Posted inଜାତୀୟ

ଝାଡ଼ଖଣ୍ଡରେ ଭିଡ଼ହିଂସା ଜଣେ ମୃତ,ଜଣେ ଗୁରୁତର

ରାଞ୍ଚି,୭ା୧୧(ଆଇଏଏନ୍‌ଏସ୍‌): ଝାଡ଼ଖଣ୍ଡର ଧାନବାଦରେ ଚୋର ସନ୍ଦେହରେ ଜଣକୁ ଉତ୍ତ୍ୟକ୍ତ ଲୋକେ ପିଟି ପିଟି ମାରିଦେଇଛନ୍ତି। ଏହି ଭିଡ଼ହିଂସାରେ ଅନ୍ୟ ଜଣେ ଗୁରୁତର ଆହତ ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ପୋଲିସ କହିଛି। ମଙ୍ଗଳବାର ରାତିରେ ଗୋବିନ୍ଦପୁର କଲୋନିରେ ଥିବା ସର୍ଭିସ ସେଣ୍ଟରରେ ଏହି ଘଟଣା ଘଟିଛି। ମୁବାରକ ଅନ୍‌ସାରୀ ଓ ଅଖତର ଅନ୍‌ସାରୀ ଏକ ଟ୍ରକ୍‌ରୁ ବ୍ୟାଟେରି ଚୋରି କରିବାକୁ ଉଦ୍ୟମ କରୁଥିଲାବେଳେ ଡ୍ରାଇଭର ଏହାକୁ ଦେଖି ଚିତ୍କାର କରିଥିଲେ। ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ରୁଣ୍ଡ ହେବା ସହ ଦୁଇଜଣଙ୍କୁ ନିଧୂମ୍‌ ପିଟିଥିଲେ। କେହି ଜଣେ ଥାନାକୁ ଫୋନ୍‌ କରିବାରୁ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଅଖତରଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିଲା। ସେତେବେଳକୁ ମୁବାରକଙ୍କ ମୃତ୍ୟୁ ହୋଇସାରିଥିଲା। ପୋଲିସ ୫ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ଗତ ଜୁନ୍‌ରେ ବାଇକ୍‌ ଚୋରି ସନ୍ଦେହରେ ତବ୍‌ରେଜ୍‌ ଅନ୍‌ସାରୀଙ୍କୁ ଉତ୍ତ୍ୟକ୍ତ ଲୋକେ ନିସ୍ତୁକ ମାଡ଼ ମାରିଥିଲେ। ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟ୍ରେଲିଆକୁ ICC ଦେଲା ବଡ଼ ଦଣ୍ଡ: ବାଂଲାଦେଶଠାରୁ ଶୋଚନୀୟ ପରାଜୟ ପରେ କଙ୍ଗାରୁ ଟିମ୍‌କୁ…

ଆଡ଼ିଲେଡ,୧୭।୮: ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୯ ଉଇକେଟେରେ ପରାସ୍ତ କରି ବାଂଲାଦେଶ ଇତିହାସ ରଚିଥିଲା। ଟେଷ୍ଟ କ୍ରିକେଟ ଇତିହାସରେ ଏହା ପ୍ରଥମ ଥର ପାଇଁ ଅଷ୍ଟ୍ରେଲିଆ…

ଅନ୍ୟ ଗ୍ରହରେ ବସତି ସମସ୍ୟା, ବୈଜ୍ଞାନିକମାନେ ତାଲିକାଭୁକ୍ତ କରି…

ବୈଜ୍ଞାନିକମାନେ ଗ୍ରହମାନଙ୍କର ବାସ୍ତବିକ ରଙ୍ଗ ଭାବେ ତାଲିକାଭୁକ୍ତ କରିଛନ୍ତି। ଏହି ଅନୁସାରେ ବୁଧ: ଧୁସର, ଶୁକ୍ର : ହଳଦିଆ ସହ ଧଳା, ପୃଥିବୀ: ନୀଳ ସହ ଧଳା,…

‘ଚାଷ ପଦ୍ଧତିରେ ଆବଶ୍ୟକ ପରିବର୍ତ୍ତନ‘: କୃଷି ବିଜ୍ଞାନ କେନ୍ଦ୍ରରେ ୨୫ ଜଣ ଅଗ୍ରଣୀ ଚାଷୀ

କର୍ଲାମୁଣ୍ଡା, ୧୭।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ଆତ୍ମା ତଥା କଳାହାଣ୍ଡି ପିଡି ଆତ୍ମା ପକ୍ଷରୁ ୨୫ ଜଣ ଅଗ୍ରଣୀ ଚାଷୀଙ୍କୁ ନେଇ ସୋନପୁର…

ଗ୍ୟାସ ସିଲିଣ୍ଡର ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ବଢ଼ିଲା e-KYCର ଶେଷ ତାରିଖ

ନୂଆଦିଲ୍ଲୀ,୧୭।୮: LPG ସିଲିଣ୍ଡର ଉପଭୋକ୍ତାଙ୍କ ପାଇଁ ବଡ଼ ଖବର । ଗ୍ୟାସ୍‌ର e-KYC କରିବାର ଶେଷ ତାରିଖ ବଢ଼ାଇ ଦିଆଯାଇଛି । ପୂର୍ବରୁ ଅଗଷ୍ଟ ୧୬ ତାରିଖ…

ଜାଣନ୍ତୁ ରେଳବାଇର ଏହି ଜରୁରୀ ନିୟମ, ନ ହେଲେ ଗଣିବାକୁ ପଡ଼ିପାରେ ଜରିମାନା

ନୂଆଦିଲ୍ଲୀ,୧୭।୮: ପ୍ରାୟତଃ ଲୋକମାନେ ରେଳ ଷ୍ଟେଶନକୁ ନିଜ ବନ୍ଧୁ କିମ୍ବା ସମ୍ପର୍କୀୟଙ୍କୁ ନେବା ବା ଛାଡ଼ିବା ପାଇଁ ଯାଆନ୍ତି। ଏଥିପାଇଁ ସେମାନଙ୍କୁ ପ୍ଲାଟଫର୍ମ ଟିକେଟ ନେବାକୁ ପଡ଼େ।…

ବର୍ଷାରେ ଧୋଇଯାଇଥିଲା ରାସ୍ତା, ମରାମତି ପରେ ଯୋଗାଯୋଗ ସ୍ବାଭାବିକ

କେନ୍ଦୁଝର,୧୭।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପ୍ରବଳ ବର୍ଷା ସାଙ୍ଗକୁ ମାଟି ଅତଡ଼ା ଧସିବା ଯୋଗୁ ତେଲକୋଇ ବଳଭଦ୍ରପୁର ପୋଲ ନିକଟରେ ରାସ୍ତା କ୍ଷତିଗ୍ରସ୍ତ ହୋଇ ଗାଡି ଚଳାଚଳ ବନ୍ଦ…

ବଲାଙ୍ଗୀର ବ୍ୟବସାୟୀଙ୍କୁ ଅପହରଣ ଘଟଣାରେ ବଡ଼ ଖୁଲାସା; ରାଜଧାନୀରେ କରାଯାଇଥିଲା ଆପରାଧିକ ଷଡ଼ଯନ୍ତ୍ର, ଖଣ୍ଡଗିରି ଥାନାକୁ…

ବଲାଙ୍ଗୀର,୧୭ା୮(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ଘଟଣାରେ ବଡ଼ ଖୁଲାସା କରିଛି ବଲାଙ୍ଗୀର ପୋଲିସ । ଏହି ଆପରାଧିକ ଷଡ଼ଯନ୍ତ୍ରରେ…

ଜନବସତି ଆଡ଼କୁ ମାଡ଼ି ଆସୁଛି ସମୁଦ୍ର, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ଛତ୍ରପୁର,୧୭ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସୋମବାର ଆର୍ଯ୍ୟପଲ୍ଲୀ ପଞ୍ଚାୟତର ୪ ଖଣ୍ଡ ଗ୍ରାମବାସୀ ଗୋପାଳପୁର ବନ୍ଦର ମୁଖ୍ୟ ଫାଟକ ସମ୍ମୁଖରେ ଆନ୍ଦୋଳନକୁ ଓହ୍ଲାଇଥିବା ବେଳେ ଗଞ୍ଜାମ ଜିଲାପାଳ ଭି.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri