ଟଙ୍କା ନ ଦେବାରୁ ଯୁବ ବ୍ୟବସାୟୀଙ୍କୁ ଖୁର ମାଡ : ୪୦ ହଜାର ଟଙ୍କା ଲୁଟ୍‌ ଅଭିଯୋଗ

ବାଲେଶ୍ୱର ଅଫିସ,୧୫।୬: ବାଲେଶ୍ୱର ସହଦେବଖୁଣ୍ଟା ଥାନା ଅଧୀନ କଣ୍ଟାବଣିଆ ଗ୍ରାମର ଦିଲୀପ ବେହେରା (୨୬) ନାମକ ଯୁବ ବ୍ୟବସାୟୀ ଶୁକ୍ରବାର ରାତି ୧୧ଟା ବେଳେ ନିଜ ଇଟାଭାଟିରୁ ଘରକୁ ଫେରୁଥିବା ବେଳେ ଶିବ ମନ୍ଦିର ପାଖରେ ଆକ୍ରମଣର ଶିକାର ହୋଇଥିଲେ। କେତେକ ଯୁବକ ଟଙ୍କା ଦେବାକୁ ବାଧ୍ୟ କରିଥିଲେ। ସେ ନ ଦେବାରୁ ତାଙ୍କୁ ଖୁରରେ ଆକ୍ରମଣ କରି ତାଙ୍କ ପାଖରେ ଥିବା ୪୦ ହଜାର ଟଙ୍କା ଲୁଟି ନେଇଥିବା ସହଦେବଖୁଣ୍ଟା ଥାନାରେ ଅଭିଯୋଗ ହୋଇଛି।
ଦିଲୀପ ଶୁକ୍ରବାର ରାତିରେ ଫେରୁଥିବା ବେଳେ ଉକ୍ତ ଗ୍ରାମର ଦୀପୁ ଦାସ, ବୀନ ଦାସ, ବାପୁନ ଦାସ, ଦେବେନ୍ଦ୍ର ଦାସ ତାଙ୍କୁ ଅଟକାଇ ଟଙ୍କା ମାଗିଥିଲେ। ଦିଲୀପ କାରଣ ପଚାରିବାରୁ ତାଙ୍କ ବେକରେ ଖୁର ଲଗାଇଥିଲେ। ସେ ପ୍ରତିବାଦ କରିବାରୁ ଉଭୟଙ୍କ ମଧ୍ୟରେ ମାରପିଟ୍‌ ହୋଇଥିଲା। ଖୁର ବେକରୁ ଖସି ଆସି ଛାତି ତଳେ ଲାଗିଯିବାରୁ ଦିଲୀପ ଗୁରୁତର ଆହତ ହୋଇଛନ୍ତି। ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚିବାରୁ ଆକ୍ରମଣକାରୀମାନେ ପଳାଇଥିଲେ। ଗୁରୁତର ଆହତ ଦିଲୀପଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି। ଏ ନେଇ ସହଦେବଖୁଣ୍ଟା ଥାନାରେ ଏକ ମାମଲା (ନଂ.୧୬୦/୧୯) ରୁଜୁ କରାଯାଇ ତଦନ୍ତ ଜାରି ରହିଥିବା ଆଇଆଇସି ଶୁଭ୍ରାଂଶୁ ନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକଙ୍କ ଆପତ୍ତି ଅଭିଯୋଗ ଶୁଣିଲେ ଜିଲାପାଳ, ତାଗିଦ୍‌ କରି ଅଧିକାରୀଙ୍କୁ କହିଲେ ଯଦି କିଛି ସମସ୍ୟା ଅଛି…

ଭଞ୍ଜନଗର,୧ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ସୋମବାର ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଉପଖଣ୍ଡର ବିଭିନ୍ନ ଲୋକଙ୍କ ଆପତ୍ତି ଅଭିଯୋଗ ଶୁଣିଥିଲେ। ଏହି ସମୟରେ କିଛି…

‘ଦୟାକରି ମୋତେ ସିଗାରେଟ୍ ପିଆଇ ଦିଅନ୍ତୁ..’ ଏନକାଉଣ୍ଟର ପରେ ପୋଲିସକୁ ଏଭଳି କହିଲେ ଅଭିଯୁକ୍ତ, ଭିଡିଓ ଭାଇରାଲ

ଲକ୍ଷ୍ନୌ,୧।୬: ଉତ୍ତର ପ୍ରଦେଶ ପୋଲିସ ବର୍ତ୍ତମାନ ଆକ୍ସନ ମୋଡରେ ରହିବା ପରି ମନେ ହେଇଛି । ଏହି ପ୍ରୟାସ ଅନୁଯାୟୀ, ରବିବାର ବିଳମ୍ବିତ ସନ୍ଧ୍ୟାରେ ମୁଜାଫରନଗର ପୋଲିସ ଏବଂ…

କାର୍ଯ୍ୟଦକ୍ଷତା ବଢ଼ାଏ ପଢ଼ାପଢ଼ି

ଯଦି ଜଣେ ବ୍ୟକ୍ତି ପ୍ରତିଦିନ କିଛି ସମୟ ପଢ଼ାପଢ଼ି କରନ୍ତି ତେବେ ତାଙ୍କର କାର୍ଯ୍ୟଦକ୍ଷତା ବୃଦ୍ଧି ପାଇପାରେ। ଏପରି ଆକଳନ କରିଛନ୍ତି ଟୋକିଓ ୟୁନିଭର୍ସିଟିର ମନୋବିଜ୍ଞାନୀମାନେ। ଏକ…

ରାଜ୍ୟ ସଭା ଉପ-ନିର୍ବାଚନ ବିଜ୍ଞପ୍ତି ପ୍ରକାଶ, ନିଯୁକ୍ତ ହେଲେ ରିଟର୍ଣ୍ଣିଂ ଅଫିସର

ଭୁବନେଶ୍ୱର,୧।୬: ରାଜ୍ୟ ସଭା ଉପ-ନିର୍ବାଚନ ପାଇଁ ବିଧାନସଭା ସଚ୍ଚିବାଳୟ ପକ୍ଷରୁ ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତିରେ ଉପନିର୍ବାଚନ ପାଇଁ ରିଟର୍ଣ୍ଣିଂ ଅଫିସର ନିଯୁକ୍ତ କରାଯାଇଛି।…

ଆଇପିଏଲ ବ୍ୟାଟିଂର ପର୍ଦ୍ଦାଫାଶ: ଦୋକାନୀଙ୍କୁ ବାନ୍ଧିଲା ପୋଲିସ

ସୁନ୍ଦରଗଡ଼, ୧।୬ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ଅନଲାଇନ୍ ମାଧ୍ୟମରେ ଚାଲୁଥିବା ଆଇପିଏଲ କ୍ରିକେଟ ବେଆଇନ ବ୍ୟାଟିଂ ଉପରେ ପୋଲିସର ଚଢ଼ାଉ ଅଭିଯାନ…

ଶିମିଳିପାଳରେ ମଣିଷଖିଆ ବାଘ; ଜଙ୍ଗଲକୁ ଯାଇ ଆଉ ଫେରିନଥିଲେ, ସକାଳୁ ମିଳିଲା କ୍ଷତାକ୍ତ ଦୁଇ ଗୋଡ଼ ସହ ଲୁଙ୍ଗି

କରଞ୍ଜିଆ,୧।୬(କବିତା ମହାନ୍ତ): ମଣିଷକୁ ଖାଇଗଲା ମହାବଳ ବାଘ ! କରଞ୍ଜିଆ ବନଖଣ୍ଡ ଦୁଧିଆଣୀ ରେଞ୍ଜ ଅଧୀନ କୁମୁଡାବାଡ଼ି ଗାଁ ରାଜାମ୍ ସାହି ନିକଟ ଜଙ୍ଗଲରୁ ଛାତିଥରା ଘଟଣା…

ଟ୍ରଫିରେ ଏମିତି କ’ଣ ଲେଖାଥିଲା ଯାହାକୁ ଦେଖି ହସି ପକାଇଲେ ବିରୁଷ୍କା? ଜାଣନ୍ତୁ…

ନୂଆଦିଲ୍ଲୀ,୧।୬: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତି ଲଗାତାର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଛି। ଗୁଜରାଟ ଟାଇଟନ୍ସ…

ହରିହରପୁର ଗ୍ରାମରେ ପାନୀୟ ଜଳ ସମସ୍ୟା, ରାସ୍ତା ଅବରୋଧ କଲେ ହରିହରପୁର ହରିଜନ ପଡାର ମହିଳା

ଲାଞ୍ଜିଗଡ଼,୧।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଚମ୍ପାଦେଇପୁର ପଞ୍ଚାୟତ ହରିହରପୁର ଗ୍ରାମର ହରିଜନ ପଡାରେ ଜଳସଙ୍କଟ ଦେଖାଦେଇଛି । ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ୪୫ ଡିଗ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri