ଝୁରି ହେଉଛନ୍ତି ରିଦ୍ଧିମା: କହିଲେ, ‘ବହୁତ ମନେ ପଡ଼ୁଛ ବାପା, ଫେରି ଆସ’

ବମ୍ବେ: ଶୋକରେ ବଲିଉଡ୍‌। ଗତ ଦୁଇ ଦିନ ମଧ୍ୟରେ ଦୁଇଜଣ ପ୍ରତିଷ୍ଠିତ କଳାକାର ଇରଫାନ୍‌ ଖାନ୍‌ ଏବଂ ଋଷି କପୁରଙ୍କୁ ବଲିଉଡ୍‌ ହରାଇଛି। ଏହାକୁ ସହଜରେ କେହି ଗ୍ରହଣ ମଧ୍ୟ କରିପାରୁନାହାନ୍ତି। ସମ୍ପ୍ରତି ଦେଶରେ ଲକ୍‌ଡାଉନ୍‌ ସ୍ଥିତି ଜାରି ରହିଥିବାରୁ ପ୍ରଶଂସକମାନେ ମଧ୍ୟ ନିଜ ପ୍ରିୟ ଅଭିନେତାଙ୍କ ଶେଷ ଦର୍ଶନରୁ ବଞ୍ଚିତ ହୋଇଛନ୍ତି। ଏପରିକି ଋଷି କପୁରଙ୍କ ଝିଅ ରିଦ୍ଧିମା କପୁର ମଧ୍ୟ ଶେଷ ଥର ପାଇଁ ବାପାଙ୍କୁ ଦେଖିପାରିନାହାନ୍ତି।

ରିଦ୍ଧିମା ଦିଲ୍ଲୀରେ ରହୁଥିବା ବେଳେ ଋଷି କପୁର ବମ୍ବେର ଏକ ଡାକ୍ତରଖାନାରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ଲକ୍‌ଡାଉନ୍‌ ଯୋଗୁ ଅନ୍ତିମ ସତ୍କାରରେ ସାମିଲ ହେବାକୁ କେବଳ ପଚିଶଜଣଙ୍କୁ ମିଳିଥିଲା ଅନୁମତି। ସାମାଜିକ ଦୂରତ୍ୱ ରକ୍ଷା କରି ସମସ୍ତ କାର୍ଯ୍ୟ ସମ୍ପର୍ଣ୍ଣ ହୋଇଥିଲା। ହେଲେ ଏସବୁରେ ସାମିଲ ହୋଇପାରି ନ ଥିଲେ ରିଦ୍ଧିମା।

ଏହାକୁ ନେଇ ଭାଙ୍ଗି ପଡ଼ିଛନ୍ତି ସେ। ନିଜର ଇନ୍‌ଷ୍ଟା ଷ୍ଟୋରୀରେ ସେ ବାପାଙ୍କୁ ମନେ ପକାଉଥିବା କହିଛନ୍ତି। କିଛି ସମୟ ପରେ ସେ ବମ୍ବେ ପହଞ୍ଚିବେ ବୋଲି ମଧ୍ୟ କହିଛନ୍ତି। ଋଷିଙ୍କ ସହ ଏକାଧିକ ଫଟୋ ଶେୟାର କରି ଏଇ କିଛି ସମୟ ମଧ୍ୟରେ ସେ ବହୁତ ମନେ ପକାଇଲେଣି। ଏଣୁ ଫେରି ଆସନ୍ତୁ ବୋଲି ମଧ୍ୟ କହୁଥିବା ଦେଖାଯାଇଛି। ପୋଷ୍ଟକୁ ନେଇ ଅନେକେ ଭାବବିହ୍ବଳ ମଧ୍ୟ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଧରଣର ବ୍ରାଉନ ସୁଗାର ନେଟ୍‌ୱର୍କ ଠାବ: ବେପାରୀଙ୍କ ଟାର୍ଗେଟରେ ଥିଲେ ଛାତ୍ରୀଛାତ୍ର

ରାଉରକେଲା,୨୪।୫(ସଙ୍ଗୀତା ଜେନା): ରାଉରକେଲା ପୋଲିସ ଜିଲା ଅନ୍ତର୍ଗତ ପ୍ଲାଣ୍ଟସାଇଟ୍‌ ଥାନା ଅଧୀନ ମୀନାପଡ଼ା ଅଞ୍ଚଳରେ  ଚଢାଉ କରି ଏକ ବଡ଼ଧରଣର ବ୍ରାଉନସୁଗାର ନେଟୱର୍କ ଠାବ କରାଯାଇଛି। ଏହି…

ୟୁକ୍ରେନ ଉପରେ ରୁଷିଆର ବଡ଼ ଆକ୍ରମଣ; ୬୦୦ ଡ୍ରୋନ୍ ଏବଂ ୯୦ ମିସାଇଲ୍ ପ୍ରୟୋଗ, ୪ମୃତ

କିଭ,୨୪।୫: ରୁଷିଆ ୟୁକ୍ରେନର ରାଜଧାନୀ କିଭ୍ ଏବଂ ଆଖପାଖ ଅଞ୍ଚଳ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛି । ୟୁକ୍ରେନୀୟ ବାୟୁସେନା ଅନୁଯାୟୀ, ରୁଷିଆ ମୋଟ…

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ଭୋ ଭୋ ହୋଇ କାନ୍ଦି ଗଡ଼ିଲେ ମା’, ଭାଇ ଦେଲେ ମୁଖାଗ୍ନି; ପଞ୍ଚଭୂତରେ ବିଲୀନ ହେଲେ ଟ୍ବିଶା…

ଭୋପାଳ,୨୪।୫: ପଞ୍ଚଭୂତର ବିଲୀନ ହେଲେ ମଡେଲ ତଥା ଅଭିନେତ୍ରୀ ଟ୍ବିଶା ଶର୍ମା। ରବିବାର ଭୋପାଳର ଭଦଭଦା ଶ୍ମଶାନ ଘାଟରେ ତାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ଟ୍ବିଶାଙ୍କ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri