Posted inଜାତୀୟ

ଝିଅଙ୍କ ସର୍ବନିମ୍ନ ବିବାହ ବୟସ ସୀମା ୧୮ ବଦଳରେ ୨୧ ବର୍ଷ କରିବାକୁ ଦାବି: ସୁପ୍ରିମ୍‌କୋର୍ଟରେ ଆବେଦନ

ନୂଆଦିଲ୍ଲୀ,୧୪।୮: ଝିଅଙ୍କ ସର୍ବନିମ୍ନ ବିବାହ ବୟସ ସୀମାକୁ ୧୮ ବଦଳରେ ୨୧ କରିବାକୁ ଦାବି କରାଯାଇଛି। ଏନେଇ ସୁପ୍ରିମ୍‌କୋର୍ଟରେ ଏକ ଆବେଦନ ଦାଖଲ କରାଯାଇଛି। ଭାଜପା ନେତା ଅଶ୍ୱିନୀ ଉପାଧ୍ୟାୟ ଏଥିପାଇଁ ଏକ ଆବେଦନ କରିଛନ୍ତି। ଏହାଦ୍ୱାରା ଝିଅଙ୍କ ଆତ୍ମନିର୍ଭରଶୀଳ ହେବା ବାଟରେ ବାଧା ସୃଷ୍ଟି ହେଉଥିବା ଆବେଦନରେ ଉଲ୍ଲେଖ କରାଯାଇଛି। ଭାରତୀୟ ସମାଜରେ ପ୍ରଚଳିତ ଏହି ପରମ୍ପରା ଯୋଗୁ ସମ୍ବିଧାନର ଅନୁଚ୍ଛେଦ ୧୪,୧୫ ଏବଂ ୨୧ର ଉଲ୍ଲଂଘନ ହେଉଛି। ପୃଥିବୀର ୧୨୫ରୁ ଅଧିକ ଦେଶରେ ମହିଳା ଏବଂ ପୁରୁଷଙ୍କ ସର୍ବନିମ୍ନ ବିବାହ ବୟସ ସୀମା ସମାନ ରହିଛି ବୋଲି ଉପାଧ୍ୟାୟ ସୂଚନା ଦେଇଛନ୍ତି। ସେ ଆବେଦନରେ ବିଶ୍ୱସ୍ବାସ୍ଥ୍ୟ ସଂଗଠନର କେତେକ ତଥ୍ୟ ମଧ୍ୟ ଉପସ୍ଥାପନ କରିଛନ୍ତି। ସୂଚନାଯୋଗ୍ୟ, ଝିଅ ଏବଂ ପୁଅଙ୍କ ସର୍ବନିମ୍ନ ବିବାହ ବୟସ ସୀମା ସମାନ କରିବା ପାଇଁ ଗତବର୍ଷ ଜାତୀୟ ମାନବିକ ଅଧିକାର କମିଶନ ପକ୍ଷରୁ ଅଗଷ୍ଟ୨୯ ଓ ୩୦ରେ ହୋଇଥିବା ଏକ ସମ୍ମିଳନୀରେ ଦାବି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି କ୍ୟାବିନେଟରେ ବଡ଼ ନିଷ୍ପତ୍ତି, କୃଷକଙ୍କ ପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୦।୯: ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଏବଂ ଅର୍ଥନୈତିକ ବ୍ୟାପାର ସମ୍ୱନ୍ଧୀୟ କ୍ୟାବିନେଟ କମିଟି (CCEA)ରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟ ‘ପିଏମ…

‘ମୋଦି ମୋତେ କହିଲେ ମୋ ପରେ ତୁମେ…’, ରାହୁଲଙ୍କ ବୟାନକୁ ନେଇ ଜୋରଦାର ଚର୍ଚ୍ଚା

ନୂଆଦିଲ୍‌ଲୀ,୩୦।୯: କଂଗ୍ରେସ କାର୍ଯ୍ୟକାରୀ କମିଟି (CWC) ବୈଠକ ପରେ ରାହୁଲ ଗାନ୍ଧୀଙ୍କ ଏକ କଥିତ ବୟାନକୁ ନେଇ ବିବାଦ ଆରମ୍ଭ ହୋଇଯାଇଛି। ରାହୁଲ ଗାନ୍ଧୀ ବୈଠକରେ ର୍ନିବାଚନ…

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ନିଷ୍ପତ୍ତି, ଭୋଟର ଲିଷ୍ଟକୁ ନେଇ କହିଲେ ବଡ଼କଥା…

ନୂଆଦିଲ୍ଲୀ,୩୦।୯: ନିର୍ବାଚନ ଆୟୋଗ ‘ସ୍ପେଶାଲ ଇଣ୍ଟେନସିଭ ରିଭିଜନ’ (SIR) ପ୍ରକ୍ରିୟା ଶେଷ କରିସାରିଥିବା ରାଜ୍ୟଗୁଡ଼ିକରେ ନୂଆ ଭୋଟରମାନଙ୍କ ପାଇଁ ଫର୍ମ-୬ ସହିତ ଯୋଡ଼ା ଯାଇଥିବା ଅତିରିକ୍ତ ଘୋଷଣାନାମା…

ପହଲଗାମ ଆକ୍ରମଣର ପ୍ରତିଶୋଧ ନେଲା ଭାରତ: ଟଳିପଡ଼ିଲେ ମୂସା

ଶ୍ରୀନଗର,୩୦।୯: ଜମ୍ମୁ-କଶ୍ମୀରର ବଡଗାମ ଜିଲାରେ ସୁରକ୍ଷାବାହିନୀକୁ ବଡ଼ ସଫଳତା ମିଳିଛି। ୟୁସମର୍ଗ ଅଞ୍ଚଳରେ ଚାଲିଥିବା ତଲାସୀ ଅଭିଯାନ ବେଳେ ପାକିସ୍ତାନ ଭିତ୍ତିକ ଆତଙ୍କୀ ସଂଗଠନ ଲସ୍କର-ଏ-ତୋଏବା (LeT)ର…

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…

PNB ଘୋଟାଲାରେ ବଡ଼ ସଫଳତା! ନୀରବ ମୋଦିଙ୍କ ସହଯୋଗୀ ସନ୍ଦୀପ ମିସ୍ତ୍ରୀଙ୍କୁ UAEରୁ ଅଣାଗଲା ଭାରତ, ଗିରଫ କଲା CBI

ମୁମ୍ବାଇ,୨୯।୯: ନୀରବ ମୋଦିଙ୍କ ସହ ଜଡ଼ିତ ବହୁଚର୍ଚ୍ଚିତ PNB (ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ) ଘୋଟାଲାରେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (CBI)କୁ ମିଳିଛି ବଡ଼ ସଫଳତା। ଏହି ମାମଲାରେ…

ମୁଖ୍ୟମନ୍ତ୍ରୀ ବିଜୟ ‘ମାମା’ଙ୍କ ସୁନା ମୁଦି କିପରି ନବଜାତ ଶିଶୁଙ୍କ ପାଇଁ ହୋଇପାରେ କ୍ଷତିକାରକ: ଅଭିଭାବକମାନେ ମାନନ୍ତୁ…

ଚେନ୍ନାଇ,୨୯।୯: ତାମିଲନାଡୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସୋମବାର ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବା ଆରମ୍ଭ କରିଛନ୍ତି। ସେପ୍ଟେମ୍ବର ୨୮ରେ, ସେ ରାଜ୍ୟର ନବଜାତ…

ଏସବୁ ରାଜ୍ୟରେ ବଢିଲା DA! ଅକ୍ଟୋବରରେ ବଢିକି ଆସିବ ଦରମା! ପେନସନଭୋଗୀଙ୍କୁ ବି ଦଶହରା ଭେଟି ଦେଲେ ସରକାର

ନୂଆଦିଲ୍ଲୀ,୨୯।୯: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ଘରେ କୌଣସି ବୟସ୍କ ପେନସନଭୋଗୀ ଅଛନ୍ତି, ତେବେ ଏହି ଖବର ଆପଣଙ୍କ ମୁହଁରେ ଏକ ବଡ଼ ହସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?