ଜ୍ୱାଇଁଙ୍କୁ ସଂଘବଦ୍ଧ ଆକ୍ରମଣ ଘଟଣା: ଶଳା, ଶାଶୁ, ସ୍ତ୍ରୀ ସମେତ ୪ ଅଟକ

ବ୍ରହ୍ମପୁର ଅଫିସ,୧୪।୩: ଗଞ୍ଜାମ ଜିଲା କୁକୁଡାଖଣ୍ଡି ବ୍ଲକ ଅନ୍ତର୍ଗତ ଜଗଦଳପୁର ପଞ୍ଚାୟତରେ ଶୁକ୍ରବାର ରାତିରେ ଜ୍ୱାଇଁଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଥିଲା। ଏହି ଘଟଣାରେ ଶନିବାର ସଦର ଥାନା ପୋଲିସ ଜଗଦଳପୁର ଗ୍ରାମର ୪ ଜଣଙ୍କୁ ଅଟକ ରଖିଛି। ସେମାନେ ହେଲେ ଶଳା ସନ୍ତୋଷ ସେଠୀ, ଶାଶୁ, ସ୍ତ୍ରୀ ଏବଂ ଉକ୍ତ ପଞ୍ଚାୟତର ଜଣେ ସମିତି ସଭ୍ୟ। ଏନେଇ ଶନିବାର ସକାଳ ସୁଦ୍ଧା ଥାନାରେ ଅଭିଯୋଗ ହୋଇ ନ ଥିବା ବେଳେ ପୋଲିସ ଅଟକମାନଙ୍କୁ ଘଟଣା ସମ୍ପର୍କରେ ଜେରା ଚଳାଇଥିବା ଜଣାପଡିଛି ।
ପ୍ରକାଶ ଯେ, ଗୋପାଳପୁର ଥାନା ଅନ୍ତର୍ଗତ କରାପଲ୍ଲୀର ବୀଣା ସେଠୀ (୩୭) ଜଗଦଳପୁର ଗ୍ରାମର ସନ୍ତୋଷଙ୍କ ଭଉଣୀଙ୍କୁ କିଛିବର୍ଷ ପୂର୍ବେ ବିବାହ କରିଥିଲେ। ଘରୋଇ ଅଶାନ୍ତିକୁ କେନ୍ଦ୍ରକରି ବୀଣାଙ୍କ ସ୍ତ୍ରୀ କିଛିଦିନ ତଳେ ଭାଇ ଘର ଜଗଦଳପୁରକୁ ଚାଲିଯାଇଥିଲେ। ଶୁକ୍ରବାର ରାତିରେ ବୀଣା ସ୍ତ୍ରୀଙ୍କୁ ଡାକିବା ପାଇଁ ଜଗଦଳପୁର ଯାଇଥିଲେ। ସେଠାରେ ବୀଣା ଓ ସନ୍ତୋଷଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ରାତ୍ରି ପ୍ରାୟ ସାଢ଼େ ୧୧ ଟାରେ ସନ୍ତୋଷ ଜ୍ୱାଇଁ ବୀଣାଙ୍କୁ ଆକ୍ରମଣ କରିବା ବେଳେ ତାଙ୍କ ମା’, ଭଉଣୀ ଏବଂ ଉକ୍ତ ପଞ୍ଜାୟତର ଜଣେ ସମିତି ସଭ୍ୟ ସହଯୋଗ କରିଥିବା ପୋଲିସ ଜାଣିବାକୁ ପାଇଛି। ଆକ୍ରମଣର ଶିକାର ହୋଇ ଗାଁ ଦାଣ୍ଡରେ ଅଚେତ ହୋଇପଡ଼ିଥିବା ବୀଣାଙ୍କୁ ପୋଲିସ ଉଦ୍ଧାରକରି ଏମ୍‌କେସିଜି ମେଡିକାଲରେ ଭର୍ତ୍ତି କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

କାମ ସାରି ଫେରିବା ବେଳେ ଖଣ୍ଡା-କାତିରେ ଆକ୍ରମଣ କରି ହତ୍ୟା, ୮ଜଣଙ୍କୁ ଆଜୀବନ କାରାଦଣ୍ଡରେ…

ଛତ୍ରପୁର,୨୦ା୨(ଦିଲୀପ ସାମଲ)- ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଦୟାପଲ୍ଲୀ ଗ୍ରାମର ୨୦୧୨ର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଶୁକ୍ରବାର ପ୍ରକାଶ ପାଇଛି। ଛତ୍ରପୁର ଅତିରିକ୍ତ ଜିଲା…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri