ଝିରିପାଣିରେ କୁକୁର ମଡ଼କ

ବାଲିଗୁଡ଼ା,୧୩ା୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ତୁମୁଡ଼ିବନ୍ଧ ବ୍ଲକ ଝିରିପାଣି ପଞ୍ଚାୟତରେ ଗତ ସପ୍ତାହେ ହେଲା କୁକୁର ମଡ଼କ ଦେଖିବାକୁ ମିଳିଛି। ଏଭଳି କୁକୁର ମଡ଼କ ନେଇ ପଞ୍ଚାୟତବାସୀଙ୍କ ମନରେ ଭୟ ବାତାବରଣ ସୃଷ୍ଟି ହେଉଛି। ମଣିଷମାନଙ୍କ ବିଶ୍ୱାସଯୋଗ୍ୟ ପ୍ରାଣୀ ଭାବେ ପ୍ରତ୍ୟେକ ଗ୍ରାମରେ ଲୋକେ କୁକୁର ରଖି ଖାଇବା ପିଇବାକୁ ଦେଇଥାନ୍ତି। କୌଣସି ବ୍ୟକ୍ତିଙ୍କ ନିଜ ପୋଷା କୁକୁର ହୋଇ ନ ଥିଲେ ମଧ୍ୟ ଗାଁ କୁକୁରକୁ ଖାଇବାକୁ ଦେଇଥାନ୍ତି। ଗାଁରେ କୌଣସି ଅଜଣା ଲୋକ କିମ୍ବା କୌଣସି ଜଙ୍ଗଲ ପଶୁପକ୍ଷୀ କିମ୍ବା ସରୀସୃପ ପଶିଆସିଲେ ସେମାନେ ଭୁକିଥାନ୍ତି। କୁକୁର ଭୁକିବା ଦେଖି ଲୋକେ ମଧ୍ୟ ଜାଗ୍ରତ ହୋଇଯାଆନ୍ତି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ଝିରିପାଣି ପଞ୍ଚାୟତର ଦେଶୁଘାଟିରେ ୪ଟା, ବରଗୁଡ଼ାରେ ୫ଟା, ଝିରିପାଣିରେ ୮ଟା, ଚଜାଙ୍ଗୀରେ ୫ଟା,ମେଣ୍ଡାବାରୁରେ ୩ଟା, ପୁରୁଣା ଝିରିପାଣିରେ ୪ଟା, ବିଲେଇ ସୂର୍ଡାରେ ୩ଟା, କର୍ଜଣ୍ଡିରେ ୫ଟା, ଦୁପଟ୍ଟାରେ ୩ ଟା,ଲଲକୁଟିରେ ୩ଟା, ବରଗାଁରେ ୮ ଟା ଏଭଳି ୫୦ରୁ ଊର୍ଦ୍ଧ୍ୱ କୁକୁରଙ୍କ ମୃତ୍ୟୁ ଘଟିଥିବା ରିପୋର୍ଟ ହସ୍ତଗତ ହୋଇଛି। ଏକ ସପ୍ତାହ ମଧ୍ୟରେ ଏତେଗୁଡିଏ କୁକୁର ମୃତ୍ୟୁ ହେବାର କାରଣ ବି ଜଣାପଡ଼ିନାହିଁ। ଜିଲା ପ୍ରାଣୀ ଚିକିତ୍ସକ ତୁରନ୍ତ ଦୃଷ୍ଟି ଦେଇ ଉକ୍ତ ଅଞ୍ଚଳଗୁଡ଼ିକୁ ଏକ ଟିମ୍‌ ପଠାଇ କୁକୁର ମଡ଼କ ରୋକିବା ପାଇଁ ପଞ୍ଚାୟତବାସୀ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଆତଙ୍କବାଦ ଉପରେ ଦୋମୁହାଁ ମନୋଭାବ…,’ ମାଲେସିଆରେ ଏମିତି କହିଲେ ମୋଦି, ଶୁଣିଲେ ଉଡିବ ପାକିସ୍ତାନର ନିଦ

ନୂଆଦିଲ୍ଲୀ,୮।୨: ମାଲେସିଆ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ସହ ଏକ ମିଳିତ ପ୍ରେସ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଭାରତ ଏବଂ ମାଲେସିଆ ସେମାନଙ୍କର ସମ୍ପର୍କକୁ…

ତାଙ୍କ ହସ ମିଠା, କଥା ମିଠା, ନାଁ ମିଠି: ହେଲେ ଟିକେ ଟିକେ କଥାରେ ଚିଡିଯାନ୍ତି…

ତାଙ୍କ ହସ ମିଠା, କଥା ମିଠା। ମିଠା ମିଠା ଥିଲା ତାଙ୍କ ଅଭିନୟ ଓ ନୃତ୍ୟର ଯାଦୁ। ସେଇଥିପାଇଁ ତ ଓଡ଼ିଶାର ଦର୍ଶକଙ୍କ ହୃଦୟରେ ସେ ଏବେ…

ଇମ୍ରାନ ଖାନ-ବୁଶରା ବିବିଙ୍କୁ ୧୭ ବର୍ଷ ଜେଲଦଣ୍ଡ, ଲାଗିଛି କୋଟି କୋଟି ଟଙ୍କାର ଜରିମାନା

ଇସଲାମାବାଦ,୮।୨: ତୋଶାଖାନା-୨ ଦୁର୍ନୀତି ମାମଲାରେ ପୂର୍ବତନ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ୧୭ ବର୍ଷ ଜେଲଦଣ୍ଡ…

ଏମାନେ ଧନୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ ବି କରିନାହାନ୍ତି: ତଥାପି ବିବାହ ଭାଇରାଲ

ପ୍ରେମ ଦୁଇଟି ମନର ମିଳନ। ଏହା ପବିତ୍ର, ଏହା ଶାଶ୍ୱତ। ପ୍ରେମ ମାନେ ନୁହେଁ ଜଣକୁ ପାଇ ଖୁସି ହୋଇଯିବା, ବରଂ ପ୍ରେମ ହେଉଛି ତାହା ଯାହାକୁ…

ଉପ ମୁଖ୍ୟମନ୍ତ୍ରୀସ୍‌ଙ୍କ ଗସ୍ତକୁ ନେଇ ପ୍ରସ୍ତୁତି ଜୋରଦାର 

କେସିଙ୍ଗା,୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକକୁ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  ସୋମବାର  ଗସ୍ତରେ ଆସିବେ। ଏ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଜୋରଦାର…

ଭାରତ ସହ T20 World Cupରେ ଖେଳିବାକୁ ରାଜି ହେଲା ପାକିସ୍ତାନ! କେମିତି ୨୪ ଘଣ୍ଟାରେ ବଦଳିଲା ମନୋଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ହେବାକୁ ଥିବା T20 ବିଶ୍ୱକପ ମ୍ୟାଚ ବର୍ଜନ କରିବା ପାଇଁ ଆଲୋଚନା ଆରମ୍ଭ କରିବାକୁ…

ରିଜର୍ଭ ବ୍ୟାଙ୍କରେ ବମ୍ପର ନିଯୁକ୍ତି ସୁଯୋଗ, ଏହି ଦିନ ରହିଛି ଆବେଦନର ଶେଷ ତାରିଖ

ନୂଆଦିଲ୍ଲୀ,୮|୨: ଭାରତୀୟ ରିଜର୍ଭ ବ୍ୟାଙ୍କ ଆଇନ ଅଧିକାରୀ, ପରିଚାଳକ ଏବଂ ସହାୟକ ପରିଚାଳକ ସମେତ ଅନେକ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଆଗ୍ରହୀ ଶିକ୍ଷାର୍ଥୀମାନେ ଫେବୃଆରୀ…

ବେଡ୍‌ରୁମ୍‌ରେ କେବେବି କରିବେନି ଏଭଳି ଭୁଲ୍ : ନହେଲେ

ସ୍ତ୍ରୀସ୍ବାମୀଙ୍କ ସମ୍ପର୍କ ସବୁଠୁ ମଧୁର ଓ ସବୁଠୁ ସୁନ୍ଦର। ଏହି ସମ୍ପର୍କକୁ ଦୀର୍ଘସ୍ଥାୟୀ ଓ ନିବିଡ଼ କରାଇବା ଦିଗରେ ସେମାନଙ୍କ ବେଡ୍‌ରୁମ୍‌ର ବି ଯଥେଷ୍ଟ ଭୂମିକା ରହିଥାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri