Posted inଜାତୀୟ

ଝାଡଖଣ୍ଡ ବିଧାନସଭା ପାଇଁ ଆଜି ହେବ ତାରିଖ ଘୋଷଣା

ନୂଆଦିଲ୍ଲୀ,୧।୧୧: ଝାଡଖଣ୍ଡ ବିଧାନସଭା ନିର୍ବାଚନକୁ ନେଇ ଶୁକ୍ରବାର ନିର୍ବାଚନ କମିଶନ ତାରିଖ ଘୋଷଣା କରିବେ। ଅପରାହ୍ନ ୪ଟା ୩୦ରେ ଏକ ଖବରଦାତା ସମ୍ମିଳନୀ ମାଧ୍ୟମରେ ଏହି ତାରିଖ ଘୋଷଣା କରାଯିବାର କାର୍ଯ୍ୟକ୍ରମ ରହିଛି। ଏହାପରେ ରାଜ୍ୟରେ ନିର୍ବାଚନ ଆଚାର ସଂହିତା ଲାଗୁ କରାଯିବ। ତେବେ ତାରିଖ ଘୋଷଣା ପୂର୍ବରୁ ରାଜ୍ୟରେ ବିଭିନ୍ନ ରାଜନୈତିକ ଦଳ ସେମାନଙ୍କ ଶକ୍ତିକୁ ନେଇ ଭୋଟରଙ୍କୁ ନିଜ ଆଡକୁ ଆକର୍ଷିତ କରୁଥିବା ଦେଖାଯାଇଛି। ସୂଚନାଯୋଗ୍ୟ, ଲୋକ ସଭା ନିର୍ବାଚନ ପୂର୍ବରୁ ଏଠାରେ କଂଗ୍ରେସ ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା ମଧ୍ୟରେ ମେଣ୍ଟ ହେବ ବୋଲି କଥା ହୋଇଥିଲା। ବିଧାନସଭା ନିର୍ବାଚନରେ ଏମାନେ ଏକାଠି ନିର୍ବାଚନ ଲଢିବେ ବୋଲି କଥା ହୋଇଥିଲା। ଏବେ ଝାଡଖଣ୍ଡର ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ରାମେଶ୍ୱର ଉରାଂଓ କହିଛନ୍ତି ଏଥର ବିଧାନସଭା ନିର୍ବାଚନରେ ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା ବଡ ଭାଇ ଭୂମିକା ଗ୍ରହଣ କରିବ। ଏହା ଲୋକ ସଭା ନିର୍ବାଚନ ବେଳେ ସ୍ଥିର ହୋଇଥିବା ସେ ପ୍ରକାଶ କରିଛନ୍ତି। ସେ କହିଛନ୍ତି କଂଗ୍ରେସର ମୂଳ ଲକ୍ଷ୍ୟ ହେଉଛି ଭାରତୀୟ ଜନତା ପାର୍ଟି(ଭାଜପା)କୁ କ୍ଷମତାଚ୍ୟୁତ କରିବା।


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିରଙ୍ଗା ଅଭିଯାନରେ ସାମିଲ ହେଲେ ଜିଲାପାଳ, ସ୍ବାଧୀନତା ସଂଗ୍ରାମୀ ତ୍ୟାଗ ଓ ବଳିଦାନକୁ ମନେ ପକାଇ…

ଛତ୍ରପୁର,୧୩ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସ୍ବାଧୀନତା ଦିବସ ପୂର୍ବରୁ ଦେଶବ୍ୟାପୀ ‘ହର୍‌ଘର ତ୍ରିରଙ୍ଗା’ ଅଭିଯାନକୁ ସଫଳ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ନିଜ ବାସଭବନରେ…

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

ଆହୁରି ସକ୍ରିୟ ହେଲା ଲଘୁଚାପ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କଲା IMD

ଭୁବନେଶ୍ବର,୧୩।୮: ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହେଲା ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।…

ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍‌ରେ ହେଉଛି ନିଷ୍କାସନ

ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ…

କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ

ଛତ୍ରପୁର,୧୩।୮(ଦିଲୀପ ସାମଲ): ଦିନକୁ ଦିନ ସମୁଦ୍ର କୂଳ ଲଘୁଂଥିବାରୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ…

ଗୁଟଖା-ତମାଖୁ ଉପରେ ସରକାରଙ୍କ ବଡ଼ ଆକ୍ସନ୍! ୧ ବର୍ଷ ପାଇଁ ବ୍ୟାନ୍

ବେଙ୍ଗାଲୁରୁ,୧୩।୮: ଗୁଟଖା-ତମାଖୁକୁ ନେଇ ବଡ଼ ନିଷ୍ପତ୍ତି ନେଇନ୍ତି କର୍ନାଟକ ସରକାର । ରାଜ୍ୟ ସରକାର ଗୁଟ୍‌ଖା, ପାନ ମସଲା ଏବଂ ତମାଖୁ-ନିକୋଟିନ୍‌ଯୁକ୍ତ ଉତ୍ପାଦଗୁଡ଼ିକ ଉପରେ ଏକ ବର୍ଷ…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri