ଜେଲ ହାଜତରେ କଏଦୀଙ୍କୁ ପିଟି ହତ୍ୟା

ଢେଙ୍କାନାଳ ଅଫିସ,୨୨ା୬(ରତନ ନାୟାର)ଏକ ଅବକାରୀ ମାମଲାରେ ଗିରଫ ହୋଇ ଢେଙ୍କାନାଳ ଜିଲା କାରାଗାରରେ ଥିବା ଜଣେ ବିଚାରାଧୀନ କଏଦୀଙ୍କ ବୁଧବାର ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ସେ ହେଲେ ସଦର ଥାନା ବେଶାଳିଆ ଗ୍ରାମର ଅଥାନି ଦେହୁରୀ (୪୨)। ଅଥାନିଙ୍କୁ ପିଟି ପିଟି ମାରିଦିଆଯାଇଥିବା ତାଙ୍କ ସ୍ତ୍ରୀ ଝରଣା ଅଭିଯୋଗ କରିଥିବାବେଳେ ଅସୁସ୍ଥତା କାରଣରୁ ତାଙ୍କର ମୃତ୍ୟୁ ଘଟିଥିବା ଜେଲ କର୍ତ୍ତୃପକ୍ଷ କହିଛନ୍ତି। ଏହି ଘଟଣାକୁ ନେଇ ମୃତକଙ୍କ ଗ୍ରାମରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।
ପୋଲିସ ସୂଚନା ଅନୁଯାୟୀ, ଚୋରା ମଦ ବ୍ୟବସାୟ କରୁଥିବା ଅଭିଯୋଗରେ ଜିଲା ଅବକାରୀ ବିଭାଗ ଗତ ୧୯ ତାରିଖରେ ବେଶାଳିଆ ଗ୍ରାମରେ ଚଢ଼ାଉ କରି ଅଥାନିଙ୍କୁ ଗିରଫ କରିଥିଲା। କୋର୍ଟରେ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଥିଲା। ବୁଧବାର ସକାଳ ୬ଟା ୧୫ରେ ସେ ହଠାତ୍‌ ଅସୁସ୍ଥ ହୋଇ ପଡ଼ିଥିଲେ। ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଅପରାହ୍ନ ୪ଟା ୧୫ରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ଏହି ଖବର ପ୍ରଚାରିତ ହେବା ପରେ ମୃତ ଅଥାନିଙ୍କ ସମ୍ପର୍କୀୟ ଓ ଗ୍ରାମବାସୀ ମେଡିକାଲରେ ପହଞ୍ଚତ୍ ହୋହଲ୍ଲା କରିଥିଲେ। ଗ୍ରାମରେ ମଧ୍ୟ ଚାପା ଉତ୍ତେଜନା ସୃଷ୍ଟି ହୋଇଥିଲା। ସୂଚନା ପାଇ ଟାଉନ ଥାନା ପୋଲିସ ମେଡିକାଲରେ ପହଞ୍ଚତ୍ ସ୍ଥିତି ନିୟନ୍ତ୍ରଣ କରିବା ସହ ଜେଲରେ ତଦନ୍ତ କରିଛି। ମୃତଦେହ ବ୍ୟବଚ୍ଛେଦ ଲାଗି ପଠାଯାଇଛି। ପ୍ରାଥମିକ ଭାବେ ଏ ନେଇ ନଂ. ୨୯/୨୩ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ତଦନ୍ତ ଚାଲିଥିବା ଥାନାଧିକାରୀ ରାଜେନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି।
ଅନ୍ୟପଟେ ଅଥାନିଙ୍କ ସ୍ତ୍ରୀ ଝରଣା ଅଭିଯୋଗ କରି କୁହନ୍ତି, ସ୍ବାମୀ ମଦ ବେପାର କରୁ ନ ଥିଲେ। ତାଙ୍କୁ ମିଥ୍ୟା କେସ୍‌ରେ ଫସାଇ ଜବରଦସ୍ତ ଜେଲରେ ଭର୍ତ୍ତି କରାଯାଇଥିଲା। ହାଜତରେ ତାଙ୍କୁ ପିଟି ପିଟି ମାରି ଦିଆଯାଇଛି। ଏହି ଘଟଣାର ନିରପେକ୍ଷ ତଦନ୍ତ କରି ନ୍ୟାୟ ଦେବାକୁ ଝରଣା ଦାବି କରିଛନ୍ତି। ଅଭିଯୋଗର ପ୍ରତିକ୍ରିୟାରେ ଜିଲା ଜେଲ ଅଧୀକ୍ଷକ ପ୍ରସନ୍ନ କୁମାର ସାହୁ କୁହନ୍ତି, ଜେଲ ହାଜତକୁ ଆସିବା ଦିନ ଅର୍ଥାତ୍‌ ଗତ ୧୯ ତାରିଖ ସନ୍ଧ୍ୟାରେ ଖାଇବା ପରେ ଅଥାନି ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ପ୍ରଥମେ ହାଜତ ପରିସରରେ ଥିବା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ବୁଧବାର ସକାଳେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଅପରାହ୍ନ ୪ଟା ୧୫ରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ସତ୍ୟାସତ୍ୟ ସ୍ପଷ୍ଟ ହୋଇଯିବ। ଅନ୍ୟପଟେ ଜେଲରେ ମାଡ଼ ମରାଯାଇଥିବା ଅଭିଯୋଗକୁ ଜେଲ ଅଧୀକ୍ଷକ ଅସ୍ବୀକାର କରିଛନ୍ତି। ସେ କହିଛନ୍ତି, ଜେଲ ପରିସରରେ ଏଭଳି ଘଟଣା ଘଟିଛି। ତେଣୁ ନିଶ୍ଚିତ ଏଭଳି ଅଭିଯୋଗ ଉଠିବ। ହେଲେ ତାଙ୍କୁ କୌଣସି ପ୍ରକାର ମାରପିଟ୍‌ କରାଯାଇ ନ ଥିବା ସେ ସ୍ପଷ୍ଟୀକରଣ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri