ଝିଣ୍ଟିକାପଲ୍ଲୀରେ ବାର୍‌ହା ଆକ୍ରମଣରେ ୫ ଆହତ

ଖୋର୍ଦ୍ଧା ଅଫିସ,୨୫ା୯: ଖୋର୍ଦ୍ଧା ଜିଲା ବାଣପୁର ଥାନା ଝିଣ୍ଟିକାପଲ୍ଲୀ ଗଁ। ର ଏକ ନଡ଼ିଆ ବଗିଚାରେ ବୁଧବାର ପୂର୍ବାହ୍ନ ପ୍ରାୟ ୧୦ଟାରେ ବାର୍‌ହା ଆକ୍ରମଣରେ ୫ ଜଣ ଆହତ ହୋଇଛନ୍ତି। ଆହତମାନେ ହେଲେ ସୁରଥ ପ୍ରଧାନ, ଅଜୟ ପରିଡା, ଲକ୍ଷ୍ମଣ ନରେନ୍ଦ୍ରସିଂହ ଓ ଅଶୋକ ନରେନ୍ଦ୍ରସିଂହ ପ୍ରମୁଖ। ସେମାନଙ୍କୁ ଗୁରୁତର ଅବସ୍ଥାରେ ବାଣପୁର ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଅବସ୍ଥାରେ ପରିବର୍ତ୍ତନ ନ ଆସିବାରୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି।
ପ୍ରାପ୍ତ ସୂଚନା ଅନୁସାରେ, ଝିଣ୍ଟିକାପଲ୍ଲୀ ଗଁ। ଟି ପାହାଡ ପାଦଦେଶରେ ଅବସ୍ଥିତ। ଏଠାରେ ବନ୍ୟ ପ୍ରାଣୀଙ୍କର ଭୟ ରହିଛି। ଗତ କିଛିମାସ ତଳେ କଣ୍ଠ ଜେନା ଭାଲୁ ଆକ୍ରମଣରେ ଆହତ ହୋଇଥିଲେ। ତେବେ ଗତବର୍ଷକୁ ଛାଡି ଦେଲେ ଏଠାରେ ବାର୍‌ହା ଭୟ ଲାଗି ରହିଛି। ମଙ୍ଗଳବାର ରାତିରେ ଗଁ। ର ଏକ ନଡିଆ ବଗିଚାକୁ ଏକ ବାର୍‌ହା ପଲ ଆସିଥିଲା। ସେଥିରୁ ଗୋଟିଏ ବାର୍‌ହା ରହି ଯାଇଥିଲା। ବୁଧବାର ପୂର୍ବାହ୍ନରେ ସୁରଥ ନଡିଆ ବଗିଚାକୁ ଯାଇଥିଲେ। ସୁରଥଙ୍କୁ ଦେଖି ବାର୍‌ହା ଆମ୍ରକଣ କରିଥିଲା। ବାର୍‌ହା ଆକ୍ରମଣ କରିବାରୁ ସୁରଥ ଚିତ୍କାର କରିଥିଲେ। ଚାଷ ଜମିରୁ ଫେରୁଥିବା ଅଜୟ, ଲକ୍ଷ୍ମଣ ଓ ଅଶୋକ ପ୍ରମୁଖ ଉଦ୍ଧାର କରିବାକୁ ଯାଇଥିଲେ। ସେମାନେ ବି ବାର୍‌ହା ଆକ୍ରମଣରେ ଆହତ ହୋଇଥିଲେ। ଏ ଘଟଣା ପ୍ରଚାରିତ ହେବା ପରେ ଗଁ। ଲୋକ ଆହତମାନଙ୍କୁ ଉଦ୍ଧାର କରି ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲେ। ତେବେ ବାର୍‌ହା ଆକ୍ରମଣରେ ଆହତମାନଙ୍କୁ ମାଗଣା ଚିକିତ୍ସା କରିବାକୁ ଦାବି ହୋଇଛି। ଅନ୍ୟପକ୍ଷେ ବନ ବିଭାଗ ପକ୍ଷରୁ ବାର୍‌ହାକୁ ଘଉଡାଇବା ପାଇଁ ପଦକ୍ଷେପ ନେବାକୁ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri