ଜୟଦେବ ଦାସଙ୍କ ଦେହାନ୍ତ

ଭୁବନେଶ୍ୱର,୨୮ା୩(ବ୍ୟୁରୋ): ପ୍ରତିଷ୍ଠିତ ଓଡ଼ିଆ ଫିଲ୍ମ, ଟେଲିଭିଜନ, ରେଡିଓ ଓ ମଞ୍ଚ କଳାକାର ଜୟଦେବ ଦାସ ଆଉ ନାହାନ୍ତି। ଶୁକ୍ରବାର ଭୋର୍‌ ୪ଟାରେ କଟକସ୍ଥିତ ଏସ୍‌ସିବି ମେଡିକାଲରେ ସେ ଚିରଦିନ ପାଇଁ ଆଖି ବୁଜିଛନ୍ତି। ତାଙ୍କୁ ୬୦ବର୍ଷ ହୋଇଥିଲା। ସେ ଅସୁସ୍ଥ ହୋଇ ୧୦ ଦିନ ହେବ ଚିକିତ୍ସିତ ହେଉଥିଲେ। ଗୁରୁବାର ରାତିରେ ହଠାତ୍‌ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ବିଭିନ୍ନ ପରୀକ୍ଷା ନିରୀକ୍ଷା ପରେ ତାଙ୍କୁ ଓ୍ବାର୍ଡକୁ ସ୍ଥାନାନ୍ତର କରାଯାଉଥିବାବେଳେ ସେଠାରେ ତାଙ୍କର ହୃଦ୍‌ଘାତ ହୋଇଥିବା ଡାକ୍ତର କହିଥିଲେ। ମୃତ୍ୟୁ ଶଯ୍ୟା ନିକଟରେ ସ୍ତ୍ରୀ ଗାୟତ୍ରୀ କର, ଝିଅ ଭାଷା ପ୍ରିୟଦର୍ଶିନୀ ଓ ପୁଅ ବିସ୍ମୟ ସଙ୍କେତ ଦାସ ଉପସ୍ଥିତ ଥିଲେ। ସତୀ ଚଉରା ଶ୍ମଶାନରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଓଡ଼ିଶାର ଚଳଚ୍ଚିତ୍ର, ନୃତ୍ୟ ଓ ସଙ୍ଗୀତ ଜଗତର ଜଣେ ପରିଚିତ ଚେହେରା ଜୟଦେବଙ୍କ ମୃତ୍ୟୁରେ ସମଗ୍ର କଳାଜଗତ ସ୍ତବ୍ଧ ହୋଇଯାଇଥିବାବେଳେ ବହୁ ବରିଷ୍ଠ କଳାକାର ଶୋକପ୍ରକାଶ କରିଛନ୍ତି।
ଏକାଧିକ କଳାର ଅଧିକାରୀ ଥିବା ଜୟଦେବ କଟକ ସତୀ ଚଉରାଠାରେ ଜନ୍ମଗ୍ରହଣ କରିଥିଲେ। ଉତ୍କଳ ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର ଶେଷ କରିବା ପରେ ଅନ୍ନପୂର୍ଣ୍ଣା ଥିଏଟର- ବି ଗ୍ରୁପ୍‌ରେ ଜଣେ ମଞ୍ଚ କଳାକାରଭାବେ ଅଭିନୟ ଜୀବନ ଆରମ୍ଭ କରିଥିଲେ। ଓଡ଼ିଶାର ବହୁ ଖ୍ୟାତନାମା ନାଟ୍ୟ ନିର୍ଦ୍ଦେଶକଙ୍କ ସହ ସେ କାମ କରିଥିଲେ। ୧୯୭୬ରୁ ଏପର୍ଯ୍ୟନ୍ତ ପ୍ରାୟ ୫୦ରୁ ଊର୍ଦ୍ଧ୍ୱ ନାଟକର ନିର୍ଦ୍ଦେଶନା ଦେଇଥିଲେ। ଟେଲିଭିଜନ, ରେଡିଓ ଓ ଚଳଚ୍ଚିତ୍ର ଜଗତ ସହ ଦୀର୍ଘ ୨୦ବର୍ଷ ଧରି ରହିଆସିଥିଲେ। ଶାସ୍ତ୍ରୀୟ ନୃତ୍ୟ ସହ ଜଡ଼ିତ ଥିବା ଜୟଦେବ ଜଣେ ଲାଇଟିଂ ଡିଜାଇନରଭାବେ ଗୁରୁ କେଳୁଚରଣ ମହାପାତ୍ରଙ୍କ ସହ ମଧ୍ୟ କାମ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ ଧକ୍କାରେ ଓଲଟିପଡ଼ିଲା ଟ୍ରାକ୍ଟର, କଣ୍ଡକ୍ଟରଙ୍କ ସମେତ…

ଧୂଷୁରୀ,୧୯ା୨(ଦୀପ୍ତିରଞ୍ଜନ ନାୟକ): ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡ଼ି ଫାଣ୍ଡି ଅଧୀନ କୁଳେଇପଦା ଓ ଆରଡ଼ିର ମଧ୍ୟବର୍ତ୍ତୀ ସ୍ଥାନରେ ୨୦ ନମ୍ବର ଜାତୀୟ ରାଜପଥରେ ଗୁରୁବାର…

ଏହି ଦେଶର ପୂର୍ବତନ ରାଷ୍ଟ୍ରପତିଙ୍କୁ ଆଜୀବନ କାରାଦଣ୍ଡ, ଜାଣନ୍ତୁ କ’ଣ କରିଛନ୍ତି ଅପରାଧ

ସିଓଲ,୧୯।୨: ଦକ୍ଷିଣ କୋରିଆର ପୂର୍ବତନ ରାଷ୍ଟ୍ରପତି ୟୁନ ସୁକ-ୟେଓଲ ଏକ ବଡ଼ ଝଟକା ପାଇଛନ୍ତି। ଗୁରୁବାର (ଫେବୃଆରୀ ୧୯) ଦିନ, କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରି…

ଭାରତର ପଡୋଶୀ ଦେଶରେ ବଡ଼ ଧରଣର ବିସ୍ଫୋରଣ, ଅତିକମରେ ୧୬ ମୃତ

ଇସଲାମାବାଦ,୧୯।୨: ପାକିସ୍ତାନର ସବୁଠାରୁ ବଡ଼ ସହର କରାଚୀରୁ ଏକ ଦୁଃଖଦ ଖବର ଆସିଛି। ଏକ ଆବାସିକ ଅଞ୍ଚଳରେ ଏକ ଶକ୍ତିଶାଳୀ ବିସ୍ଫୋରଣ ସମଗ୍ର ଅଞ୍ଚଳକୁ ଥରାଇ ଦେଇଛି।…

ଆଜିର ମାଟ୍ରିକ ପରୀକ୍ଷାରେ ଅନୁପସ୍ଥିତ ରହିଲେ ୩୯ ପରୀକ୍ଷାର୍ଥୀ

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ୮ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାର ମାଟ୍ରିକ ପରୀକ୍ଷା ଦେଇଛନ୍ତି ୧୩୬୪ ଜଣ ଛାତ୍ରୀଛାତ୍ର। ଏହି ପରୀକ୍ଷା ଫେବୃଆରୀ…

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

ପଡ଼ିଆରେ ଅଘଟଣ: କ୍ରିକେଟ୍‌ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣ, ଅମ୍ପାୟାର ମୃତ

ଲକ୍ଷ୍ନୌ,୧୯।୨: ଭାରତରେ ଏକ କ୍ରିକେଟ ମ୍ୟାଚ ଚାଲିଥିବା ସମୟରେ ଏକ ଅଘଟଣ ଘଟିଛି। ଏଠାରେ ଏକ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣରେ ଜଣେ ଅମ୍ପାୟାରଙ୍କ ମୃତ୍ୟୁ ଘଟିଛି।…

ଭାରତୀୟ ବିମାନ କମ୍ପାନୀ ବିରୋଧରେ ବାଂଲାଦେଶ ନେଲା ବଡ଼ ନିଷ୍ପତ୍ତି: ଏୟାରସ୍ପେସ ବନ୍ଦ

ଢାକା,୧୯।୨: ବାଂଲାଦେଶର ତାରିକ ରହମାନ ସରକାର ବକେୟା ଦେୟ ପରିଶୋଧ ନ କରିବା କାରଣରୁ ଭାରତୀୟ ବଜେଟ ବିମାନ କମ୍ପାନୀ ସ୍ପାଇସଜେଟକୁ ଏହାର ଏୟାରସ୍ପେସ ବ୍ୟବହାର କରିବାରୁ…

ରାଜ୍ୟରେ ବଢ଼ିବ ସବ୍‌ଡିଭିଜନ, ଏହି ଜିଲାରୁ ଆସିଛି ସର୍ବାଧିକ ପ୍ରସ୍ତାବ

ଭୁବନେଶ୍ୱର,୧୯ା୨: ରାଜ୍ୟରେ ବଢ଼ିପାରେ ସବ୍‌ଡିଭିଜନ ସଂଖ୍ୟା, ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଗୃହରେ ସୂଚନା ଦେଇଛନ୍ତି। ୬୬ ନୂଆ ସବ୍‌ଡିଭିଜନ ଗଠନ ପାଇଁ ସରକାରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri