ଝାବେରୀଙ୍କ ପରେ ଖାଲିପଡ଼ିଛି ମୁଖ୍ୟ ବିଚାରପତି ପଦ

କଟକ ଅଫିସ୍‌,୨୦।୪: ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ପଦ ପାଇଁ ମେଘାଳୟ ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ମହମ୍ମଦ ରଫିକ୍‌ଙ୍କ ନାମ ଶନିବାର ସୁପ୍ରିମକୋର୍ଟ କଲେଜିୟମ ସୁପାରିଶ କରିଛନ୍ତି। ଓଡ଼ିଶା ହାଇକୋର୍ଟର ପୂର୍ବତନ ମୁଖ୍ୟ ବିଚାରପତି କେ.ଏସ୍‌. ଝାବେରୀ ଜାନୁୟାରୀ ପ୍ରଥମ ସପ୍ତାହରେ ଅବସର ଗ୍ରହଣ କରିବା ପରଠାରୁ ଉକ୍ତ ପଦ ଖାଲିପଡ଼ିଛି। ଜଷ୍ଟିସ ଝାବେରୀ ୨୦୧୮ ଅଗଷ୍ଟ ୧୨ରେ ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇବାପରେ ପ୍ରାୟ ୧୬ମାସ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ। ତାଙ୍କ ଅବସର ପରେ ଗତ ଜାନୁୟାରୀ ୪ତାରିଖରେ ଜଷ୍ଟିସ୍‌ କୁମାରୀ ସଞ୍ଜୁ ପଣ୍ଡାଙ୍କୁ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ମିଳିଥିଲା। ବରିଷ୍ଠତା ଭିତ୍ତିରେ ଜଷ୍ଟିସ୍‌ ପଣ୍ଡାଙ୍କୁ ରାଷ୍ଟ୍ରପତି ନିଯୁକ୍ତି ପ୍ରଦାନ କରିଥିଲେ। କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ହେବାରେ ସେ ଥିଲେ ଓଡ଼ିଶା ହାଇକୋର୍ଟର ପ୍ରଥମ ମହିଳା ବିଚାରପତି । ଅପରପକ୍ଷେ ଗତ ଫେବୃୟାରୀରେ ବମ୍ବେ ହାଇକୋର୍ଟର ବରିଷ୍ଠ ବିଚାରପତି ସତ୍ୟରଞ୍ଜନ ଧର୍ମାଧିକାରୀ ଇସ୍ତଫା ଦେଇଥିଲେ। ତାଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦିଆଯାଇଥିବା ଯୋଗୁ ସେ ଇସ୍ତଫା ଦେଇଥିବା ଚର୍ଚ୍ଚା ହୋଇଥିଲା। ବମ୍ବେକୁ ଛାଡ଼ି ସେ ଓଡ଼ିଶା ଯିବାକୁ ଚାହୁଁ ନଥିବା ଜାତୀୟ ଗଣମାଧ୍ୟମକୁ ବିବୃତି ଦେଇଥିଲେ। ଓଡ଼ିଶା ହାଇକୋର୍ଟରେ ୨୭ବଦଳରେ ବର୍ତ୍ତମାନ ୧୪ଜଣ ବିଚାରପତି କାର୍ଯ୍ୟ କରୁଛନ୍ତି। ଜଷ୍ଟିସ୍‌ ରଫିକ୍‌ଙ୍କ ନିଯୁକ୍ତି ପରେ ଏହି ସଂଖ୍ୟା ୧୫ରେ ପହଞ୍ଚିବ ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri