ଜ୍ୱାଇଁଙ୍କୁ ଶ୍ୱଶୁରଙ୍କ ଛୁରାମାଡ

ଦିଗପହଣ୍ଡି,୧୮ା୭(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକୟଁା ଛକ ନିକଟରେ ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଜ୍ୱାଇଁଙ୍କୁ ଶ୍ବଶୁର ଛୁରାମାଡ କରିଛନ୍ତି। ଆହତ ଯୁବକ ଜଣକ ହେଲେ ଦିଗପହଣ୍ଡି ଥାନା କଲ୍ୟାଣପୁର ଗ୍ରାମର ସଞ୍ଜୟ ଗୌଡ। ସଞ୍ଜୟ ରାସ୍ତା ଉପରେ ଠିଆହୋଇଥିବାବେଳେ ତାଙ୍କ ଶ୍ବଶୁର ସେଠାରେ ପହଞ୍ଚତ୍ ତାଙ୍କ ପେଟ ଓ ମୁଣ୍ଡକୁ ଛୁରିରେ ଅତର୍କିତ ଆକ୍ରମଣ କରିଥିଲେ। ସ୍ଥାନୀୟ ଲୋକେ ଅଭିଯୁକ୍ତଙ୍କୁ ଗୋଡାଇବାରୁ ସେ ବିଲରେ ଦୌଡି ପଳାଇ ଯାଇଥିବା ଜଣାପଡିଛି। ସ୍ଥାନୀୟ ଲୋକେ ସଞ୍ଜୟଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଖବର ଲେଖା ହେବ ସୁଦ୍ଧା ଥାନାରେ କୌଣସି ରିପୋର୍ଟ ହୋଇ ନ ଥିବା ଆଇଆଇସି ଗୌରାଙ୍ଗ ଚରଣ ସାହୁ କହିଛନ୍ତି। ସଞ୍ଜୟ ଜୁନ ୩୦ରେ ତାଙ୍କ ଗ୍ରାମର ଜୟନ୍ତୀ ଗୌଡଙ୍କୁ କାଶୀ ବିଶ୍ୱନାଥ ଶୈବ ପୀଠରେ ଉଭୟ ପରିବାର ଏବଂ ବନ୍ଧୁବର୍ଗଙ୍କ ଉପସ୍ଥିତିରେ ବିବାହ କରିଥିଲେ। ବିବାହର କିଛି ଦିନ ପରେ ସେ ସ୍ତ୍ରୀଙ୍କ ସହ ଦିଗପହଣ୍ଡି ପୁଞ୍ଜିକୟଁା ଛକ ନିକଟରେ ଭଡ଼ାଘରେ ରହୁଥିଲେ। କ’ଣ ପାଇଁ ତାଙ୍କ ଶ୍ୱଶୁର ସଞ୍ଜୟଙ୍କୁ ଆକ୍ରମଣ କରିଛନ୍ତି ତାର କାରଣ ଜଣା ପଡି ନ ଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri