ଜୈସ-ଇ-ମହମ୍ମଦର ଅଣ୍ଡର ୱାଟର ଆକ୍ରମଣ ଯୋଜନା: ଟାର୍ଗେଟରେ ଶ୍ରୀମନ୍ଦିର, ବଢିଲା ସୁରକ୍ଷା

ପୁରୀ ଅଫିସ, ୨୭।୮: ଭାରତର ବିଭିନ୍ନ ସ୍ଥାନ ଉପରେ ଜଳମାର୍ଗ ମାଧ୍ୟମରେ ଆକ୍ରମଣ ଲାଗି ଆତଙ୍କବାଦୀ ସଙ୍ଗଠନ ଜୈସ-ଇ-ମହମ୍ମଦ ଅଣ୍ଡର ୱାଟର ୱିଙ୍ଗ ପ୍ରସ୍ତୁତ କରୁଥିବା ନେଇ ଭାରତୀୟ ଗୋଇନ୍ଦା ବିଭାଗ ସର୍ତକ କରିଛି। ପ୍ରଥମେ ଲକ୍ସର-ଇ-ତୋଇବା ଏବେ ଜୈସ-ଇ-ମହମ୍ମଦ ଭାରତ ଉପରେ ଆକ୍ରମଣ ଲାଗି ଯୋଜନା ପ୍ରସ୍ତୁତ କରୁଛି। ରିପୋର୍ଟକୁ ଆଧର କରି ଭାରତ ସରକାର ସମସ୍ତ ରାଜ୍ୟକୁ ହାଇଆର୍ଲାଟ ଜାରି କରିଛନ୍ତି। ଭାରତର ପ୍ରମୁଖ ସ୍ଥାନମାନଙ୍କରେ ଏହି ଆକ୍ରମଣ ହୋଇପାରେ। ଏଥିରେ ଶ୍ରୀମନ୍ଦିର ଆସୁଥିବା ଜଣାପଡିଛି। ଶ୍ରୀମନ୍ଦିର ସୁରକ୍ଷା ଲାଗି ଗୋଇନ୍ଦା ବିଭାଗ ରାଜ୍ୟ ସରକାରଙ୍କୁ ସତର୍କ କରିଛି। ରାଜ୍ୟ ପୋଲିସ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ସମୁଦ୍ରତଟ ଏବଂ ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାକୁ କଡାକଡି ଲାଗି ଗୃହ ବିଭାଗ ପକ୍ଷରୁ ଏସ୍‌ପିଙ୍କୁ ନିର୍ଦ୍ଦେଶ ଆସିଥିବା ଜଣାପଡିଛି। ଏନେଇ ଏସ୍‌ପି ଉମାଶଙ୍କର ଦାଶ କହିଛନ୍ତି, ଶ୍ରୀମନ୍ଦିର ଓ ସମୁଦ୍ରତଟ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ଶ୍ରୀମନ୍ଦିରରେ ସିସିଟିଭି ଯାଞ୍ଚ ଉପରେ ଗୁରୁତ୍ୱ ଦିଆଯାଇଛି। ୪ସାମୁଦ୍ରିକ ଥାନା ସମେତ ଜିଲାର ସମସ୍ତ ଥାନାକୁ ସର୍ତକ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ପୁରୀ ବେଳାଭୂମିରେ ସୁରକ୍ଷାକୁ କଡାକଡି କରାଯାଇଛି। ପେଣ୍ଟକଟା ଠାରୁ ଷ୍ଟର୍ଲିନ ପର୍ଯ୍ୟନ୍ତ ବେଳାଭୂମିରେ ପୋଲିସ ପାଟ୍ରୋଲିଂ କରାଯିବ। ଯେ କୌଣସି ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ବେଳାଭୂମି ଅଥବା ସହରରେ ବୁଲୁଥିବା ନଜରକୁ ଆସିଲେ, ସେମାନଙ୍କୁ ଥାନାକୁ ଆଣି ପଚରାଉଚୁରା ଲାଗି ନିର୍ଦ୍ଦେଶ ଦିଆଯାଇଛି। ରାତ୍ରୀ ପାଟ୍ରୋଲିଂ, ପ୍ରବେଶ ପଥରେ ଯାନବାହନ ଚେକିଂ କଡାକଡି କରାଯାଇଛି। ଏନେଇ ପୁରୀ ପୋଲିସ ସମ୍ପର୍ଣ୍ଣ ପ୍ରସ୍ତୁତ ରହିିଛି ବୋଲି ଏସ୍‌ପି ଦାଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri