Posted inଜାତୀୟ

ଝିଅକୁ ୪ ମହଲା ଆପାର୍ଟମେଣ୍ଟରୁ ଫିଙ୍ଗିଦେଲା ମା’

ବେଙ୍ଗାଲୁରୁ,୫।୮: ବେଙ୍ଗାଲୁରୁର ଏସ୍‌ଆର ନଗରର ଏକ ଆପାର୍ଟମେଣ୍ଟରେ ଭୟଙ୍କର ଘଟଣା ସାମ୍ନାକୁ ଆସିଛି। ସେଠାରେ ଜଣେ ମହିଳା ନିଜ ୪ ବର୍ଷର ଝିଅକୁ ଚାରି ମହଲା ଆପାର୍ଟମେଣ୍ଟର ବାଲକୋନୀରୁ ଫିଙ୍ଗି ଦେଇଛନ୍ତି। ଏହି ଦୃଶ୍ୟ ସିସିଟିଭିରେ କଏଦ୍‌ ହୋଇଛି। ତେବେ ନାବାଳିକାଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ପୋଲିସ କହିଛି। ପୋଲିସ ସୂଚନାମୁତାବକ, ଚାରି ବର୍ଷର ଝିଅଟିକୁ ଶୁଣା ଯାଉଥିଲେ ମଧ୍ୟ ସେ କଥା କହିପାରୁ ନଥିଲେ। ଏହାକୁ ନେଇ ମହିଳା ଜଣଙ୍କ ଚିନ୍ତିତ ଥିଲେ। ମହିଳା ଜଣଙ୍କ ମାନସିକ ଭାରସାମ୍ୟ ହରାଇ ଏଭଳି କାଣ୍ଡ କରିଥିବା ପୋଲିସ ଅନୁମାନ କରୁଛି। ମହିଳାଙ୍କ ସ୍ବାମୀଙ୍କ ଅଭିଯୋଗକୁ ଭିତ୍ତି କରି ପୋଲିସ ମହିଳାଙ୍କୁ ଗିରଫ କରି ତଦନ୍ତ ଚଳାଇଛି। ଏହାସହ ମହିଳାଙ୍କ ମାନସିକ ସ୍ବାସ୍ଥ୍ୟ ମଧ୍ୟ ଯାଞ୍ଚ କରାଯାଉଥିବା ନେଇ ପୋଲିସର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି। ତେବେ ମହିଳା ଜଣଙ୍କ ଦନ୍ତ ଚିକିତ୍ସକ ହୋଇଥିବାବେଳେ ତାଙ୍କ ସ୍ବାମୀ ସଫ୍ଟୱେୟାର ଇଞ୍ଜିନିୟର।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

କୁନା ମୁଣ୍ଡା ହତ୍ୟା ମାମଲା: ହତ୍ୟା ମାମଲାରେ ୫ ଅଭିଯୁକ୍ତ କୋର୍ଟ ଚାଲାଣ

ବଞ୍ଚୋ, ୨୧/୦୬ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନାରେ ରୁଜୁ ହୋଇଥିବା କେସ୍ ନଂ–୪୪ରେ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌)ର ହତ୍ୟା ସମ୍ବନ୍ଧୀୟ ଧାରା ଅନୁଯାୟୀ ତଦନ୍ତ ଚାଲିଥିବା…

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୯ ବଲ ରୁ ୯୪ ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ ୧୫ ବର୍ଷୀୟ ଖେଳାଳି ଶତକରୁ…

ବଲାଙ୍ଗୀରରେ ଆନ୍ତର୍ଜାତୀୟ ଯୋଗ ଦିବସ

ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ…

ରକ୍ତଦାନ ମହତଦାନ: କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ…

ଭଞ୍ଜନଗର, ୨୧/୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଏକ…

ଦିଗପହଣ୍ଡିରେ ଅନ୍ତର୍ଜାତୀୟ ଯୋଗ ଦିବସ

ଦିଗପହଣ୍ଡି,୨୧|୬ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି କୋର୍ଟ କମ୍ପ୍ଲେକ୍ସ ପରିସରରେ ରବିବାର ଦ୍ଵାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଜେଏମଏଫସି କୋର୍ଟ…

ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଞ୍ଜାମ,୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲାଡ଼ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri