ଜେ.କେ. ମହାନ୍ତି ହେଲେ ଏଚ୍‌ଏଆଇର ଅବୈତନିକ ସଚିବ

ଭୁବନେଶ୍ୱର,୨୫ା୧(ବ୍ୟୁରୋ): ହୋଟେଲ ଆସୋସିଏଶନ ଅଫ୍‌ ଇଣ୍ଡିଆ(ଏଚ୍‌ଏଆଇ)ର ୨୩ତମ ବାର୍ଷିକ ସାଧାରଣ ପରିଷଦ ବୈଠକ ଗତ ୨୦ ତାରିଖରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହୋଇଥିବା ବେଳେ ଆସୋସିଏଶନ୍‌ର ନୂତନ ପରିଚାଳନା କମିଟି ଗଠନ କରାଯାଇଛି। ଦି’ ଇଣ୍ଡିଆନ୍‌ ହୋଟେଲ୍ସ କମ୍ପାନୀ ଲିମିଟେଡ୍‌ ତଥା ତାଜ୍‌ ଗ୍ରୁପ୍‌ର ପରିଚାଳନା ନିର୍ଦ୍ଦେଶକ ଓ ସିଇଓ ପୁନିତ ଛଟଓ୍ବାଲ ଆସୋସିଏଶନର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ହୋଟେଲ ଆସୋସିଏସନ ଅଫ୍‌ ଇଣ୍ଡିଆର ପୂର୍ବତନ ସଭାପତି ତଥା ଓବରୟ ଗ୍ରୁପ୍‌ର ଏମ୍‌ଡି ଓ ସିଇଓ ବିକ୍ରମ ଓବରୟଙ୍କଠାରୁ ଛଟଓ୍ବାଲ୍‌ ଏହି ଦାୟିତ୍ୱ ଗ୍ରହଣ କରିଛନ୍ତି। ସେହିଭଳି ର଼୍ୟାଡିସନ୍‌ ଗ୍ରୁପ୍‌ ଅଫ୍‌ ହୋଟେଲ୍ସର ପ୍ରିନ୍ସିପାଲ୍‌ ଆଡ୍‌ଭାଇଜର କେ.ବି. କଚ୍‌ରୁ ଉପସଭାପତି ଭାବେ ମନୋନୀତ ହୋଇଥିବାବେଳେ ଲେମନ୍‌ ଟ୍ରି ହୋଟେଲ୍ସର ସିଏମ୍‌ଡି ପଟୁ କେଶ୍ୱାନୀ ଅବୈତନିକ କୋଷାଧ୍ୟକ୍ଷ ଭାବେ ଦାୟିତ୍ୱ ନେଇଛନ୍ତି। ଓଡ଼ିଶାର ଆଗଧାଡ଼ିର ହୋଟେଲିୟର ତଥା ସ୍ବସ୍ତି ଗ୍ରୁପ୍‌ର ସିଏମ୍‌ଡି ଜେ.କେ. ମହାନ୍ତି ହୋଟେଲ ଆସୋସିଏଶନ ଅଫ୍‌ ଇଣ୍ଡିଆର ଅବୈତନିକ ସଚିବ ଭାବେ ନିର୍ବାଚିତ ହୋଇଛନ୍ତି। ଟଲେରା ହସ୍ପିଟାଲିଟିର ଅଧ୍ୟକ୍ଷ ସୁରେଶ ଏମ୍‌. ଟଲେରା ପୂର୍ବରୁ ଏହି ପଦବୀରେ ଥିଲେ। ଏହି ଆସୋସିଏସନ ଭାରତର ପ୍ରମୁଖ ହୋଟେଲ ଗ୍ରୁପ୍‌ର ୮ଜଣ କାର୍ଯ୍ୟନିର୍ବାହୀ କମିଟି ସଦସ୍ୟଙ୍କ ଦ୍ୱାରା ପରିଚାଳିତ ହୋଇଥାଏ। ନୂତନ ଭାବେ ଗଠିତ ହୋଇଥିବା ଏହି କମିଟି ୨୦୨୧ ମସିହା ପର୍ଯ୍ୟନ୍ତ ଦାୟିତ୍ୱରେ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri