ଝିଙ୍କ ଶିକାରକୁ ଯାଇ ଜଣଙ୍କ ମୃତ୍ୟୁ

ମାଲକାନଗିରି,୧୪।୭(ଡି.ଏନ୍‌.ଏ.) : ମାଲକାନଗିରି ଜିଲା ସଦର ବ୍ଲକ ଅନ୍ତର୍ଗତ ଝରାପାଲ୍ଲୀ ଗ୍ରାମର କେତେକ ବ୍ୟକ୍ତି ଶନିବାର ଝିଙ୍କ ଶିକାର କରିବା ପାଇଁ ନିକଟସ୍ଥ ଏକ ପାହାଡ଼କୁ ଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ ଜଣଙ୍କର ଶ୍ୱାସରୁଦ୍ଧ ହୋଇ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତକଙ୍କ ନାମ ରାମଚନ୍ଦ୍ର ମାଡ଼ି। ତେବେ ଏହି ଘଟଣା ଜଣାପଡ଼ିବା ପରେ ସ୍ଥାନୀୟ ବନାଞ୍ଚଳ ଅଧିକାରୀ ବାସୁଦେବ ନାୟକ ଏବଂ କର୍ମଚାରୀମାନେ ଝରାପାଲ୍ଲୀ ଗ୍ରାମକୁ ଯାଇ ଘଟଣାର ତଦନ୍ତ ଆରମ୍ଭ କରିଥିଲେ। ଅନ୍ୟପକ୍ଷରେ ଗ୍ରାମର ପୂର୍ବତନ ସରପଞ୍ଚ ବଜା ମାଡ଼କାମି, ୱାର୍ଡମେମ୍ବର ଭଗବାନ ପଡ଼ିଆମି, ଗ୍ରାମ ମୁଖିଆ ବୁଟି ମାଡ଼କାମି ଏହାକୁ ମିଥ୍ୟା ବୋଲି କହିଛନ୍ତି। ରାମଚନ୍ଦ୍ରଙ୍କ ଗାଈ ଗତ ୩ ଦିନ ଧରି ହଜି ଯାଇଥିବାବେଳେ ଖୋଜିବାକୁ ପାହାଡ଼ ଉପରକୁ ଯାଇଥିଲେ। ଗୋଡ଼ ଖସିଯିବାରୁ ତାଙ୍କର ମୃତ୍ୟୁ ଘଟିଥିବା ପ୍ରକାଶ କରିଛନ୍ତି। ଏହାପରେ ମୃତ ରାମଚନ୍ଦ୍ର ନ ଫେରିବାରୁ ତାଙ୍କ ଭାଇ ସିଙ୍ଗା ପାହାଡ଼କୁ ଖୋଜିବାକୁ ଯାଇଥିବାବେଳେ ରାମଚନ୍ଦ୍ରଙ୍କ ମୃତ୍ୟୁ ଘଟିଥିବା ଦେଖି ଗ୍ରାମ ଲୋକଙ୍କୁ ଖବର ଦେଇଥିଲେ ବୋଲି ବନବିଭାଗ ଅଧିକାରୀଙ୍କୁ ବୟାନ ଦେଇଛନ୍ତି। ତେବେ ଘଟଣାର ଅଧିକ ତଦନ୍ତ ଚାଲିଥିବା ବନାଞ୍ଚଳ ଅଧିତ୍କାରୀ ଶ୍ରୀ ନାୟକ ପକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri