡ଼ିକୁ ଦିନବେଳା ଛାଡ଼ିଦିଆଯାଉଛି। ପ୍ରଶାସନ ସହ ଆଲୋଚନା କରାଯିବା ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଅସହାୟଙ୍କୁ ସାହା ‘ୟୁସେ ସଂଗଠନ’: ବୁଦ୍ଧିଜୀବୀଙ୍କ ପ୍ରଶଂସା

ପରଜଙ୍ଗ,୨।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକର ବିଭିନ୍ନ ବସ୍ତି,ସାହି ମାନଙ୍କରେ ନୂତନ ବର୍ଷର ପ୍ରଥମ ଦିବସରେ ୟୁଥ ୟୁନାଇଟେଡ଼ ଫୋର୍‌ ସଷ୍ଟେନେବ୍ଲ୍ୟୁ ଏନଭର୍ଣ୍ଣମେଣ୍ଟ ଟ୍ରଷ୍ଟ...

ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ

ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍‌ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର...

ପାଉଁଶ ଗାଡ଼ିକୁ ଫେରାଇଲେ ପୂର୍ବତନ ସମିତି ସଭ୍ୟ

ବ୍ରଜରଜନଗର ୨୯ା୧୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲାରେ ଥିବା ବିଭିନ୍ନ କାରଖାନାରୁ ନିର୍ଗତ ପାଉଁଶକୁ ଗାଡ଼ିରେ ଲୋଡ଼ କରି ଠିକା କମ୍ପାନୀମାନେ ଚାରିଆଡେ ପକାଉଛନ୍ତି। ଏ ନେଇ...

ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା, ସାହାଯ୍ୟ କଲେ କାମାକ୍ଷାନଗର ବିଧାୟକ

ଭୁବନ ୧୯/୧୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଭୁଷଳ ପଞ୍ଚାୟତ କିର୍ତ୍ତନ ପୁର ଗ୍ରାମର ଗଙ୍ଗା ମଳିକ ସାହିରେ ଅଗ୍ନିକାଣ୍ଡ ଘଟିଛି...

ପାଟିତୁଣ୍ଡରୁ ତୁମୁଳକାଣ୍ଡ, ଦାଦାକୁ ଠେଙ୍ଗାରେ ପିଟି ହତ୍ୟା କଲା ପୁତୁରା

ଢେଙ୍କାନାଳ,୧୭ା୧୨ (ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ହୁଣ୍ଡି ସାହିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଙ୍ଗଳବାର ରାତିରେ...

ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା ଲୁହା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଚାଳକ…

ପରଜଙ୍ଗ୧୨।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ୧୪୯ ନଂ ଜାତୀୟ ରାଜପଥର କୁଲେଇ ବଅଁରପାଳ ଛକ ନିକଟରେରେ ଭାରସାମ୍ୟ ହରାଇ...

ପେଟ୍ରୋଲ ପମ୍ପ ପାଇଁ ଶହଶହ  ଟ୍ରିପ୍‌ ବାଲି ଚେରି: ଉପ ଜିଲାପାଳ କହିଲେ…

ପରଜଙ୍ଗ,୧୧।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଦେଇ ଯାଇଥିବା ରେଙ୍ଗାଳି ବାମପାର୍ଶ୍ୱ କେନାଲର ବଡ଼ଝରା ଗାଁ ନିକଟରୁ ଶହଶହ ଟ୍ରିପ୍‌ ମାଟି ଚୋରି ହୋଇଛି। ୫୩...

ତହସିଲଦାରଙ୍କ ସରକାରୀ ଗାଡ଼ି ଜବତ: ସିଲ୍‌ କରିବାକୁ ଯିବାବେଳେ…

ଢେଙ୍କାନାଳ,୧୧।୧୨ (ରତନ ନାୟାର): ଜମି ଅଧିଗ୍ରହଣ ବାବଦ କ୍ଷତିପୂରଣ ପ୍ରଦାନ ନିମନ୍ତେ ଅଦାଲତଙ୍କ ନିର୍ଦ୍ଦେଶକୁ ଅବମାନନା କରି ଢେଙ୍କାନାଳ ସଦର ତହସିଲଦାର ସ୍ବାଧୀନ କୁମାର ବେହେରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri