Posted inଜାତୀୟ

ଝାଡ଼ଖଣ୍ଡରେ ବଢ଼ୁଛି ଭାଜପା ଅଡ଼ୁଆ

ରାଞ୍ଚି,୧୭ା୧୧(ପି.ଟି./ ଆଇଏଏନ୍‌ଏସ୍‌): ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନକୁ ଦୁଇ ସପ୍ତାହରୁ କମ୍‌ ସମୟ ବାକି ଥିବାବେଳେ ଲୋକ ଜନଶକ୍ତି ପାର୍ଟି (ଏଲ୍‌ଜେପି) ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ଛାଡ଼ିଛି। ଶାସକ ଭାଜପା ସହ ଅନ୍ୟତମ ସହଯୋଗୀ ଅଲ୍‌ ଝାଡ଼ଖଣ୍ଡ ଷ୍ଟୁଡେଣ୍ଟ ୟୁନିୟନ୍‌ (ଏଜେଏସ୍‌ୟୁ)ର ମଧ୍ୟ ମତଭେଦ ବୃଦ୍ଧି ପାଇଛି। କେବଳ ଏତିକି ନୁହେଁ, ଟିକେଟ ବଣ୍ଟନକୁ ନେଇ ଭାଜପା ଭିତରେ ବି ମତଭେଦ ବୃଦ୍ଧି ପାଇଛି। ଏହାକୁ ନେଇ ମୁଖ୍ୟମନ୍ତ୍ରୀ ରଘୁବର ଦାସ ସରକାରଙ୍କ ଅଡ଼ୁଆ ବଢ଼ିବାରେ ଲାଗିଛି।
୮୧ ଆସନ ବିଶିଷ୍ଟ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ନଭେମ୍ବର ୩୦ରୁ ଡିସେମ୍ବର ୨୦ ମଧ୍ୟରେ ୫ ପର୍ଯ୍ୟାୟରେ ହେବ। ଏଥିପାଇଁ ସବୁ ଦଳ ପକ୍ଷରୁ ରଣନୀତି ପ୍ରସ୍ତୁତ କରାଯାଇଛି। ଗତ ସପ୍ତାହରେ ଚିରାଗ ପାଶ୍ୱାନଙ୍କ ଦଳ ଏଲ୍‌ଜେପି ଆସନ ବୁଝାମଣାକୁ ନେଇ ମତଭେଦ ହେବାରୁ ମେଣ୍ଟରୁ ଓହରିଯିବା ପରେ ୫୦ ଆସନରେ ପ୍ରାର୍ଥୀ ଘୋଷଣା କରିଥିଲା। ସେହିପରି ସହଯୋଗୀ ଦଳ ଏଜେଏସ୍‌ୟୁ ପକ୍ଷରୁ ଅଦ୍ୟାବଧି ତୃତୀୟ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ରବିବାର ପ୍ରକାଶିତ ତାଲିକାକୁ ମିଶାଇ ଏଜେଏସ୍‌ୟୁର ମୋଟ ୨୭ ପ୍ରାର୍ଥୀଙ୍କ ନାମ ପ୍ରକାଶ ପାଇଛି। ଏହାସହ ଭାଜପା ଏବଂ ଏଜେଏସ୍‌ୟୁ ୧୯ ନିର୍ବାଚନମଣ୍ଡଳୀରେ ମୁହଁାମୁହିଁ ସ୍ଥିତିକୁ ଆସିଛନ୍ତି। ଭାଜପା ପକ୍ଷରୁ ଏଯାଏ ୭୨ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଥିବାବେଳେ କେତେଜଣ ବରିଷ୍ଠ ନେତାଙ୍କୁ ଟିକେଟ ଦିଆଯାଇ ନାହିଁ, ଯାହାକୁ ନେଇ ଦଳ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ପ୍ରାର୍ଥୀ ତାଲିକାରେ ଖାଦ୍ୟ, ସାଧାରଣ ବଣ୍ଟନ ଓ ଉପଭୋକ୍ତା ବ୍ୟାପାର ମନ୍ତ୍ରୀ ସରୟୁ ରୟଙ୍କ ନାମ ନ ଥିବାରୁ ସେ ମୁଖ୍ୟମନ୍ତ୍ରୀ ରଘୁବର ଦାସଙ୍କୁ ଚ୍ୟାଲେଞ୍ଜ ଦେବାକୁ ବାହାରିଛନ୍ତି। ସେ ରଘୁବରଙ୍କ ବିରୋଧରେ ଜାମସେଦପୁର (ଇଷ୍ଟ୍‌) ଆସନରେ ସ୍ବାଧୀନ ପ୍ରାର୍ଥୀ ହେବେ। ଏହାସହ ୨୦୧୪ରେ ଜିତିଥିବା ଜାମସେଦପୁର (ଓ୍ବେଷ୍ଟ) ନିର୍ବାଚନମଣ୍ଡଳୀରୁ ମଧ୍ୟ ଲଢ଼ିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ନାମାଙ୍କନପତ୍ର ଦାଖଲ କରିବା ଦିନ ସେ କ୍ୟାବିନେଟରୁ ଇସ୍ତଫା ଦେବେ ବୋଲି ଘୋଷଣା କରିଛନ୍ତି। ରଘୁବରଙ୍କ ବିରୋଧରେ କଂଗ୍ରେସ ଦଳର ଜାତୀୟ ମୁଖପାତ୍ର ଗୌରବ ବଲ୍ଲଭଙ୍କୁ ଟିକେଟ ଦେଇଛି। ଏହାକୁ ମିଶାଇ କଂଗ୍ରେସ ପକ୍ଷରୁ ୨୭ ପ୍ରାର୍ଥୀଙ୍କ ନାମ ଘୋଷଣା ଶେଷ ହୋଇଥିବାବେଳେ ଆଉ ୪ ଜଣଙ୍କୁ ଟିକେଟ ମିଳିବା ବାକି ଅଛି। ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍‌ଏମ୍‌), କଂଗ୍ରେସ ଏବଂ ଲାଲୁ ଯାଦବଙ୍କ ରାଷ୍ଟ୍ରୀୟ ଜନତା ଦଳ (ଏଲ୍‌ଜେପି) ମଧ୍ୟରେ ପ୍ରାକ୍‌ ନିର୍ବାଚନୀ ମେଣ୍ଟ ଘୋଷଣା କରାଯାଇଛି। ମହାମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ କାର୍ଯ୍ୟକାରୀ ଅଧ୍ୟକ୍ଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କରାଯାଇଛି। ଜେଏମ୍‌ଏମ୍‌ ୪୩ ଆସନରେ ଲଢ଼ିବାକୁ ଥିବାବେଳେ ଆର୍‌ଜେଡିକୁ ୭ ଆସନ ମିଳିଛି। ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ନେତୃତ୍ୱାଧୀନ ସଂଯୁକ୍ତ ଜନତା ଦଳ (ଜେଡିୟୁ) ଏନ୍‌ଡିଏର ଅଂଶୀଦାର ହୋଇଥିଲେ ହେଁ ଝାଡ଼ଖଣ୍ଡରେ ଅଲଗା ନିର୍ବାଚନ ଲଢ଼ୁଛି।


Enter your email to get our daily news in your inbox.

All Right Reserved By Dharitri.Com

କିଶନଙ୍କ ବିସ୍ଫୋରକ ବ୍ୟାଟିଂ, ସନ୍‌ରାଇଜର୍ସର ଦ୍ୱିତୀୟ ବିଜୟ

ହାଇଦ୍ରାବାଦ, ୧୩।୪: ଅଧିନାୟକ ଇଶାନ କିଶନଙ୍କ ବିସ୍ଫୋରକ ବ୍ୟାଟିଂ ପରେ ପ୍ରଫୁଲ୍ଲ ହିଙ୍ଗେ ଓ ସାକିବ ହୁସେନଙ୍କ ଡ୍ରିମ୍‌ ଡେବ୍ୟୁ ବଳରେ ସନ୍‌ରାଇଜର୍ସ ହାଇଦ୍ରାବାଦ ସୋମବାର ଅନୁଷ୍ଠିତ…

ହଙ୍ଗେରୀ ନିର୍ବାଚନ ଫଳାଫଳ, କିଏ ହେବେ ନୂଆ ପ୍ରଧାନମନ୍ତ୍ରୀ ଜାଣନ୍ତୁ…

ବୁଦାପେଷ୍ଟ,୧୩ା୪: ୧୬ ବର୍ଷ ଧରି କ୍ଷମତାରେ ରହିଥିବା ହଙ୍ଗେରୀ ପ୍ରଧାନମନ୍ତ୍ରୀ ଭିକ୍ଟର ଓର୍ବାନ୍‌ ରବିବାର ଅନୁଷ୍ଠିତ ନିର୍ବାଚନରେ ପରାଜିତ ହୋଇଛନ୍ତି। ହଙ୍ଗେରୀୟ ଭୋଟର ତାଙ୍କ ଏକଚ୍ଛତ୍ରବାଦ ନୀତି…

ଏ ବର୍ଷ କମ୍‌ ବର୍ଷା: ଆଇଏମ୍‌ଡିର ପୂର୍ବାନୁମାନ ପରେ ଚାଷୀଙ୍କ ମୁଣ୍ଡରେ ପଡିଲା ଚଡ଼କ

ନୂଆଦିଲ୍ଲୀ,୧୩ା୪ : ଭାରତରେ ୩ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଚଳିତ ବର୍ଷ ସ୍ବାଭାବିକଠାରୁ କମ୍‌ ବୃଷ୍ଟିପାତ ହୋଇପାରେ ବୋଲି ସୋମବାର ସରକାରଙ୍କ ପକ୍ଷରୁ କୁହାଯାଇଛି।…

ଦାଦନ ଖଟିବାକୁ ଯାଇଥିଲେ, ଫେରିଲା ଯୁବତୀଙ୍କ ମୃତଦେହ

ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…

ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖି ଯାଇଥିଲେ, ଶବ ହୋଇ ଫେରିଲେ… ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଲୋଇସିଂହା,୧୩।୪(ସୁଶାନ୍ତ ବାରିକ): ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖିଯିବା ହେଲା କାଳ। ଶୁକ୍ରବାର ରାତିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟେନପାଲି ନିକଟରେ ଏକ ଅଜଣା ଗାଡି ଧକ୍କାରେ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri