ଟଙ୍କା ଭର୍ତ୍ତି ପର୍ସ ପାଇ ଫେରାଇଲେ ମହିଳା କନଷ୍ଟେବଳ ଲକ୍ଷ୍ମୀପ୍ରିୟା

ଭୁବନେଶ୍ୱର,୨୧।୭(ବ୍ୟୁରୋ): ଭୁବନେଶ୍ୱର ରେଳ ଷ୍ଟେଶନରେ ଶନିବାର ଏକ ପ୍ରଶଂସନୀୟ ଘଟଣା ଦେଖିବାକୁ ମିଳିଛି। ଟଙ୍କା ଭର୍ତ୍ତି ପର୍ସ ପାଇ ଜଣେ ଆରପିଏଫ କନ୍‌ଷ୍ଟେବଳ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଫେରାଇଛନ୍ତି। ପର୍ସ ହଜାଇଥିବା ବ୍ୟକ୍ତି ଜଣକ ହେଉଛନ୍ତି ରାୟଗଡା ଜିଲା ଟିକିରିର ଅଶୋକ କୁମାର ବାଉରୀ। ନିଜ ସମ୍ପର୍କୀୟଙ୍କ ସ୍ବାସ୍ଥ୍ୟ ସମସ୍ୟା ଲାଗି ଟଙ୍କା ନେଇ ଭୁବନେଶ୍ୱର ଡାକ୍ତରଖାନାକୁ ଆସିଥିବା ବେଳେ ପ୍ଲାଟ ଫର୍ମ ନଂ.୧ ରେ ବ୍ୟସ୍ତତା ଭିତରେ ପର୍ସଟିକୁ ହଜାଇ ଦେଇଥିଲେ। ପର୍ସ ହଜିବା ଜାଣିବା ଆଗରୁ ବ୍ୟକ୍ତି ଜଣକ ଡାକ୍ତରଖାନାରେ ପହଞ୍ଚତ୍ ସାରିଥିଲେ। ରେଳ ଷ୍ଟେଶନରେ ପର୍ସ ହଜିଥିବାରୁ ନ ମିଳିବା ଆଶାରେ ପୋଲିସରେ ଖବର ବି ଦେଇ ନ ଥିଲେ। ସୌଭାଗ୍ୟବଶତଃ ଆରପିଏଫର ସଚ୍ଚୋଟ ମହିଳା କନ୍‌ଷ୍ଟେବଳ ଲକ୍ଷ୍ମୀପ୍ରିୟା ନାୟକ ପର୍ସଟିକୁ ପାଇ ଅଶୋକଙ୍କୁ ଖବର ଦେଇଥିଲେ। ପରେ ଅଶୋକ ସନ୍ଧ୍ୟାରେ ଆରପିଏଫ ଥାନାରୁ ପର୍ସ ନେଇ ମହିଳା କନ୍‌ଷ୍ଟେବଳଙ୍କୁ ଧନ୍ୟବାଦ ଦେଇଥିଲେ। ଜରୁରୀ କାମରେ ଟଙ୍କା ନେଇ ଆସି ଷ୍ଟେଶନରେ ପର୍ସ ହଜାଇଥିବାରୁ ଫେରି ପାଇବା ଆଶା ଆଦୌ ନ ଥିଲା ବୋଲି ଅଶୋକ କହିଥିଲେ। ସୂଚନାଯୋଗ୍ୟ ପର୍ସରେ ୧୨ ହଜାର ଟଙ୍କା ସହ ପରିଚୟପତ୍ର ଓ କିଛି ଜରୁରୀ କାଗଜପତ୍ର ମଧ୍ୟ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri