ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଗଣଶିକ୍ଷାମନ୍ତ୍ରୀ

ଭୁବନେଶ୍ୱର,୧।୧୦(ବ୍ୟୁରୋ): ରାଜ୍ୟ ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ସମୀର ଦାଶ ଶୁକ୍ରବାର ଝାଡ଼ଖଣ୍ଡ ଶିକ୍ଷାମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି। ଓଡ଼ିଆ ଭାଷାରେ ଶିକ୍ଷାଦାନ ବାତିଲ ପ୍ରସଙ୍ଗରେ ସେ ଏହି ଚିଠି ଲେଖିଥିବା ଜଣାପଡ଼ିଛି। ସେ ଝାଡ଼ଖଣ୍ଡ ପ୍ରାଥମିକ ଶିକ୍ଷକଙ୍କ ତାଲିମ ପାଠ୍ୟକ୍ରମରେ ଓଡ଼ିଆ ରଖିବାକୁ ଅନୁରୋଧ କରିଛନ୍ତି। ଗଣଶିକ୍ଷା ମନ୍ତ୍ରୀ ଚିଠିରେ ଲେଖିଛନ୍ତି, ଓଡ଼ିଆ ଭାଷାକୁ ଝାଡ଼ଖଣ୍ଡରେ ସମ୍ପୂର୍ଣ୍ଣ ଭାବେ ବନ୍ଦ କରାଯାଇ ନାହିଁ। ଝାଡ଼ଖଣ୍ଡରେ ଓଡ଼ିଆ ଭାଷାକୁ ଦ୍ୱିତୀୟ ଭାଷାର ମାନ୍ୟତା ଦିଆଯାଇଛି। ସେପ୍ଟେମ୍ବର ୨୦ରେ ଝାଡ଼ଖଣ୍ଡ ସରକାର ଶିକ୍ଷକ ତାଲିମ ନୋଟିଫିକେଶନ କରିଥିଲେ। ଶିକ୍ଷକଙ୍କ ତାଲିମ ନୋଟିଫିକେଶନରେ ଓ ଶିକ୍ଷକଙ୍କ ବିଷୟରେ କିଛି ନଥିଲା। ଉତ୍କଳ ସମ୍ମିଳନୀ ମାଧ୍ୟମରେ ଆମେ ପଡୋଶୀ ରାଜ୍ୟକୁ ୧୬୦ ଶିକ୍ଷକ ଦେଇଛୁ। ପ୍ରତିବର୍ଷ ପଡ଼ୋଶୀ ରାଜ୍ୟକୁ ଓ ପାଠ୍ୟକ୍ରମର ବହି ମଧ୍ୟ ପଠାଉଛୁ। ଦୀର୍ଘଦିନ ଧରି ପଡ଼ୋଶୀ ରାଜ୍ୟଙ୍କ ସହ ଆମର ସୁମ୍ପର୍କ ଅଛି।

ସୂଚନାରୁ ପ୍ରକାଶ, ୨୦୧୧ ସେପ୍ଟେମ୍ବର ୧ରେ ଝାଡଖଣ୍ଡ ସରକାର ଓଡ଼ିଆ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷାର ମାନ୍ୟତା ଦେଇଥିଲେ। ହେଲେ ବିଡମ୍ବନା ହେଉଛି, ୨୦୨୧-୨୨ ଶିକ୍ଷାବର୍ଷରୁ ସେହି ମାନ୍ୟତା ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛି ଝାଡ଼ଖଣ୍ଡ ସ୍କୁଲ ଓ ଗଣଶିକ୍ଷା ବିଭାଗ। ଏହାର ଅର୍ଥ ହେଉଛି, ଝାଡଖଣ୍ଡର କୌଣସି ସ୍କୁଲରେ ଆଉ କେହି ଚାହିଁଲେ ମଧ୍ୟ ଓଡ଼ିଆ ଭାଷାରେ ପଢ଼ି ପାରିବେନାହିଁ। ମାନ୍ୟତା ଦେବାର ୧୦ ବର୍ଷ ପରେ ଝାଡଖଣ୍ଡ ସରକାରଙ୍କ ପୁଣି ମାନ୍ୟତା ପ୍ରତ୍ୟାହାର ନିଷ୍ପତ୍ତିକୁ ନେଇ ଅସନ୍ତୋଷ ବଢୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri