ଜ୍ୟାକଲିନଙ୍କ ସହ ମନଖୋଲି ନାଚିଲେ ଭାଇଜାନ୍‌

ମୁମ୍ବାଇ: ବଲିଉଡ୍‌ ଭାଇଜାନ୍‌ ସଲମାନ ଖାଁ ଏବେ ତାଙ୍କ ଡ୍ୟାନ୍ସ ପାଇଁ ଅଛନ୍ତି ଚର୍ଚ୍ଚାରେ। ଏବେ ସେ ତାଙ୍କ ଅପ୍‌ କମିଙ୍ଗ ଫିଲ୍ମ ଦବଙ୍ଗ ୩ର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ଚଳିତବର୍ଷ ଖ୍ରୀଷ୍ଟମାସରେ ଏହା ରିଲିଜ୍‌ ହେବାକୁ ଥିବା ବେଳେ ଏବେଠାରୁ ଦର୍ଶକେ ଏହାକୁ ଦେଖିବାକୁ ଉତ୍ସୁକତାର ସହ ଅପେକ୍ଷା ରଖିଛନ୍ତି। ନିକଟରେ ସଲମାନଙ୍କର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ସେ ନାୟିକା ଜ୍ୟାକଲିନଙ୍କ ସହ ଖୁବ୍‌ ନାଚିଛନ୍ତି। କୁହାଯାଉଛି ଏହା ଦବଙ୍ଗ ଫିଲ୍ମ ପ୍ରମୋଶନ ସମୟର। ଏଥିରେ ଭାଇଜାନ୍‌ ‘ମୁନ୍ନି ବଦନାମ୍‌ ହୁଇ’ ଗୀତରେ ଠୁମକା ଲଗାଉଥିବା ଦେଖାଯାଇଛି। କେବଳ ଜ୍ୟାକଲିନ ନୁହେଁ ଅନ୍ୟ କଳକାରଙ୍କୁ ମଧ୍ୟ ଏଥିରେ ଦେଖିବାକୁ ମିଳିଛି। କୁହାଯାଉଛି ଏହା ଦବଙ୍ଗ ଟୁର୍‌ ସମୟର ଭିଡିଓ। ଆଉ ଭାଇଜାନ୍‌ ବିଦେଶରେ ଦବଙ୍ଗ ଟିମ୍‌ ସହ ପରଫର୍ମ କରିବାକୁ ଯାଇଛନ୍ତି। ସୂଚନା ମୁତାବକ ‘ମୁନ୍ନି ବଦନାମ ହୁଇ’ ଦବଙ୍ଗ ସିରିଜର ପ୍ରଥମ ଆଇଟମ୍‌ ସଙ୍ଗ। ଯେଉଁଥିରେ ମଲାଇକା ଆରୋରା ପରଫର୍ମ କରିଥିଲେ। ଆଉ ଏହା ଦର୍ଶକଙ୍କୁ ବେଶ୍‌ ପସନ୍ଦ ଆସିଥିଲା। ସେମିତି ଏହାର ଦ୍ୱିତୀୟରେ ଆସିଲେ କରିନା କପୁର ଖାଁ। ସେ ଆସିଲେ ଫେବିକଲ ସଙ୍ଗ ସହ। ତାହା ମଧ୍ୟ ଦର୍ଶକଙ୍କ ମନକୁ ଛୁଇଁ ପାରିଲା। ଏଥର ଦବଙ୍ଗ ୩ରେ ମଧ୍ୟ ଏକ ଆଇଟମ୍‌ ସଙ୍ଗ ରହିଛି ବୋଲି ଶୁଣିବାକୁ ମିଳିଛି। ହେଲେ ସେ ସମ୍ପର୍କରେ ଏପର୍ଯ୍ୟନ୍ତ କିଛି ସ୍ପଷ୍ଟ ହୋଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri