ଜୋନାଲସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା: ରେମଣ୍ଡା ଗାଲର୍‌ସ ହାଇସ୍କୁଲ ପ୍ରଥମ

ସୋନପୁର,୮।୮(ନି.ପ୍ର): ସୁବର୍ଣ୍ଣପୁରରେ ପଶ୍ଚିମ ଓଡିଶା ଜୋନାଲସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା ମହାରାଜା ହାଇସ୍କୁଲ ଶତବାର୍ଷିକୀ ସମ୍ମିଳନୀ କକ୍ଷରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଜିଲା ଶିକ୍ଷା ଅଧିକାରୀଙ୍କ ଦ୍ୱାରା ଆୟୋଜିତ ଏହି ପ୍ରତିଯୋଗିତାରେ ସୁବର୍ଣ୍ଣପୁର, ବରଗଡ, ସମ୍ବଲପୁର, ଦେବଗଡ, ଝାରସୁଗୁଡା ଓ ସୁନ୍ଦରଗଡ ଜିଲାର ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ଜିଲାସ୍ତରୀୟ ପ୍ରତିଯୋଗିତାରେ ଚୟନ ହୋଇଥିବା ୬ଟି ଜିଲାର ୬ଟି ଉଚ୍ଚ ବିଦ୍ୟାଳୟର ଛାତ୍ରୀଛାତ୍ର ଏହି ବିଜ୍ଞାନଭିତ୍ତିକ ନାଟକ ପ୍ରତିଯୋଗିତାରେ ଭାଗ ନେଇଥିଲେ। ବରଗଡ ଜିଲା ରେମଣ୍ଡା ସରକାରୀ ଗାଲର୍‌ସ ହାଇସ୍କୁଲର ଛାତ୍ରୀମାନେ ନୀରବ ଯନ୍ତ୍ରଣା ନାଟକ ପରିବେଷଣ କରି ପ୍ରଥମ ହୋଇଥିଲେ। ଡ. ପ୍ରଶାନ୍ତ କୁମାର ପଣ୍ଡାଙ୍କ ରଚିତ ଏହି ନାଟକକୁ ଛବିଳ ପ୍ରଧାନ ନିର୍ଦ୍ଦେଶନା ଦେଇଥିଲେ। ଛବିଳ ପ୍ରଧାନଙ୍କୁ ଶ୍ରେଷ୍ଠ ନିର୍ଦ୍ଦେଶକ, ରେମଣ୍ଡା ବିଦ୍ୟାଳୟର ଛାତ୍ରୀ ମୋନିକା ନନ୍ଦ ଶ୍ରେଷ୍ଠ ଅଭିନେତା ଓ ସୋନାଲିକା ମହାପାତ୍ରଙ୍କୁ ଶ୍ରେଷ୍ଠ ଅଭିନେତ୍ରୀଭାବେ ପୁରସ୍କୃତ କରାଯାଇଥିଲା। ରେମଣ୍ଡା ବିଦ୍ୟାଳୟର ଛାତ୍ରୀମାନେ ଆସନ୍ତା ୧୪ତାରିଖରେ ଭୁବନେଶ୍ୱରର ରିଜିଓନାଲ ସାଇନ୍‌ସ ସେଣ୍ଟରରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବାକୁ ଯୋଗ୍ୟତା ଅର୍ଜନ କରିଛନ୍ତି। ସେହିପରି ସୁନ୍ଦରଗଡ ଜିଲା କୁଆଁରମୁଣ୍ଡା ବ୍ଲକ କଚାରୁ ସରକାରୀ ହାଇସ୍କୁଲର ଛାତ୍ରୀମାନେ ଗାନ୍ଧୀଙ୍କ ସ୍ବପ୍ନ ନାଟକ ପରିବେଷଣ କରି ଦ୍ୱିତୀୟ ସ୍ଥାନ କରିଥିଲେ। ଗାନ୍ଧୀଙ୍କ ସ୍ବପ୍ନ ନାଟକ ରଚନା କରିଥିବା ଶିବପ୍ରସାଦ ମହାପାତ୍ରଙ୍କୁ ଶ୍ରେଷ୍ଠ ସ୍କ୍ରିପ୍ଟ ରାଇଟରଭାବେ ପୁରସ୍କୃତ କରାଯାଇଥିଲା। ସୋନପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ଛାତ୍ରୀ ହୁସିଆର ଯମ ଆସୁଛି ନାଟକ ପରିବେଷଣ କରି ତୃତୀୟ ସ୍ଥାନ ଅଧିକାର କରିଥିଲେ। ଉଦ୍‌ଯାପନୀ ଉତ୍ସବରେ ଜିଲା ଶିକ୍ଷା ଅଧିକାରୀ ପୁଷ୍ପା ମିଞ୍ଜ ଅଧ୍ୟକ୍ଷତା କରିଥିଲେ। ବିଶିଷ୍ଟ ନାଟ୍ୟକାର ହରିହର ପ୍ରଧାନ ମୁଖ୍ୟ ଅତିଥିଭାବେ ଯୋଗଦେଇ ନାଟକ ଛାତ୍ରୀଛାତ୍ରଙ୍କ ଉପରେ ଅଧିକ ପ୍ରଭାବ ପକାଇଥାଏ। ଆଧୁନିକ ଯୁଗରେ ନାଟକ ଓ ବିଜ୍ଞାନ ଅଙ୍ଗାଙ୍ଗୀ ଭାବେ ଜଡିତ ବୋଲି କହିଥିଲେ। ସୋନପୁର ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ଘନଶ୍ୟାମ ମେହେର, ନାଟ୍ୟକାର ତଥା ଅଧ୍ୟାପକ ପୁରୁଷୋତ୍ତମ ମିଶ୍ର, ଅଭିନେତା ତଥା ନାଟ୍ୟକାର ପ୍ରଦ୍ୟୁମ୍ନ ସାହୁ ସମ୍ମାନିତ ଅତିଥିଭାବେ ଯୋଗଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri