ଜେଲ ଗଲେ ବ୍ରାଉନସୁଗାର ବ୍ୟବସାୟୀ,୧୬.୬୦୦ ଗ୍ରାମ ବ୍ରାଉନସୁଗାର, ୩୦ହଜାର ୨ଶହ ଟଙ୍କା ଓ ମୋବଇ ଫୋନ ଜବତ

ଖୋର୍ଦ୍ଧା ଅଫିସ,୧୬।୯: ବ୍ରାଉନସୁଗାର ବିକ୍ରି ଅଭିଯୋଗରେ ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ସୋମବାର ବ୍ୟବସାୟୀ ପ୍ରକାଶ ନାୟକ ଓରଫ ମୁନାଙ୍କୁ ଗିରଫ କରି କୋର୍ଟ ଚାଲଣ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଖୋର୍ଦ୍ଧା ସବଜେଲକୁ ପଠାଇଦିଆଯାଇଛି। ତାଙ୍କ ଠାରୁ ୧୬.୬୦୦ଗ୍ରାମ ବ୍ରାଉନସୁଗାର, ୩୦ହଜାର ୨ଶହ ଟଙ୍କା ଓ ଗୋଟିଏ ମୋବାଇଲ ଫୋନ ଜବତ ହୋଇଛି। ବାଲେଶ୍ୱରରେ ଜବତ ହୋଇଥିବା ବ୍ରାଉନସୁଗାର ଘଟଣାରେ ଅଭିଯୁକ୍ତଙ୍କ ସମ୍ପୃକ୍ତ ଥିବା ଖୋର୍ଦ୍ଧା ଏସ୍‌ଡିପିଓ ସୁଶିଲ ମିଶ୍ର ସୋମବାର ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି।
ସୂଚନା ଅନୁଯାୟୀ, ପ୍ରକାଶ ବ୍ରାଉନସୁଗାର ବିକ୍ରି କରୁଥିବା ନେଇ ପୋଲିସକୁ ଖବର ମିଳିଥିଲା। ବିଭିନ୍ନ ସମୟରେ ତାଙ୍କ ଘରେ ଚଢ଼ାଉ କରାଯାଇଥିଲେ ମଧ୍ୟ ସେ ଖସି ପଳାଉଥିଲେ। ସୋମବାର ନିୟ୍ୟୁ ମେଡିକାଲ ରୋଡରେ ବ୍ରାଉନସୁଗାର ବିକ୍ରି କରୁଥିବା ଖବରପାଇ ପୋଲିସ ତାଙ୍କୁ ଧରିଥିଲା। ପ୍ରକାଶଙ୍କ ନଁାରେ ଖୋର୍ଦ୍ଧା ଆଦର୍ଶ ଥାନାରେ ୫ଟି ମାମଲା (ନଂ.୩୯୫/୧୪, ୧୮/୧୪, ୯୮/୧୪, ୨୪/୧୫, ୧୫୩/୧୫)ରହିଛି। ସୂଚନାଥାଉ କି, ଗତ ଶନିବାର ଅପରାହ୍ନରେ ବାଲେଶ୍ୱରରୁ ୩ଜଣ ଗିରଫ ହୋଇଥିବାବେଳେ ୩୦ଲକ୍ଷ ଟଙ୍କାର ବ୍ରାଉନସୁଗାର ଓ ୯ଲକ୍ଷ ୪୪ ହଜାର ୮୦ଟଙ୍କା ଜବତ ହୋଇଥିଲା। ଏହି ଘଟଣାରେ ଗିରଫ ହୋଇଥିବା ୩ ଅଭିଯୁକ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜାଗୁଳେଇପାଟଣାର ଭବାନୀ ପ୍ରସାଦ ସ୍ବାଇଁ, କୁମ୍ଭିଲୋର ପୀତବାସ ରଣାଙ୍କ ସୂଚନା ଆଧାରରେ ଅଭିଯୁକ୍ତ ପ୍ରକାଶଙ୍କୁ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri