ଝାରସୁଗୁଡା ଅଫିସ,୨ା୪- କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ସମଗ୍ର ଦେଶକୁ ଲକ୍ ଡାଉନ କରାଯାଉଛି। ଏହି କଟକଣାକୁ ମାନୁ ନ ଥିବା ବ୍ୟକ୍ତିଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯାଉଛି। ତେବେ କଟକଣାକୁ ଉଲ୍ଲଂଘନ କରୁଥିବା ବ୍ୟକ୍ତିଙ୍କ ବିରୋଧରେ ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ନିଆଯାଉଥିବା ଅଭିଯୋଗ ହେଉଛି। ତେବେ ଏହି ମାତ୍ରାଧିକ କାର୍ଯ୍ୟାନୁଷ୍ଠାନକୁ ବିରୋଧ କରିବାରୁ ଝାରସୁଗୁଡା ସହରର ଜଣେ କଲେଜ ଛାତ୍ରଙ୍କୁ ପୋଲିସ ନାଲି ଆଖି ଦେଖାଇଛି। ଏହି କଲେଜ ଛାତ୍ର ଜଣକ ପ୍ରଶାସନର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନକୁ ବିରୋଧ କରିବାର ଭିଡିଓ ଏବଂ ଜଣେ ମାଜିଷ୍ଟ୍ରେଟ ଦାୟିତ୍ୱରେ ଥିବା ଅଧିକାରୀ ବାଡି ଧରି ବୁଲୁଥିବାର ଏକ ଫଟୋ ସୋସିଆଲ ମିଡିଆରେ ବୁଲୁଛି, ଯାହା ଏବେ ଜିଲାରେ ଚର୍ଚ୍ଚାର ବିଷୟ ପାଳଟିଛି।
ସୂଚନା ମୁତାବକ ଜଣେ କଲେଜ ଛାତ୍ର ବୁଧବାର ସ୍ଥାନୀୟ ସରବାହାଲ ଅଞ୍ଚଳକୁ ଯାଇଥିଲେ। ଗୁରୁବାର ଅସହାୟମାନଙ୍କୁ ଖାଦ୍ୟ ଯୋଗାଇବା ପାଇଁ ସେମାନେ ଯୋଜନା କରି ଆଲୋଚନା ସାରି ସେଠାରୁ ସେ ଫେରୁଥିଲେ। ଏତିକିବେଳେ ମାଜିଷ୍ଟ୍ରେଟ ଦାୟିତ୍ୱରେ ଥିବା ଜଣେ ଅଧିକାରୀ ତାଙ୍କୁ ଅଟକାଇ ବାଡିରେ ମାଡ ମାରିଥିଲେ। ଏହାକୁ ବିରୋଧ କରି ଏହି କଲେଜ ଛାତ୍ର ଜଣକ ନିଜେ ଏକ ଭିଡିଓ ତିଆରି କରି ପୋଲିସ ଓ ସମ୍ପୃକ୍ତ ପ୍ରଶାସନିକ ଅଧିକାରୀଙ୍କ ନାଁ ନେଇ ନିଜ ଫେସ୍ବୁକ୍ ଆଇଡିରେ ଛାଡିଥିଲେ। ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏହା ଜାଣିପାରି ପୋଲିସ ତାଙ୍କୁ ଉଠାଇ ନେଇ ଫେସ୍ବୁକ୍ ଆଇଡିରୁ ଡିଲିଟ କରିବାକୁ କହିଥିଲା। ଶେଷରେ ତାଙ୍କୁ ଚେତାବନୀ ଦେଇ ଛାଡି ଦେଇଥିବା ଝାରସୁଗୁଡା ଥାନା ଅଧିକାରୀ ସାବିତ୍ରୀ ବଳ କହିଛନ୍ତି। ସେହିପରି ଲକ୍ ଡାଉନ୍ ସମୟରେ ମାଜିଷ୍ଟ୍ରଟ ଡ୍ୟୁଟିରେ ଥିବା ଜଣେ ଅଧିକାରୀ ହାତରେ ଏକ ବାଡି ଧରି ସହରର ବିଭିନ୍ନ ଦୋକାନ ଓ ବଜାରରେ ବୁଲୁଥିବା ଏକ ଫଟୋ ଭାଇରାଲ ହୋଇଛି। ହେଲେ ସମ୍ପୃକ୍ତ ଅଧିକାରୀଙ୍କ ମତାମତ ମିଳିପାରିନାହିଁ।
Posted inHome, Home Left, ଆମ ଜିଲା ଖବର, ଝାରସୁଗୁଡ଼ା View All
ମାର୍ଚ୍ଚ ମାସରୁ ଏଟିଏମରେ ମିଳିବନି ୫୦୦ ଟଙ୍କିଆ ନୋଟ୍? ସ୍ପଷ୍ଟ କଲେ ସରକାର
ନୂଆଦିଲ୍ଲୀ,୨।୧: ଆଜିକାଲି ସୋସିଆଲ ମିଡିଆରେ ୫୦୦ ଟଙ୍କିଆ ନୋଟ ଚର୍ଚ୍ଚାର ଏକ ମୁଖ୍ୟ ବିଷୟ ପାଲଟିଛି। ପୋଷ୍ଟଗୁଡ଼ିକରେ ଦାବି କରାଯାଉଛି ଯେ ମାର୍ଚ୍ଚ ୨୦୨୬ ରୁ...
ଗିଲେସ୍ପିଙ୍କ ବଡ଼ ବୟାନ: ପାକିସ୍ତାନ କ୍ରିକେଟ କୋଚ୍ ପଦବୀ ଛାଡ଼ିବାର କହିଲେ କାରଣ…
କରାଚୀ,୨ା୧: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଜାସନ ଗିଲେପ୍ସିଙ୍କୁ କାହିଁକି ପାକିସ୍ତାନ କ୍ରିକେଟ ଦଳର କୋଚ୍ ପଦବୀ ଛାଡ଼ିବାକୁ ପଡ଼ିଥିଲା, ସେ ତାହାର କାରଣ ଦର୍ଶାଇଛନ୍ତି। ସୋସିଆଲ...
ନୂଆବର୍ଷ ଦିନ ହୋଇଯାଇଥିଲେ ନିଖୋଜ, ସକାଳୁ ଗଛରେ ଝୁଲୁଥିଲା ମୃତଦେହ; କୋକସରା ପୋଲିସ…
କୋକସରା,୨।୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧିନସ୍ଥ ଜୟନ୍ତପୁର ପଞ୍ଚାୟତ ରଏନଗୁଡା ଗ୍ରାମରୁ ଶୁକ୍ରବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର...
ବିଚ୍ଛିନ୍ନତାବାଦୀଙ୍କ ଶିବିର ଉପରେ ଏୟାରଷ୍ଟ୍ରାଇକ୍: ୭ ମୃତ ୨୦ରୁ ଊର୍ଦ୍ଧ୍ୱ ଆହତ
ଦୁବାଇ,୨ା୧: ପୂର୍ବ ୟେମେନ୍ରେ ଥିବା ବିଚ୍ଛିନ୍ନତାବାଦୀଙ୍କ କ୍ୟାମ୍ପ ଉପରେ ସାଉଦି ଆରବ ନେତୃତ୍ୱରେ ଶୁକ୍ରବାର ମିଳିତ ଏୟାରଷ୍ଟ୍ରାଇକ୍ କରାଯାଇଛି। ଏଥିରେ ୭ ଜଣଙ୍କ ମୃତ୍ୟୁ ଘଟିବା...
ନାବାଳିକା ନାତୁଣୀଙ୍କୁ ବଳାତ୍କାର କରି ମାରିଥିଲେ ଜେଜେଙ୍କୁ: ଏବେ ଦୁଇଜଣ ଗଲେ ଜେଲ୍
ଦିଗପହଣ୍ଡି,୨|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମର ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳେ ଗାଁ ଦାଣ୍ଡରେ ବିଭତ୍ସ...
ବଡ଼ପଣ ଦେଖାଇଲେ ତହସିଲଦାର: ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ଦୁର୍ଘଟଣା ଜାଣି..
ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ଚତୁର୍ଥ ଶ୍ରେଣୀ କର୍ମଚାରୀ ଶତ୍ରୁଘ୍ନ ଦାସ ନିଜ ଗାଁ ମୋତିଗାଁରୁ ଚନ୍ଦାହାଣ୍ଡି ତହସିଲକୁ...
ପ୍ଲାଷ୍ଟିକ ପଲିଥିନ ମୁକ୍ତ ହେବ ହୁମା ବଜାର: ଆହ୍ବାନ ଦେଲେ ବିଧାୟକ
ଗଞ୍ଜାମ,୨।୧(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତ କାର୍ଯ୍ୟାଳୟଠାରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ମୁଖ୍ୟ...
ସହକାରୀ ପିପି ଭାବେ ନିଯୁକ୍ତି ହେଲେ ହୀରାଧର
ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକର ଆଇନଜୀବୀ ହୀରାଧର ମାଳିଙ୍କୁ ଓଡ଼ିଶା ରାଜ୍ୟ ସରକାରର ଆଇନ ବିଭାଗର ବିଜ୍ଞପ୍ତି ଅନୁସାରେ ଚନ୍ଦାହାଣ୍ଡି ଜେମଏଫସି...
Archives


