Posted inରାଜ୍ୟ

ଜୈବ ବିବିଧତାର ସୁରକ୍ଷା ପାଇଁ ସଚେତନତା

ଖଣ୍ଡପଡା,୨୫ା୫(ସ୍ବ.ପ୍ର.): ସବୁଜସୁନ୍ଦର ପରିବେଶରେ ଦୃଶ୍ୟ ହେଉଥିବା ଅଣୁଜୀବଠାରୁ ଆରମ୍ଭ କରି ବିରାଟକାୟ ହସ୍ତୀ, ତିମି ଓ ଜଳଜୀବ ଆଦିଙ୍କ ସମାହାରକୁ ଜୈବ ବିବିଧତା କୁହାଯାଏ ା ଏଥିରୁ ଗୋଟିକର ଅଭାବରେ ଅନ୍ୟମାନେ ପରୋକ୍ଷରେ ଅବା ପ୍ରତ୍ୟକ୍ଷରେ ପ୍ରଭାବିତ ହୋଇଥାନ୍ତି। ମାନବ ସମାଜ ଏମାନଙ୍କ ଉପରେ ନିର୍ଭର କରି ବଞ୍ଚତ୍ଥାନ୍ତି। ଏଣୁ କୁହାଯାଏ ଗଛଲତା ସହିତ ପଶୁପକ୍ଷୀ, କୀଟପତଙ୍ଗ, ସରୀସୃପ ଆଦି ବଞ୍ଚତ୍ ନ ରହିଲେ ମନୁଷ୍ୟ ସମାଜ ତିଷ୍ଠିପାରିବ ନାହିଁ। ବୁଧବାର ବିଶ୍ୱ ଜୈବ ବିବିଧତା ସୁରକ୍ଷା ଦିବସ ଅବସରରେ ଖଣ୍ଡପଡ଼ା ବ୍ଲକ କଣ୍ଟିଲୋଠାରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ପରିବେଶବିତ୍‌ ଅନ୍ତର୍ଯ୍ୟାମୀ ସାହୁଙ୍କ ଦ୍ୱାରା ବାପୁଜୀନଗରଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଯୁବକସଂଘର ସଦସ୍ୟମାନେ ଯୋଗଦେଇ ଜୈବ ବିବିଧତା ସୁରକ୍ଷା ସମ୍ପର୍କରେ ଆଲୋଚନା କରିଥିଲେ। ଦୀର୍ଘ ୫୮ବର୍ଷ ହେଲା ବୃକ୍ଷରୋପଣ ଓ ପରିବେଶ ସୁରକ୍ଷାକୁ ଜୀବନର ଲକ୍ଷ୍ୟ ରୂପେ ଗ୍ରହଣ କରିଥିବା ସାହୁ କିପରି ଉଜୁଡା ଜଙ୍ଗଲକୁ ସଂରକ୍ଷଣ କରିପାରିଛନ୍ତି, ବନ୍ୟ ପଶୁପକ୍ଷୀଙ୍କ ସୁରକ୍ଷା ପାଇଁ ଜନସଚେତନତା ସୃଷ୍ଟି କରୁଛନ୍ତି ସେ ସମ୍ପର୍କରେ ଅବଗତ କରିଥିଲେ। ସେହିପରି ବାଇଚଢେଇ ଓ ଘରଚଟିଆଙ୍କ ବଂଶବୃଦ୍ଧି ପାଇଁ ରାସ୍ତା, ମାଳବନ୍ଧ କଡରେ ତାଳ, ଖଜୁରି ଗଛ ରୋପଣ କରିବା ସମ୍ପର୍କରେ ସଚେତନତା ସୃଷ୍ଟି କରିଥିଲେ। ବିଶେଷ କରି ସମ୍ପ୍ରତି ଗ୍ରୀଷ୍ମ ପ୍ରବାହ ସମୟରେ ଜୀବଜନ୍ତୁ ତଥା ପଶୁପକ୍ଷୀଙ୍କ ପାଇଁ ପକ୍ଷୀ ନିବାସ ସହ ସେମାନଙ୍କ ତୃଷା ମେଣ୍ଟାଇବା ଲାଗି ବିଭିନ୍ନ ସ୍ଥାନରେ ଜଳପାତ୍ର ସ୍ଥାପନ କରିବାକୁ ପରାମର୍ଶ ଦେଇଥିଲେ। ମହୁମାଛି, ପ୍ରଜାପତି, ଭ୍ରମର ଆଦିଙ୍କ ଆହାର ପାଇଁ ଗଛରୁ ଅଧିକ ଫୁଲ ନ ତୋଳି ଛାଡିଦେବାକୁ କହିଥିଲେ। ନିଜେ ବଞ୍ଚତ୍ ଅନ୍ୟକୁ ବଞ୍ଚାଇବା ଉପରେ ସାହୁ ଗୁରୁତ୍ୱାରୋପ କରିଥିଲେ। ଆୟୋଜିତ କାର୍ଯ୍ୟକ୍ରମରେ କ୍ଲବର ସମସ୍ତ ସଦସ୍ୟଙ୍କ ସହିତ ସ୍ଥାନୀୟ ଅଞ୍ଚଳର ଅରୁଣ, ଅଶ୍ୱିନୀ, ପିନୁ, ଶିବୁ, ପ୍ରଭାତ ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?