Posted inଜାତୀୟ

ଜୈଶ୍‌ ଟାର୍ଗେଟ୍‌ରେ ମୋଦି-ଶାହ-ଡୋଭାଲ୍‌: ୩୦ ସହର ଓ ୪ ବିମାନ ବନ୍ଦର ଉପରେ ଆକ୍ରମଣ ପାଇଁ ମିଳିଲା ଧମକପୂର୍ଣ୍ଣ ଚିଠି

ନୂଆଦିଲ୍ଲୀ,୨୫।୯: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଏବେ ଆତଙ୍କବାଦୀ ସଂଗଠନ ଜୈଶ୍‌-ଇ-ମହମ୍ମଦ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଏବଂ ଜାତୀୟ ସୁରକ୍ଷା ପରାମର୍ଶ ଦାତା ଅଜିତ୍‌ ଡୋଭାଲ୍‌ଙ୍କୁ ଟାର୍ଗେଟ୍‌ କରିଛି। ଏନେଇ ଲକ୍ଷ୍ନୌର ବ୍ୟୁରୋ ଅଫ୍‌ ସିଭିଲ୍‌ ଆଭିଏଶନ୍‌କୁ ଏକ ଧମକପୂର୍ଣ୍ଣ ଚିଠି ମିଳିଛି। ପ୍ରତିଶୋଧ ନେବା ପାଇଁ ଚିଠିରେ ଜୈଶ୍‌ ଧମକ ଦେଇଛି। ଦେଶର ଜମ୍ମୁ- ପଠାଣକୋଟ୍‌, ଅମୃତସର, ଜୟପୁର, ଗାନ୍ଧୀନଗର, କାନପୁର, ଲକ୍ଷ୍ନୌ ଆଦି ୩୦ ସହର ଉପରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ କରାଯିବା ଲାଗି ଚିଠିରେ ଧମକ ଦିଆଯାଇଛି। ଏହା ସହିତ ଚିଠିରେ ୪ଟି ବିମାନ ବନ୍ଦର ଉପରେ ଆକ୍ରମଣ ଲାଗି ମଧ୍ୟ କୁହାଯାଇଛି। ଚିଠି ମିଳିବା ପରେ ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଶାସିତ ରାଜ୍ୟର ସବୁ କୋଇଲା ବିଦ୍ୟୁତ ଟେଣ୍ଡର ହାତେଇଲା ଆଦାନୀ ଗ୍ରୁପ; ୨୫ ବର୍ଷରେ କମାଇବ ୧୩.୨୭ ଲକ୍ଷ କୋଟି

ନୂଆଦିଲ୍ଲୀ,୧୬।୬: ୨୦୨୪ରୁ ଭାରତ ସରକାର ଦୀର୍ଘକାଳୀନ କୋଇଲା ବିଦ୍ୟୁତ କ୍ରୟ ଚୁକ୍ତି (PPA) ପୁଣି ଆରମ୍ଭ କରିବା ପରେ, ଆଦାନୀ ଗ୍ରୁପ ଏକ ବଡ଼ ବ୍ୟବସାୟିକ ସଫଳତା…

ନିୟମ ବଦଳାଇଲେ କେନ୍ଦ୍ର ସରକାର, ଏଥର ବିନା ପ୍ରେସକ୍ରିପସନରେ ମିଳିବନି କଫ ସିରପ୍‌

ନୂଆଦିଲ୍ଲୀ,୧୬।୬: କାଶ ସିରପ ସମେତ ବିଭିନ୍ନ ଔଷଧୀୟ ସିରପ କିଣିବା ପାଇଁ ଏବେ ସାରା ଦେଶରେ ଡାକ୍ତରଙ୍କ ପ୍ରେସକ୍ରିପସନ ବାଧ୍ୟତାମୂଳକ ହେବ। ଔଷଧ ନିୟମ, ୧୯୪୫ ସଂଶୋଧନ…

Vaibhav Sooryavanshi: ବୈଭବଙ୍କ ଜେଜେ ଲେଖନ୍ତି ସିଂହ, ହେଲେ କାହିଁକି ନିଜର ସରନେମ ‘ସୂର୍ଯ୍ୟବଂଶୀ’ ବାଛିଲେ କ୍ରିକେଟର? ଜେଜେ କହିଲେ…

ନୂଆଦିଲ୍ଲୀ,୧୬।୬: ସମସ୍ତିପୁରର ତାଜପୁର ନଗର ପରିଷଦ ଅଞ୍ଚଳର ମୋତିପୁର ନିବାସୀ ବୈଭବ ସୂର୍ଯ୍ୟବଂଶୀଙ୍କ ଲୋକପ୍ରିୟତା ବଢ଼ିବା ସହିତ, ଲୋକଙ୍କ ମଧ୍ୟରେ ପ୍ରାୟତଃ ଏକ ପ୍ରଶ୍ନ ଉଠୁଥିଲା: ତାଙ୍କ…

ମେସି-ରୋନାଲ୍ଡୋ ଯଦି ଏକାଠି ହୁଅନ୍ତି ତେବେ ଫିକା ପଡିଯିବ BCCI! ଏମାନଙ୍କ ନେଟ ଓ୍ବର୍ଥ ଶୁଣିଲେ ହୋସ ଉଡିଯିବ

ନୂଆଦିଲ୍ଲୀ,୧୬।୬: ଫୁଟବଲ ବିଶ୍ୱର ସବୁଠାରୁ ଲୋକପ୍ରିୟ ଖେଳ, ପ୍ରାୟ ପ୍ରତ୍ୟେକ ଦେଶରେ ଖେଳାଯାଏ। କ୍ରିକେଟ ଦ୍ୱିତୀୟ ସ୍ଥାନରେ ଅଛି ଏବଂ ବିଶ୍ୱ ଦର୍ଶକଙ୍କ ଉପରେ ଏହାର କବଜାକୁ…

କେନାଲରୁ ମିଳିଲା ୬ ପିତ୍ତଳ ନାଗ, ଦିଗପହଣ୍ଡିରେ ଚର୍ଚ୍ଚା

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ପଞ୍ଚାୟତ ଚକ୍ରପୁର ଗାଁ ନିକଟ କେନାଲରୁ ୬ ଟି ପିତ୍ତଳ ନିର୍ମିତ ନାଗ ମିଳିଛି। ଗ୍ରାମର…

NEET ପୁନଃପରୀକ୍ଷା ପୂର୍ବରୁ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଟେଲିଗ୍ରାମ ଉପରେ ଲାଗିଲା ଅସ୍ଥାୟୀ ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୬।୬: କେନ୍ଦ୍ର ସରକାର NEET-UG ପୁନଃପରୀକ୍ଷା ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଜୁନ ୨୨ ପର୍ଯ୍ୟନ୍ତ ଟେଲିଗ୍ରାମ ବ୍ୟବହାର ଉପରେ ଏକ ଅସ୍ଥାୟୀ କଟକଣା ଜାରି…

କେନ୍ଦୁଝରରେ ଚାଞ୍ଚଲ୍ୟ, ପାରିବାରିକ କଳହରୁ ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

କେନ୍ଦୁଝର,୧୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଟାଉନ୍‌ ଥାନା ଅନ୍ତର୍ଗତ ଜାମୁଡ଼ିହା ଗ୍ରାମରେ ବିଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ୱାମୀଙ୍କ ଆକ୍ରମଣରେ ସ୍ତ୍ରୀଙ୍କ ମୃତ୍ୟୁ ଘଟଣା ଚାଞ୍ଚଲ୍ୟ…

ଶିଳ୍ପ ପ୍ରତିଷ୍ଠା ଦାବିରେ ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ, ଗାଡ଼ି ଚଳାଚଳ ସଂପୂର୍ଣ୍ଣ ବନ୍ଦ

ବଲାଙ୍ଗୀର,୧୬।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜିରେ ମଙ୍ଗଳବାର ୧୨ ଘଂଟିଆ ବନ୍ଦ ପାଳନ କରାଯାଉଛି । ସ୍ଥାନୀୟ ଟ୍ରକ ମାଲିକ ସଂଘ ପକ୍ଷରୁ ୧୨ ଘଣ୍ଟିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri