ଝାଡ଼ଖଣ୍ଡ ଭୋଟବେଳେ ହିଂସା: ଗୁଳିମାଡ଼ରେ ଜଣେ ମୃତ, ୨ ଗୁରୁତର

ରାଞ୍ଚି, ୭ା୧୨(ପି.ଟି.): ଝାଡ଼ଖଣ୍ଡରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ବେଳେ ହିଂସାକାଣ୍ଡ ଘଟିଛି। ସିସାଇ ବିଧାନସଭା ଆସନ ଅନ୍ତର୍ଗତ ବଧନି ଗ୍ରାମର ୩୬ ନଂ. ବୁଥରେ କୌଣସି କାରଣକୁ ନେଇ ଦୁଇ ରାଜନୈତିକ ଦଳ ମଧ୍ୟରେ ବିବାଦ ଦେଖାଦେବାରୁ ପୋଲିସ ଏଥିରେ ହସ୍ତକ୍ଷେପ କରିଥିଲା। ଉତ୍ତ୍ୟକ୍ତ ଲୋକମାନେ ପୋଲିସ ଉପରକୁ ଟେକାପଥର ମାଡ଼କରିବାରୁ ଜଣେ ପୋଲିସ ଇନ୍ସସ୍ପେକ୍ଟରଙ୍କ ସମେତ ୮ ପୋଲିସ, ଜଣେ ଖବରଦାତା ଆହତ ହୋଇଥିଲେ। ପରେ ବୁଥରେ ନିୟୋଜିତ ସୁରକ୍ଷାକର୍ମୀଙ୍କଠାରୁ ଗ୍ରାମବାସୀ ବନ୍ଧୁକ ଛଡ଼ାଇବାକୁ ଉଦ୍ୟମ କରିଥିଲେ। ଶେଷରେ ପୋଲିସ ପରିସ୍ଥିତି ନିୟନ୍ତ୍ରଣ କରିବା ଲାଗି ପ୍ରଥମେ ଲାଠିଚାର୍ଜ ଓ ପରେ ଗୁଳିମାଡ଼ କରିଥିଲା। ଗୁଳିମାଡ଼ରେ ଜଣେ ବ୍ୟକ୍ତି ପ୍ରାଣ ହରାଇବା ସହ ୨ ଗୁରୁତର ହୋଇଥିବା ଜଣାପଡ଼ିଛି। ମୃତକଙ୍କ ନାମ ଗିଲାନି ଅନ୍‌ସାରୀ ବୋଲି ଦର୍ଶାଯାଇଛି। ଆହତ ଅସ୍‌ଫାକ ଅନ୍‌ସାରି ଓ ଖୁଫା ଅନ୍‌ସାରିଙ୍କୁ ରାଞ୍ଚି ହସ୍ପିଟାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ସେଠାରେ ଅଧିକ ଫୋର୍ସ ମୁତୟନ କରାଯାଇଥିବା ଗୁମ୍‌ଲା ଏସ୍‌ପgିଏ..କେ.ଝା ପ୍ରକାଶ କରିଛନ୍ତି। ଏହି ବୁଥରେ ଭୋଟଗ୍ରହଣ ବନ୍ଦ ରଖାଯାଇଥିବାବେଳେ ଅନ୍ୟକୌଣସି ଦିନ ପୁଣି ଭୋଟଗ୍ରହଣ କରାଯିବ ବୋଲି ଜଣାପଡ଼ିଛି। ଶନିବାର ରାଜ୍ୟର ୨୦ ଆସନ ଲାଗି ସକାଳ ୭ରୁ ଭୋଟଗ୍ରହଣ କରାଯାଇଥିବାବେଳେ ମତଦାନ ହାର ୬୫% ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାମିନ୍‌ରୁ ଆସି ପିତା ଷ୍ଟାଲିନଙ୍କୁ ଭେଟିଲେ ଉଦୟନିଧି, କହିଲେ- ‘ମୋ ସହ ଆତଙ୍କବାଦୀଙ୍କ ଭଳି…’

ନୂଆଦିଲ୍ଲୀ,୫।୮: ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ହେପାଜତକୁ ନେଇଥିଲା। ସେହି ଦିନ ତାଙ୍କୁ ମୁକ୍ତ ମଧ୍ୟ କରାଯାଇଥିଲା। ମୁକ୍ତି ପାଇବା ପରେ ଉଦୟନିଧି…

‘ଆପଣ ପୁରୁଷ ହୋଇଥିଲେ…’ ତ୍ରିଶାଙ୍କୁ ନେଇ ଷ୍ଟାଲିନଙ୍କ ବିବାଦୀୟ ମନ୍ତବ୍ୟ ପରେ ଏମିତି କହିଲେ ଭାଜପା ନେତ୍ରୀ

ନୂଆଦିଲ୍ଲୀ,୫।୮: ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ କରିଥିବା ବିବାଦୀୟ ମନ୍ତବ୍ୟ ପରେ ଭାରି ବିବାଦରେ ଫସିଯାଇଛନ୍ତି। ମଙ୍ଗଳବାର ପୋଲିସ ତାଙ୍କୁ…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

ଗ୍ରାହକଙ୍କ ପାଇଁ ଖୁସି ଖବର: ଶସ୍ତା ହୋଇଯିବ ପେଟ୍ରୋଲ-ଡିଜେଲ! ହ୍ରାସ ପାଇଲା…

ନୂଆଦିଲ୍ଲୀ,୫।୮: ଆଜି ବିଶ୍ୱ ବଜାରରେ ଅଶୋଧିତ ତୈଳ (କ୍ରୁଡ ଅଏଲ) ଦରରେ ବଡ଼ ଧରଣର ହ୍ରାସ ଦେଖାଯାଇଛି। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା କୂଟନୈତିକ ଆଲୋଚନା…

ରାଜନୈତିକ ଦଳ ନୁହେଁ, ଏହି ରୂପରେ ମଇଦାନକୁ ଆସିବ CJP: ବଡ଼ ଖୁଲାସା କଲେ ସିଜେପି ପ୍ରବକ୍ତା

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ସହ ସଫଳ ହୋଇଥିଲା। ଏହି ଆନ୍ଦୋଳନର ଆରମ୍ଭ କରିଥିବା କକରୋଚ ଜନତା ପାର୍ଟି (CJP) ଏବେ…

ଦ୍ୱିତୀୟ ସ୍ତ୍ରୀଙ୍କ ଆକ୍ରମଣରେ ପ୍ରଥମ ସ୍ତ୍ରୀ ମୃତ

ଚିତ୍ରକୋଣ୍ଡା, ୫।୮(ଶିବଦତ୍ତ ସାହୁ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅଧୀନ ପେଟିଆଗୁଡା ଗ୍ରାମରେ ଘରୋଇ କଳହକୁ ନେଇ ସୋମବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ଶୁକ…

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

ସାର ପଳାଉଛି ଛତିଶଗଡ଼: ଚାଷୀ ହତାଶ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ସର୍ବାଧିକ ଧାନ ଫସଲ ହେଉଥିବା ବରଗଡ଼ ଜିଲାରେ ବର୍ତ୍ତମାନ ସାର ସଙ୍କଟ ଚାଷୀମାନଙ୍କୁ ଚିନ୍ତାରେ ପକାଇଦେଇଛି। ଜିଲାରେ ସାର ମହଜୁଦ ଅଛି, ଅଭାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri