ଝିଙ୍କ ଶିକାରକୁ ଯାଇ ଜଣେ ମୃତ, ଜଣେ ଗୁରୁତର:ଖବରକୁ ଅସ୍ବୀକାର କଲେ ଗ୍ରାମବାସୀ

ମାଲକାନଗିରି,୧୪ା୭(ଡି.ଏନ.ଏ./ସ୍ବ.ପ୍ର.)- ମାଲକାନଗିରିର ଜିଲା ସଦର ବ୍ଲକ ଅନ୍ତର୍ଗତ ଝରାପାଲି ଗ୍ରାମର ୫ଜଣ ବ୍ୟକ୍ତି ଶନିବାର ନିକଟସ୍ଥ ଜଙ୍ଗଲର ଏକ ଗୁମ୍ଫାକୁ ଝିଙ୍କ ଶିକାର କରିବାକୁ ଯାଇ ଅଘଟଣର ସମ୍ମୁଖୀନ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଶ୍ୱାସରୁଦ୍ଧ ହୋଇ ଜଣକର ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକଙ୍କ ନାମ ରାମଚନ୍ଦ୍ର ମାଡ଼ି। ଆହତ ବ୍ୟକ୍ତି ହେଲେ ସିଙ୍ଗା ମାଡି। ଉଭୟେ ଦୁଇଭାଇ ବୋଲି ଜଣାପଡିଛି। ତେବେ ଏହି ଘଟଣାକୁ ଗ୍ରାମବାସୀ ଅସ୍ବୀକାର କରିଛନ୍ତି।
ଖବରପାଇ ବନବିଭାଗ ତଦନ୍ତ ଆରମ୍ଭ କରିଛି। ବନାଞ୍ଚଳ ଅଧିକାରୀ ବାସୁଦେବ ନାୟକ ଏବଂ କର୍ମଚାରୀମାନେ ଝରାପାଲି ଗ୍ରାମକୁ ଯାଇ ଘଟଣାର ତଦନ୍ତ କରିଛନ୍ତି। ତେବେ ଏହି ସମୟରେ ଗ୍ରାମର ପୂର୍ବତନ ସରପଞ୍ଚ ବଜା ମାଡ଼କାମି,ଅର୍ଜୁନ ବାଞ୍ଜାମୀ, ୱାର୍ଡ଼ମେମ୍ବର ଭଗବାନ ପଡ଼ିଆମି, ଗ୍ରାମ ମୁଖିଆ ବୁଟି ମାଡ଼କାମିଙ୍କ ସମେତ ଗ୍ରାମବାସୀ ଝିଙ୍କ ଶିକାର କରିବାକୁ ଯାଇ ଜଣକର ମୃତ୍ୟୁ ଏବଂ ଅନ୍ୟ ଜଣେ ଆହତ ହୋଇଥିବା ଖବରକୁ ଅସ୍ବୀକାର କରିଛନ୍ତି। ସେମାନେ କହିଛନ୍ତି ଯେ, ଶିକାର ଖବର ସମ୍ପୂର୍ଣ୍ଣ ମିଥ୍ୟା ା ରାମଚନ୍ଦ୍ରଙ୍କ ଗାଈ ଗତ ୩ ଦିନ ଧରି ହଜିଯାଇଥିଲା। ଗାଈ ଖୋଜିବାକୁ ରାମଚନ୍ଦ୍ର ପାହାଡ଼ ଉପରକୁ ଯାଇଥିବା ବେଳେ ପଥରରେ ଗୋଡ଼ ଖସିଯିବାରୁ ସେ ତଳେ ପଡ଼ି ମୃତ୍ୟୁବରଣ କରିଥିବା ଗ୍ରାମବାସୀ ପ୍ରକାଶ କରିଛନ୍ତି। ରାମଚନ୍ଦ୍ର ଘରକୁ ନ ଫେରିବାରୁ ତାଙ୍କ ଭାଇ ସିଙ୍ଗା ତାଙ୍କୁ ପାହାଡ଼କୁ ଖୋଜିବାକୁ ଯାଇଥିଲେ। ସେ ହିଁ ଭାଇ ରାମଚନ୍ଦ୍ରଙ୍କ ମୃତ୍ୟୁ ହୋଇଥିବା ଦେଖି ଗ୍ରାମବାସୀଙ୍କୁ ଖବର ଦେଇଥିଲେ ବୋଲି ବନବିଭାଗ କର୍ମଚାରୀଙ୍କ ନିକଟରେ ଗ୍ରାମବାସୀଙ୍କ ସହ ଅନ୍ୟମାନେ କହିଛନ୍ତି। ତେବେ ଘଟଣାର ଅଧିକ ତଦନ୍ତ ଚାଲିଥିବା ବନାଞ୍ଚଳ ଅଧିକାରୀ ନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ତଣ୍ଟିଚିପି ମାରିଦେଇଥିଲେ ସ୍ବାମୀ: ମିଳିଲା ଏମିତି ଦଣ୍ଡ

ଗୁଣପୁର,୩୦।୩(ସୁଜାତା ପାଢ଼ୀ): ସ୍ତ୍ରୀ ହତ୍ୟା ମାମଲାରେ ସ୍ବାମୀଙ୍କୁ ଆଜୀବନ ସଶ୍ରମ କାରାଦଣ୍ଡ ହୋଇଛି। ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଗାଦିଆଖଳା ପଞ୍ଚାୟତ ବାୟାଗୁଡ଼ା ଗ୍ରାମର ସୁରେନ୍ଦ୍ର ଶବର…

ସରିଲା ରାୟଗଡ଼ା ବାର ଆସୋସିଏଶନ ନିର୍ବାଚନ: ବରିଷ୍ଠ ଆଇନଜୀବୀ ବ୍ରଜସୁନ୍ଦର ସଭାପତି, ସମ୍ପାଦକ ହେଲେ…

ରାୟଗଡ଼ା,୨୮।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବାର ଆସୋସିଏଶନ ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସମାପ୍ତ ହୋଇଛି । ଏଥିରେ ବରିଷ୍ଠ ଆଇନଜୀବୀ ବ୍ରଜ ସୁନ୍ଦର ନାୟକ ୧୦୬ଖଣ୍ଡ…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ…

ଫ୍ଲାଏ ଓଭର ବ୍ରିଜ ତଳେ ହୁତୁ ହୁତୁ ହୋଇ ଜଳୁଛି ନିଆଁ

ରାୟଗଡ଼ା,୨୧।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଲାଇଫ ଲାଇନ ବୋଲାଉଥିବା ତଥା ୩୨୬ ନଂ ଜାତୀୟ ରାଜପଥରେ ରହିଥିବା ଏକ ମାତ୍ର ଫ୍ଲାଏ ଓଭର ବ୍ରିଜ ତଳେ…

ଅକାଳରେ ଚାଲିଗଲା ସିଆର୍‌ପିଏଫ୍‌ ଯବାନଙ୍କ ଜୀବନ: ରାୟଗଡ଼ା ଚତୁର୍ଥ ବାଟାଲିୟନରେ ଶୋକର ଛାୟା

ରାୟଗଡ଼ା, ୧୯।୩ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାରେ ମ୍ୟାଲେରିଆର ପ୍ରାଦୁର୍ଭାବ ଜଣେ କର୍ତ୍ତବ୍ୟରତ ସିଆରପିଏଫ (CRPF) ଯବାନଙ୍କ ଜୀବନ ନେଇଛି। ମୃତ ଯବାନ ଜଣକ ହେଉଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri