Posted inଖେଳ

ଝୁହାଇ, ଚାଇନା ଓପନ୍‌ ଖେଳିବେ ମୁରେ

ଲଣ୍ଡନ, ୧୨ା୮ (ଏଏଫ୍‌ପି)-ଆସନ୍ତା ମାସରେ ଝୁହାଇ ଚାମ୍ପିୟନଶିପ୍‌ ଏବଂ ଚାଇନା ଓପନ୍‌ରେ ଖେଳିବେ ବ୍ରିଟିଶ ଟେନିସ ଖେଳାଳି ଆଣ୍ଡି ମୁରେ। ୭ ମାସ ପୂର୍ବେ ବିଶ୍ୱର ଏହି ପୂର୍ବତନ ନମ୍ବର ଓ୍ବାନ ଖେଳାଳି ଅଷ୍ଟ୍ରେଲିଆରେ କହିଥିଲେ ଇଞ୍ଜୁରି କାରଣରୁ ତାଙ୍କ କ୍ୟାରିୟର ଶେଷ ହେବାକୁ ଯାଉଛି। ମାତ୍ର ନିତମ୍ବରେ ସଫଳ ଅସ୍ତ୍ରୋପଚାର ପରେ ସେ ସିଙ୍ଗଲ୍ସକୁ ପ୍ରତ୍ୟାବର୍ତ୍ତନ ଲାଗି ସ୍ଥିର କରିଛନ୍ତି। ଇତିମଧ୍ୟରେ ସେ ଡବଲ୍ସ ମ୍ୟାଚ ଖେଳି ନିଜର ଫିଟ୍‌ନେସ ପରୀକ୍ଷା କରି ନେଇଛନ୍ତି। ଆସନ୍ତା ସପ୍ତାହରେ ସିନ୍‌ସିନାଟି ମାଷ୍ଟର୍ସ ତାଙ୍କର ପ୍ରଥମ ସିଙ୍ଗଲ୍ସ ଟୁର୍ନାମେଣ୍ଟ ହେବ। ଦୁଇ ଥର ଅଲିମ୍ପିକ ଚାମ୍ପିୟନ ଏସୀୟ ଅଞ୍ଚଳ ଏଟିପି ଟୁର୍‌ରେ ଖେଳିବା ଲାଗି ସ୍ଥିର କରିଛନ୍ତି। ସେପ୍ଟେମ୍ବର ୨୩ରେ ଝୁହାଇ ଚାମ୍ପିୟନଶିପ୍‌ ଆରମ୍ଭ ହେବ। ଏଥିରେ ଖେଳିବା ଲାଗି ତାଙ୍କର ଆଗ୍ରହ ରହିଥିବା ସେ କହିଛନ୍ତି। ସିନ୍‌ସିନାଟିରେ ସେ ଯଦି ଭଲ ପ୍ରଦର୍ଶନ କରନ୍ତି ତେବେ ସେ ଅଗଷ୍ଟ ୨୬ରୁ ହେବାକୁଥିବା ୟୁଏସ୍‌ ଓପନରେ ହୁଏତ ଖେଳିବା କଥା ଚିନ୍ତା କରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ତୃତୀୟ ଦିନରେ ଶ୍ରୀଲଙ୍କାର ଲଢ଼ୁଆ ବ୍ୟାଟିଂ, ଭାରତର ନିୟନ୍ତ୍ରଣରେ ଦ୍ୱିତୀୟ ଟେଷ୍ଟ

କଲମ୍ବୋ,୨୫ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ତୃତୀୟ ଦିନ ଶେଷ ସୁଦ୍ଧା ଭାରତ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସ୍‌ରେ ଭାରତ ୫୦୩/୯ ସ୍କୋର କରିଥିବା ବେଳେ…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

ଧ୍ରୁବ ଜୁରେଲଙ୍କ ‘ଟାଟୁ’ ପଛରେ କ’ଣ ଅଛି ଅର୍ଥ? ଜାଣିବା ପରେ ଆପଣ ମଧ୍ୟ ତାଙ୍କୁ…

ନୂଆଦିଲ୍ଲୀ,୨୫।୮: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧ୍ରୁବ ଜୁରେଲ ଶତକ ପୂରଣ କରିବା ମାତ୍ରେ, ତାଙ୍କର ଉତ୍ସବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସେ ପ୍ରଥମେ ଏକ…

ଇମ୍ରାନଙ୍କୁ ନେଇ ଏମିତି କହିଲେ କପିଲ ଦେବ, ହେଉଛି ବଡ଼ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଧିନାୟକ କପିଲ ଦେବ ପୁଣି ଥରେ ପୂର୍ବତନ ପାକିସ୍ତାନୀ କ୍ରିକେଟର ଇମ୍ରାନ ଖାନଙ୍କ ସମର୍ଥନରେ ବାହାରିଛନ୍ତି। ସମ୍ପ୍ରତି, 21 ଜଣ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

କଲମ୍ବୋ ଟେଷ୍ଟରେ ଜୁରେଲଙ୍କ ଅପରାଜିତ ଶତକ, ଦୃଢ଼ ସ୍ଥିତିରେ ଟିମ୍‌ ଇଣ୍ଡିଆ

କଲମ୍ବୋ,୨୪ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ଦୃଢ଼ ସ୍ଥିତିରେ ରହିଛି। ମ୍ୟାଚ୍‌ର ପ୍ରଥମ ଦିନ ଦେବଦତ୍ତ…

କାନିଜ୍‌ସା ଓପନ୍‌ ଚେସ୍‌ ଟାଇଟଲ ହାସଲ କଲେ ପ୍ରଣେଶ

କାନିଜ୍‌ସା(ହଙ୍ଗେରୀ),୨୪ା୮: ଜର୍ମାନୀର ଭାଦିମ ପେତ୍ରୋଭସ୍କିଙ୍କ ବିପକ୍ଷରେ ଏକ ରୋମାଞ୍ଚକ ବିଜୟ ହାସଲ କରି ଭାରତୀୟ ଗ୍ରାଣ୍ଡମାଷ୍ଟର ପ୍ରଣେଶ ଏମ୍‌ ସମ୍ମାନଜନକ କାନିଜ୍‌ସା ଓପନ ଚେସ୍‌ ଟାଇଟଲ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri